ସାନିଟାଇଜ୍‌ ହେଲା ଡାକ୍ତରଖାନା

ବାହାନଗା, ୨୨ା୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକର ଗୋପାଳପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ କିଛି ଅଞ୍ଚଳକୁ ଅଗ୍ନିଶମ ବିଭାଗ ଦ୍ୱାରା ସାନିଟାଇଜ୍‌ କରାଯାଇଛି। ଗୋପାଳପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପ୍ରତ୍ୟେକ ଦିନ ଶହ ଶହ ରୋଗୀ ଚାଲିଆସୁଥିବାରୁ ଏହାକୁ ଆଖିଆଗରେ ରଖି ପ୍ରଶାସନ ପକ୍ଷରୁ ପ୍ରଥମେ ସ୍ବାସ୍ଥ୍ୟକେନ୍ଦ୍ରକୁ ଅଗ୍ନିଶମ ବିଭାଗ ଗାଡି ଦ୍ୱାରା ସାନିଟାଇଜ କରାଯାଇଛି। ପରେ ଗୋପାଳପୁର ପଞ୍ଚାୟତ ଜୁଣିଆଁ ବଜାର ଓ ତାର ଆଖପାଖ ଗ୍ରାମକୁ ସାନିଟାଇଜ କରାଯାଇଛି । ଗୁରୁବାର ଗୋପାଳପୁର ବଜାରକୁ ମଧ୍ୟ ସାନିଟାଇଜ କରାଯିବ ବୋଲି ତହସିଲଦାର ଜିତେନ୍ଦ୍ର କୁମାର କର କହିଛନ୍ତି। ବଜାର ଦିନ ୧୦ଟା ପର୍ଯ୍ୟନ୍ତ ଖୋଲା ରହୁଥିବା ବେଳେ ମାସ୍କ ମୁହଁରେ ନ ପିନ୍ଧିଲେ ୨ଶହ ଟଙ୍କା ଜରିମାନା ଆଦାୟ କରାଯାଉଛି। ଫଳରେ ଦୁଇଦିନ ମଧ୍ୟରେ ତହସିଲ ପ୍ରଶାସନ ୮ହଜାର ଟଙ୍କା ଜରିମାନା ଆଦାୟ କରିସାରିଲାଣି। ବଜାରରେ ପ୍ରଶାସନ ତରଫରୁ ଲୋକମାନଙ୍କୁ ସାମାଜିକ ଦୂରତ୍ୱ ରଖି କିଣାବିକା କରିବା ପାଇଁ ସଚେତନ କରୁଥିବା ବେଳେ ଖିଲାପକାରୀଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ମୋଟରସାଇକେଲ ଧରି ବଜାରକୁ ନ ଆସିବା ପାଇଁ ପୋଲିସ୍‌ ଓ ତହସିଲ ପ୍ରଶାସନ ବାରଣ କରିବା ସହିତ ଯେଉଁମାନେ ନ ମାନି ଚଳପ୍ରଚଳ କରୁଛନ୍ତି ସେମାନଙ୍କୁ ଆଣ୍ଠେଇବା ସହିତ ଜରିମାନା ଆଦାୟ କରାଯାଉଛି। ଫଳରେ ଲୋକମାନେ କିପରି ସୁରକ୍ଷିତ ରହିବା ସହିତ ଅଞ୍ଚଳକୁ କରୋନା ସଂକ୍ରମଣ ନ ହେବ ସେଥିପ୍ରତି ପ୍ରଶାସନ ସଜାଗ ରହିଥିବା ଗୋପାଳପୁର ଫାଣ୍ଡି ଅଧିକାରୀ ବଂଶୀଧର ପ୍ରଧାନ ପ୍ରକାଶ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ପର୍ଯ୍ୟବେକ୍ଷକଙ୍କ ଆଗରେ ଅସନ୍ତୋଷ ଝାଡ଼ିଲେ ଛାମୁଆ ନେତା

ବାଲେଶ୍ୱର, ୨୦୪(ମାନସ ବିଶ୍ୱାଳ):  ବାଲେଶ୍ୱର ଜିଲା ବାମପଦାସ୍ଥିତ ନୋସି ବିଜିନେସ ପାର୍କରେ ଶୁକ୍ରବାର ବିଜେଡିର ବାଲେଶ୍ୱର ସଂସଦୀୟ କ୍ଷେତ୍ରର ନିର୍ବାଚନୀ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା।...

ବଢ଼ିଲା ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ଅଡ଼ୁଆ

ଗୁଣପୁର,୨୦ା୪(ପ୍ରଦୀପ କୁମାର ପାଢ଼ୀ): ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ୍‌ ରଘୁବାରିଠାରେ ବିଜେଡି ନେତା ଗ୍ରାମବାସୀଙ୍କୁ ମାରପିଟ କରିବା ନେଇ ଆଇନ ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ନାଁରେ...

ଏକହୋଇ ଲଢ଼ିବାକୁ ପ୍ରଣବଙ୍କ ପରାମର୍ଶ

ଚଣ୍ଡିଖୋଲ,୨୦ା୪(ପ୍ରଦୀପ୍ତ କୁମାର ପୃଷ୍ଟି): ଯାଜପୁର ଜିଲାର ବଡ଼ଚଣା ଏକ ପ୍ରମୁଖ ବିଧାନସଭା ନିର୍ବାଚନମଣ୍ଡଳୀ। ହେଲେ ଏ ପର୍ଯ୍ୟନ୍ତ ବିଜେଡି ଏଠାରେ ପ୍ରାର୍ଥୀ ଘୋଷଣା କରିନାହିଁ। ଶୁକ୍ରବାର...

୩ ଜିଲା ଲକ୍ଷ୍ମୀ ବସ୍‌ ସେବାରେ ବାଧକ ସାଜିଛନ୍ତି ଧର୍ମେନ୍ଦ୍ର: ବିଜେଡି

ଭୁବନେଶ୍ୱର,୨୦ା୪(ଅନିଲ ଦାସ): ଓଡ଼ିଶାର ଲକ୍ଷ୍ମୀ ବସ୍‌ ସେବା ଭାରତର ଏକନମ୍ବର ଗ୍ରାମୀଣ ଯୋଗାଯୋଗ କାର୍ଯ୍ୟକ୍ରମ, ଯାହା ରାଜ୍ୟର ୧୦୦% ଜିଲାକୁ ସଂଯୋଗ କରୁଛି। ଯେଉଁଥିରେ ବ୍ଲକ୍‌...

ଟିକେଟ ଆଶା କରିଥିଲି, ମତେ ବି ଦୁଃଖ ଲାଗୁଛି

ଜଗତ୍‌ସିଂହପୁର, ୨୦ା୪(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁରର ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସ ଛାଡ଼ି ବିଜେଡିରେ ମିଶିଲା ପରେ ଟିକେଟ ନ ପାଇ ସବୁଠାରୁ ଦୁଃଖରେ...

ଡଙ୍ଗାବୁଡ଼ି ୨ ମୃତ, ୭ ନିଖୋଜ

ଝାରସୁଗୁଡ଼ା, (ସଞ୍ଜୟ ମାଲି) / ଭୁବନେଶ୍ୱର,(ଅନିଲ ଦାସ) ୨୦ା୪: ଝାରସୁଗୁଡ଼ା ଜିଲା ଲଖନପୁର ଦେଇ ପ୍ରବାହିତ ମହାନଦୀରେ ଶୁକ୍ରବାର ଅପରାହ୍ନରେ ଏକ ଡଙ୍ଗା ବୁଡ଼ିଯାଇଛି। ଏହି...

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri