ସାପ କାମୁଡ଼ାରେ ଶିଶୁ ମୃତ, ଉତ୍ତେଜନା

ରାୟଗଡ଼ା ଅଫିସ, ୨୯ା୮- ରାୟଗଡ଼ା ସହର ନିକଟସ୍ଥ ପିତାମହଲ ଗ୍ରାମରେ ଗୁରୁବାର ସାପ କାମୁଡ଼ାରେ ଜଣେ ଶିଶୁଙ୍କ ମୃତ୍ୟୁ ହୋଇଛି। ସେ ହେଲେ ଜଗନ ଲିମା(୫)। ଚିକିତ୍ସାରେ ଅବହେଳା ଯୋଗୁ ଶିଶୁଙ୍କର ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଏହାକୁ ନେଇ ହସପିଟାଲ ପରିସରରେ ଉତ୍ତେଜନା ଦେଖାଦେଇଥିଲା।
ଜଗନ ଘରେ ଖଟ ଉପରେ ବସି ଟିଭି ଦେଖୁଥିଲେ। ଏହି ସମୟରେ ଏକ ସାପ ତାଙ୍କ ଗୋଡ଼କୁ କାମୁଡ଼ି ଦେଇଥିଲା। ସଙ୍ଗେ ସଙ୍ଗେ ପରିବାର ଲୋକେ ତାଙ୍କୁ ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଜଗନଙ୍କ ମୃତ୍ୟୁ ହୋଇଥିଲା। ଡାକ୍ତରଙ୍କ ଉତ୍ତମ ଚିକିତ୍ସା ନ ହେବାରୁ ତାଙ୍କର ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ କରି ହୋହଲ୍ଲା କରିଥିଲେ। ଏମିତି କି ମୃତ ଦେହକୁ ଘରକୁ ନେବାକୁ ଜିଦ୍‌ ଧରିଥିଲେ। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିବା ପରେ ପରିସ୍ଥିତି ଶାନ୍ତ ପଡ଼ିଥିଲା। ଏ ନେଇ ଡା. ଆର୍ତବନ୍ଧୁ ନାୟକଙ୍କୁ ପଚାରିବାରୁ, ଶିଶୁକୁ ମେଡିକାଲକୁ ଆଣିବାରେ ବିଳମ୍ବ ହେବାରୁ ତାହାର ମୃତ୍ୟୁ ହୋଇଛ। ଶୁକ୍ରବାର ମୃତଦେହ ବ୍ୟବଚ୍ଛେଦ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଗଜପତି ଜିଲାର ନୂଆ ଜିଲାପାଳ ହେଲେ ଅକ୍ଷୟ ସୁନିଲ ଅଗ୍ରୱାଲ

ଗଜପତି(ଗିରିଧାରୀ ପରିଛା):୦୨/୦୧- ଗଜପତି ଜିଲ୍ଲାର ନୂଆ ଜିଲ୍ଲାପାଳ ହେଲେ ଅକ୍ଷୟ ସୁନିଲ ଅଗ୍ରୱାଲ । ନୂଆବର୍ଷରେ ନିଯୁକ୍ତି ଦେଇଛନ୍ତି ସରକାର । ଗତ କିଛି ଦିନ...

ଅସହାୟଙ୍କୁ ସାହା ‘ୟୁସେ ସଂଗଠନ’: ବୁଦ୍ଧିଜୀବୀଙ୍କ ପ୍ରଶଂସା

ପରଜଙ୍ଗ,୨।୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକର ବିଭିନ୍ନ ବସ୍ତି,ସାହି ମାନଙ୍କରେ ନୂତନ ବର୍ଷର ପ୍ରଥମ ଦିବସରେ ୟୁଥ ୟୁନାଇଟେଡ଼ ଫୋର୍‌ ସଷ୍ଟେନେବ୍ଲ୍ୟୁ ଏନଭର୍ଣ୍ଣମେଣ୍ଟ ଟ୍ରଷ୍ଟ...

