କୋଦଳା/ କବିସୂର୍ଯ୍ୟନଗର, ୨୪ା୯(ଡି.ଏନ.ଏ.)-ଗଞ୍ଜାମ ଜିଲାର କୋଦଳା ଓ କବିସୂର୍ଯ୍ୟନଗରରେ ରବିବାର ରାତିରେ ସାପ କାମୁଡ଼ାରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। କୋଦଳା ଥାନା ବି.ନୂଆପଲ୍ଲୀ ଗ୍ରାମରେ ମା’, ପୁଅଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ମହିଳା ଗୁରୁତର ହୋଇଛନ୍ତି। ସେହିପରି କବିସୂର୍ଯ୍ୟନଗର ଥାନା ଏ.ବରିଡ଼ା ଗ୍ରାମର ଜଣେ ଯୁବକଙ୍କର ମଧ୍ୟ ସାପ କାମୁଡ଼ାରେ ମୃତ୍ୟୁ ଘଟିଛି।
ବି.ନୂଆପଲ୍ଲୀ ପରିଡ଼ାସାହିର କାଳିଆ ପରିଡ଼ାଙ୍କ ସ୍ତ୍ରୀ ମନାସ (୩୨) ଓ ତାଙ୍କ ପୁଅ ଆଶିଷ (୫) ଘରେ ଶୋଇଥିଲେ। ବିଳମ୍ବିତ ରାତିରେ ଉଭୟଙ୍କୁ କୌଣସି ଏକ ବିଷାକ୍ତ ସାପ କାମୁଡ଼ିଥିଲା। ମା, ପୁଅଙ୍କ ଚିତ୍କାର ଶୁଣି ବାହାରେ ଶୋଇଥିବା କାଳିଆ ଉଠିଆସି ଘରେ ସାପ ଥିବା ଦେଖିଥିଲେ। ସ୍ତ୍ରୀ ଓ ପୁଅଙ୍କୁ ସାପ କାମୁଡ଼ିଥିବା ଜାଣିବା ପରେ ପଡ଼ୋଶୀଙ୍କ ସହାୟତାରେ ଉଭୟଙ୍କୁ କୋଦଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ପ୍ରାଥମିକ ଚିକିତ୍ସା ପରେ ମନାସ ଓ ଆଶିଷଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲକୁ ନିଆଯାଉଥିଲା। ତେବେ ରାସ୍ତାରେ ଆଶିଷଙ୍କ ମୃତ୍ୟୁ ଘଟିଥିବା ବେଳେ ବଡ଼ ମେଡିକାଲରେ ମନାସଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣା ଶୁଣିବା ପରେ ସୋମବାର ସକାଳେ ପଡ଼ୋଶୀ ମାମାଲି ପରିଡ଼ା (୩୨) ମୃତ ମନାସଙ୍କ ଘର ଲୋକଙ୍କୁ ସାନ୍ତ୍ୱନା ଦେବାକୁ ଆସିଥିବା ବେଳେ ମା’, ପୁଅଙ୍କୁ କାମୁଡ଼ି ଘରେ ରହିଯାଇଥିବା ସାପଟି ତାଙ୍କୁ ମଧ୍ୟ କାମୁଡ଼ି ଦେଇ ପଳାଇଥିଲା। ମାମାଲିଙ୍କୁ ତୁରନ୍ତ ଖଲ୍ଲିକୋଟ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇ ପ୍ରାଥମିକ ଚିକିତ୍ସା ପରେ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି। ମନାସ ଓ ଆଶିଷଙ୍କ ମୃତଦେହ ବ୍ୟବଚ୍ଛେଦ ହୋଇ ରାତିରେ ଗ୍ରାମକୁ ଫେରିଛି।
ସେହିପରି ଏ.ବରିଡ଼ା ଗ୍ରାମର କୃଷ୍ଣଚନ୍ଦ୍ର ସାହୁ (୩୧) ରବିବାର ରାତିରେ ଖାଇପିଇ ଘରେ ଶୋଇଥିବା ବେଳେ ଏକ ବିଷଧର ସାପ ତାଙ୍କୁ କାମୁଡ଼ି ଦେଇଥିଲା। ସାପ କାମୁଡ଼ିବା ପରେ କୃଷ୍ଣଚନ୍ଦ୍ର କଡ଼ ଲେଉଟାଇବାରୁ ଶେଯରେ ଚାପି ହୋଇଯାଇଥିଲା। ସାପ କାମୁଡ଼ିଥିବା ଜାଣିବା ପରେ କୃଷ୍ଣଚନ୍ଦ୍ର ରାତି ପ୍ରାୟ ୧୧ଟାରେ ଅଧ କିଲୋମିଟର ଚାଲିଯାଇ ଏକ ଅଟୋ ଯୋଗେ ଆସିକା ମେଡିକାଲରେ ପହଞ୍ଚତ୍ଥିଲେ। ଭୋର ୪ଟାରେ ତାଙ୍କୁ ବ୍ରହ୍ମପୁର ମେଡ଼ିକାଲ ସ୍ଥାନାନ୍ତର କରାଯାଇଥିଲା। ସୋମବାର ସକାଳେ ୬ଟାରେ ସେଠାରେ ତାଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ଗ୍ରାମବାସୀ ସକାଳେ କୃଷ୍ଣଚନ୍ଦ୍ରଙ୍କ ଶେଯରେ ସାପଟି ମରି ପଡ଼ିଥିବା ଦେଖିବାକୁ ପାଇଥିଲେ। ବ୍ରହ୍ମପୁରରେ ମୃତଦେହ ବ୍ୟବଚ୍ଛେଦ ହୋଇ ସନ୍ଧ୍ୟାରେ ଗାଁକୁ ଆସିବା ପରେ ଅନ୍ତିମ ସଂସ୍କାର କରାଯାଇଥିଲା। ଗରିବ ଶ୍ରେଣୀର କୃଷ୍ଣଚନ୍ଦ୍ର ପରିବାରକୁ ସରକାରୀ ସହାୟତା ଯୋଗାଇ ଦେବାକୁ ଦାବି ହୋଇଛି। ଏ ସମ୍ପର୍କରେ ଥାନାରେ କୌଣସି ଖବର ନଥିବା ପୋଲିସ କହିଛି।
ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଶୁଭସ୍ଥମ୍ଭ ସ୍ଥାପନ
ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ଗ୍ରାମର ପୁରାତନ ତଥା ୨୫ ବର୍ଷର ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଆସନ୍ତା…
କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ
ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…
ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …
ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…
ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ
ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…
ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ
ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…
ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର
ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…
ତପ୍ତପାଣି ରେ ମା ‘ କନ୍ଧୁଣୀ ଦେବୀ ଙ୍କୁ ଦର୍ଶନ କଲେ ବିଧାନସଭା ଗୃହ କମିଟି
ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ରାଜ୍ୟ ବିଧାନସଭା ଗୃହ କମିଟି(ଉପସ୍ଥାପନ) ବ୍ରହ୍ମପୁର ଠାରୁ ଭାୟା ଦିଗପହଣ୍ଡି ଦେଇ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଗଞ୍ଜାମ – ଗଜପତି…
କେସିଙ୍ଗା ପଞ୍ଚାୟତ ସମିତିରେ ପାନୀୟଜଳବିଦ୍ୟୁତ ଉପରେ ଗୁରୁତ୍ୱ
କେସିଙ୍ଗା, ୨୧।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୧ତମ ସାଧାରଣ ବୈଠକ ଅଧ୍ୟକ୍ଷ ଚନ୍ଦନ କୁମାର ସେନାପତିଙ୍କ ସଭାପତିତ୍ୱରେ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ…
Archives

