ସାନିଟାଇଜର ପ୍ରସ୍ତୁତି ଲାଗି ଅଧିକ କମ୍ପାନୀଙ୍କୁ ଅନୁମତି

ନୂଆଦିଲ୍ଲୀ,୨୭। ୩: କରୋନା ପାଇଁ ଏବେ ସାରା ଦେଶରେ ସାନିଟାଇଜର ଚାହିଦା ପ୍ରବଳମାତ୍ରାରେ ବୃଦ୍ଧି ଘଟିଛି। ଏବେ ଲକ୍‌ଡାଉନ ଚାଲିଥିବା ବେଳେ ଲୋକମାନେ ଅତ୍ୟାବଶ୍ୟକ ସାମଗ୍ରୀ ଲାଭ କରିବାକୁ ଯେଭଳି କୌଣସି ଅସୁବିଧା ସାମ୍ନା ନ କରନ୍ତି ତାକୁ ସରକାର ବିଚାର କରୁଛନ୍ତି। ସାନିଟାଇଜର ଚାହିଦାକୁ ନଜରରେ ରଖି ୫୦୦ରୁ ଅଧିକ କମ୍ପାନୀ ଏବଂ ୧୦୦ ବିଶୋଧନାଗାରଙ୍କୁ ଏହା ପ୍ରସ୍ତୁତ କରିବା ଲାଗି ସରକାର ଅନୁମତି ଦେଇଛନ୍ତି। ରାଜ୍ୟ ସରକାରଙ୍କ ଅଧିନସ୍ଥ ଅବକାରୀ ଓ କେନ୍‌ ଆୟୁକ୍ତ, ଔଷଧ ନିୟନ୍ତ୍ରକ ଏବଂ ଜିଲାପାଳମାନଙ୍କୁ ସାନିଟାଇଜର ଲାଗି ଆବଶ୍ୟକ ଇଥାନଲ ଉପରେ କଟକଣା ଉଠାଇ ଦେବା ଲାଗି ପରାମର୍ଶ ଦିଆଯାଇଛି। ଯେଉଁ ବିଶୋଧନାଗାର ଏବଂ ଚିନିକଳମାନେ ଅଧିକ ସାନିଟାଇଜର ପ୍ରସ୍ତୁତି କରିପାରିବେ ସେଗୁଡିକୁ ପ୍ରୋତ୍ସାହିତ କରାଯାଉଛି। ଉତ୍ପାଦନ ବଢାଇବା ଲାଗି ଏହି ସଂସ୍ଥାଗୁଡିକୁ ପରାମର୍ଶ ଦିଆଯାଇଛି। ଏବେ ସୁଦ୍ଧା ୪୫ ବିଶୋଧନାଗାର ଏବଂ ୫୬୪ଟି ଅନ୍ୟାନ୍ୟ ପ୍ରସ୍ତୁତକାରୀ କମ୍ପାନୀଙ୍କୁ ସାନିଟାଇଜର ପ୍ରସ୍ତୁତ କରିବାକୁ କୁହାଯାଇଛି। ଆଉ ୨ ଦିନ ମଧ୍ୟରେ ଅଧିକ ୫୫ ବିଶୋଧନାଗାରକୁ ସରକାର ଅନୁମତି ପ୍ରଦାନ କରିବେ ବୋଲି ଜଣାପଡିଛି। ଏବେ କିଛି କମ୍ପାନୀ ସାନିଟାଇଜର ଉତ୍ପାଦନ କରୁଥିବା ବେଳେ ଆଉ କିଛି ସପ୍ତାହେ ମଧ୍ୟରେ ଉତ୍ପାଦନ ଆରମ୍ଭ କରିବେ। ସୁଲଭ ମୂଲ୍ୟରେ ଲୋକଙ୍କୁ ସାନିଟାଇଜର ଯୋଗାଣ ଦିଗରେ ପଦକ୍ଷେପ ଗ୍ରହଣ କରାଯାଉଥିବା ସରକାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛଡାକିଆରେ ରାସ୍ତା ଉପରେ ବିରାଟ ଗଛ: ଦାରିଙ୍ଗବାଡ଼ି-ମୋହନା ରାସ୍ତା ଠପ୍‌

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦାସିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ଛଡାକିଆ ନିକଟରେ ରାସ୍ତା ଉପରେ ଏକ ବିରାଟକାୟ ଗଛ ଉପୁଡ଼ି ପଡ଼ିବାରୁ…

କୋମଲ ରାଣୀଙ୍କ ସହ ଲାଲବାଗଚା ଦର୍ଶନ: ମୁହଁ ଖୋଲିଲେ ଗୋବିନ୍ଦା, ମୋ ଛବି ଖରାପ…

ମୁମ୍ବାଇ,୨୫।୯: ୯୦ ଦଶକର ଲୋକପ୍ରିୟ ଅଭିନେତା ଗୋବିନ୍ଦା ପୁଣିଥରେ ବଲିଉଡ୍‌ରେ କମବ୍ୟାକ୍‌ କରିବାକୁ ପ୍ରସ୍ତୁତ ହେଉଛନ୍ତି । ଏହାରି ଭିତରେ ତାଙ୍କ ଆଗାମୀ ଫିଲ୍ମ ‘ରୂପା’ର କୋ-ଷ୍ଟାର…

ଲଗାଣ ବର୍ଷାରେ ବେହାଲ ଦାରିଙ୍ଗବାଡ଼ି: ଏବେ ବି ସିଲ ଗାଜଲବାଡ଼ି ଘାଟି ରାସ୍ତା, ଯାତାୟାତ ଠପ୍‌

ଦାରିଙ୍ଗବାଡ଼ି,୨୫।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଲଘୁଚାପଜନିତ ଲଗାଣ ବର୍ଷା ଜାରି ରହିଛି। ଲଗାତାର ବର୍ଷା ଯୋଗୁ ଦାରିଙ୍ଗବାଡ଼ି ସମେତ ଆଖପାଖ ଅଞ୍ଚଳର ଜନଜୀବନ ବେହାଲ ହୋଇପଡ଼ିଛି।…

ଇତିହାସ ରଚିବେ ରୋ-କୋ: ୱେଷ୍ଟଇଣ୍ଡିଜ ବିପକ୍ଷ ସିରିଜ୍‌ରେ କରିପାରନ୍ତି ଏହି କମାଲ୍‌

ନୂଆଦିଲ୍ଲୀ,୨୫।୯: ଶୁବମନ ଗିଲଙ୍କ ନେତୃତ୍ୱରେ ୱେଷ୍ଟଇଣ୍ଡିଜ ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ପାଇଁ ପ୍ରସ୍ତୁତ ଭାରତୀୟ କ୍ରିକେଟ ଟିମ। ଏହି ସିରିଜ୍‌ର ପ୍ରଥମ ମ୍ୟାଚ…

ଜର୍ନାଲିଷ୍ଟ ରବି ନାୟାରଙ୍କୁ ଜାମିନ

ଅହମ୍ମଦାବାଦ,୨୫।୯: ଗୁଜରାଟର ଗାନ୍ଧୀନଗରସ୍ଥିତ ଏକ ସେସନ୍ସ କୋର୍ଟ ଗୁରୁବାର ଜର୍ନାଲିଷ୍ଟ ରବି ନାୟାରଙ୍କୁ ଜାମିନ ପ୍ରଦାନ କରିଛନ୍ତି । ଆଦାନୀ ଏଣ୍ଟରପ୍ରାଇଜେସ ଦ୍ୱାରା ଦାଖଲ ଏକ ଆପରାଧିକ…

ବିପଦପୂର୍ଣ୍ଣ ରାସ୍ତାରେ ଯାତାୟାତ: ମରାମତି ଦାବି କଲେ ଅଞ୍ଚଳବାସୀ

କର୍ଲାମୁଣ୍ଡା, ୨୫।୯ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରରୁ ରିଞ୍ଜାକୁ ଯାଇଥିବା ଆର୍ଡି ରାସ୍ତାର ସରବାହାଲ ଜୋର ବ୍ରିଜ ନିକଟରେ ରାସ୍ତାର ଅବସ୍ଥା ଏବେ…

ଭାରତଠାରୁ କିଛି ଶିଖ! ପାକିସ୍ତାନ ଖେଳାଳିଙ୍କୁ ଉପଦେଶ ଦେଲେ କୋଚ

ନୂଆଦିଲ୍ଲୀ,୨୫।୯: ପାକିସ୍ତାନ କ୍ରିକେଟ ଟିମ୍‌ର ଖରାପ ପ୍ରଦର୍ଶନକୁ ନେଇ ଚର୍ଚ୍ଚା ମଧ୍ୟରେ ଏବେ ଦଳର ହେଡ କୋଚ ମାଇକ ହେସନ ଭାରତକୁ ନେଇ ଦେଇଛନ୍ତି ବଡ଼ ବୟାନ।…

ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଇବେ ଅଧିକାରୀ: ନୂଆପଡ଼ା ଜିଲାପାଳଙ୍କ ଅଭିନବ ପଦକ୍ଷେପ

ନୂଆପଡ଼ା,୨୫ା୯ (ମକାରୁ ବେମାଲ):ଛାତ୍ରୀଛାତ୍ରଙ୍କ ଶିକ୍ଷଣରେ ଉନ୍ନତି ଆଣିବା ସହ ସେମାନଙ୍କୁ ପରୀକ୍ଷା ପାଇଁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ନୂଆପଡ଼ା ଜିଲାପାଳ ମଧୁସୂଦନ ଦାଶ ଏକ ଅଭିନବ ପଦକ୍ଷେପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?