ବଡ଼ ଧରଣର ATM ଲୁଟ୍, ଟଙ୍କା ସହ ମେସିନ ତାଡ଼ି ନେଇଗଲେ ଦୁର୍ବୃତ୍ତ

ବିଞ୍ଝାରପୁର,୨।୧ (ରାମକୃଷ୍ଣ ଦାସ ): ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ମଇଁନ୍ଦା ଛକରେ ଅଭାବନୀୟ ଘଟଣା । ଏଚଡିଏଫସି ବ୍ୟାଙ୍କର ଏଟିଏମ ମେସିନକୁ ଗୁରୁବାର ବିଳମ୍ବିତ ରାତିରେ...

ରାଜେଶ ହତ୍ୟାକୁ ଦେଢ଼ମାସ ବିତିଲା, ପୋଲିସ ହାତ ଖାଲି: ୧୧ରେ କଂଗ୍ରେସର ରାଜପଥ ଅବରୋଧ

ପରଜଙ୍ଗ,୨।୧ (ନିଗମାନନ୍ଦ ଦଳବେହେରା):ବହୁ ଚର୍ଚ୍ଚିତ ଫଟୋଗ୍ରାଫର୍‌ ରାଜେଶ ପାଣି ହତ୍ୟାକାଣ୍ଡକୁ ଇତିମଧ୍ୟରେ ଦେଢ଼ମାସ ବିତିଯାଇଥିଲେ ସୁଦ୍ଧା ହତ୍ୟାକାରୀଙ୍କୁ ଧରିବାରେ ପୋଲିସ ବିଫଳ ହୋଇଛି। ଏଣୁ ଗୁରୁବାର...

ଗରମ ଚା’ କଫି ପିଉଥିଲେ ସାବଧାନ! ଖାଦ୍ୟନଳୀରେ ହୋଇପାରେ…

ଶୀତଦିନ ଆସିବା ସହିତ, ଲୋକମାନେ ଗରମ ଜିନିଷ ଖାଇବା ଏବଂ ପିଇବାକୁ ପସନ୍ଦ କରନ୍ତି । ବିଶେଷ କରି ଗରମ ଚା ହେଉ କିମ୍ବା କଫି...

ନୂଆବର୍ଷରେ ପାକିସ୍ତାନରୁ ଆସିଲା ଖୋଲା ଚିଠି: ଲୋଡ଼ିଲା ଭାରତର ସହାୟତା

ଇସଲାମାବାଦ୍‌,୨।୨: ବାଲୁଚ ନେତା ମୀର ୟାର ବାଲୁଚ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଏକ ଖୋଲା ଚିଠି ଲେଖିଛନ୍ତି। ଏଥିରେ ସେ ଭାରତ ସରକାର...

ପ୍ରଥମଥର ସାର୍ବଜନୀନ ସ୍ଥାନରେ ନଜର ଆସିଲେ କିମ୍ ଜଙ୍ଗ ଉନଙ୍କ ଝିଅ

ସିଓଲ୍,୨।୧: ଉତ୍ତର କୋରିଆର ଶାସକ କିମ୍ ଜୋଙ୍ଗ୍ ଉନ୍‌ଙ୍କ ଝିଅ ଜୁ ଏ (Ju Ae) ପ୍ରଥମ ଥର ସାର୍ବଜନୀନ ସ୍ଥାନରେ ନଜର ଆସିଛନ୍ତି। ତାଙ୍କୁ...

ସ୍ୱାସ୍ଥ୍ୟାବସ୍ଥା ନେଇ ମୁହଁ ଖୋଲିଲେ ଆମେରିକା ରାଷ୍ଟ୍ରପତି, କହିଲେ ହାତରେ ନୀଳ ଚିହ୍ନ….

ନୂଆଦିଲ୍ଲୀ,୨।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ପୁଣି ଥରେ ଚର୍ଚ୍ଚା ଜୋର ଧରିଛି। ୭୯ ବର୍ଷ ବୟସରେ, ଟ୍ରମ୍ପ ରାଷ୍ଟ୍ରପତି ପଦ ସମ୍ଭାଳିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri