Posted inଜାତୀୟ

ସାବରିମାଳା ମନ୍ଦିରରେ ମହିଳାଙ୍କ ଉପରକୁ ଲଙ୍କା ପାଉଡର ସ୍ପ୍ରେ କଲେ ଯୁବକ

ଥିରୁଭନନ୍ତପୁରମ,୨୬।୧୧: କେରଳର ସାବରିମାଳା ମନ୍ଦିରରେ ଜଣେ ମହିଳାଙ୍କ ଲଙ୍କା ପାଉଡର ସ୍ପ୍ରେ କରାଯାଇଛି। ମନ୍ଦିରରେ ମହିଳାଙ୍କ ପ୍ରବେଶ ଅଧିକାର ଉପରେ ଲଢୁଥିବା ବିନ୍ଦୁ ଅମିନିଙ୍କ ଉପରେ ମଙ୍ଗଳବାର ଜଣେ ଯୁବକ ଲଙ୍କା ପାଉଡର ସ୍ପ୍ରେ କରିଥିଲେ। ପୋଲିସ କମିଶନର ଅଫିସ୍‌ ପାଖରେ ଏଭଳି ଘଟଣା ଘଟିଛି। ଚଳିତବର୍ଷ ଆରମ୍ଭରେ ବିନ୍ଦୁ ଅନ୍ୟ ଜଣେ ମହିଳାଙ୍କ ସହ ମନ୍ଦିର ପ୍ରବେଶ କରି ଭଗବାନ ଆୟପ୍ପାଙ୍କୁ ଦର୍ଶକନ କରିଥିଲେ। ମଙ୍ଗଳବାର ବିନ୍ଦୁ କାରରୁ ଓହ୍ଲାଇବା ମାତ୍ରେ ସେଠାରେ ଜଣେ ଗେରୁଆ ଧୋତି ପିନ୍ଧି ଯୁବକ ଜଣଙ୍କ ଲଙ୍କା ପାଉଡର ସ୍ପ୍ରେ କରି ସେଠାରୁ ପଳାଇଥିଲେ। ପୋଲିସ ଉକ୍ତ ବ୍ୟକ୍ତି ଧରିବାରେ ସଫଳ ହୋଇଛି। ତାଙ୍କ ନାମ ଶ୍ରୀନାଥ ପଦ୍ମନାଭନ(୨୮)। ସୂଚନାଯୋଗ୍ୟ, ସୁପ୍ରିମକୋର୍ଟଙ୍କ ଶୁଣାଣି ପରେ ଗତ ନଭେମ୍ବର ୧୬ରୁ ଖୋଲିଛି ସାବରିମାଳା ମନ୍ଦିର। ମଣ୍ଡଳ ପୂଜା ପାଇଁ ୪୧ ଦିନ ପର୍ଯ୍ୟନ୍ତ ମନ୍ଦିର ଖୋଲାଯାଇଛି। ସେପଟେ ପ୍ରଥମ ଦିନ ଦର୍ଶନ ପାଇଁ ଆସିଥିବା ୧୦ ଜଣ ମହିଳାଙ୍କୁ ମନ୍ଦିରରେ ପ୍ରବେଶ ପାଇଁ ପୋଲିସ ପକ୍ଷରୁ ବାରଣ କରିଥିଲା। ସୁରକ୍ଷା ଦୃଷ୍ଟିରୁ ମନ୍ଦିରରେ ୧୦ ହଜାର ଫୋର୍ସ ମୁତୟନ କରାଯାଇଛି। ସାବରିମାଳା ମନ୍ଦିରରେ ୧୦ରୁ ୫୦ ବର୍ଷ ବୟସର ମହିଳାଙ୍କ ପ୍ରବେଶ ଉପରେ କଟକଣା ରହିଛି। ଗତ ୧୪ ତାରିଖ ଏହା ବିରୋଧରେ ଦାଖଲ ରିଭ୍ୟୁ ପିଟସନକୁ ବୃହତ୍ତର ଖଣ୍ଡପୀଠକୁ ହସ୍ତାନ୍ତର କରିବାକୁ ନିଷ୍ପତ୍ତି ନେଇଥିଲେ ସୁପ୍ରିମକୋର୍ଟ। ବୃହତ୍ତର ବେଞ୍ଚ ରାୟ ଆସିବା ଯାଏ ଆୟପ୍ପା ମନ୍ଦିରରେ ସବୁ ବୟସର ମହିଳାମାନେ ପ୍ରବେଶ କରିପାରିବେ ବୋଲି ରାୟ ଦେଇଥିଲେ କୋର୍ଟ।


Enter your email to get our daily news in your inbox.

All Right Reserved By Dharitri.Com

ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ୱର,୧୯।୯: ଭୁବନେଶ୍ବର ଏୟରଫିଲ୍ଡ ଥାନା ଅଧୀନ ସୁନ୍ଦରପଦା ଅଞ୍ଚଳରେ ଥିବା ଏକ ରେଷ୍ଟୁରାଣ୍ଟରେ ଶନିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରେଷ୍ଟୁରାଣ୍ଟରେ ପୋଡି ଯାଇଥିବା ବେଳେ ଲକ୍ଷାଧିକ…

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ:ରୋଗୀଙ୍କ ଚିକିତ୍ସାରେ ବାଧା

ବାଲିଗୁଡ଼ା, ୧୯/୯ (ସଞ୍ଜୟ କୁମାର ପାଣିଗ୍ରାହୀ): ପୂଜା, ପର୍ବପର୍ବାଣି ଓ ବିଭିନ୍ନ ଉତ୍ସବ ଅବସରରେ ଡିଜେ ସାଉଣ୍ଡର ଅତ୍ୟଧିକ ବ୍ୟବହାର ଏବେ ସାଧାରଣ ଲୋକଙ୍କ ପାଇଁ ଅସୁବିଧାର…

ବଟେଶ୍ୱର ବେଳାଭୂମିରେ ‘ସ୍ୱଚ୍ଛ ସାଗର, ସୁରକ୍ଷିତ ସାଗର

ଗଞ୍ଜାମ, ୧୯/୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ଅନ୍ତର୍ଗତ କଣ୍ଟିଆଗଡ଼ସ୍ଥିତ ବଟେଶ୍ୱର ବେଳାଭୂମିଠାରେ ଶନିବାର ‘ସ୍ୱଚ୍ଛ ସାଗର, ସୁରକ୍ଷିତ ସାଗର’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

ଉପ-ନିର୍ବାଚନକୁ ନେଇ ମମତାଙ୍କୁ ବଡ଼ ଆଶ୍ୱସ୍ତି; ଏହି ଆସନରେ ହେଲା ଟୁଇଷ୍ଟ

କୋଲକାତା,୧୯।୯: ରେଜିନଗର ବିଧାନସଭା ଉପ-ନିର୍ବାଚନ ପାଇଁ ମମତା ବାନାର୍ଜୀଙ୍କ ଶିବିରର ପ୍ରାର୍ଥୀ ରବିଉଲ ଆଲାମ ଚୌଧୁରୀଙ୍କ ନାମାଙ୍କନକୁ ନେଇ ଶନିବାର ଏକ ନୂଆ ରାଜନୈତିକ ମୋଡ଼ ସାମ୍ନାକୁ…

ଗାଈକୁ ବଞ୍ଚାଇବାକୁ ଯାଇ ଓଲଟିଲା ଟୁରିଷ୍ଟ ବସ୍: ୧୫ରୁ ଊର୍ଦ୍ଦ୍ବ ଗୁରୁତର

ନୀଳଗିରି, ୧୯।୯, (ପ୍ରଶାନ୍ତ କୁମାର ବିଶ୍ବାଳ): ଶେରଗଡ଼ ନୀଳଗିରି ଦେଇ ମୟୁରଭଞ୍ଜକୁ ସଂଯୋଗ କରୁଥିବା ୧୯ନଂ ରାଜ୍ୟ ରାଜପଥର ଗୁହିରା ଏବଂ ଛତ୍ରପୁର ମଝି ରାସ୍ତା ଭୁଡୁରୁବଣି…

ଡେଙ୍ଗୁ ରୋଗୀଙ୍କ ପାଇଁ ହସ୍ପିଟାଲରେ ମିଳୁନି ସ୍ଥାନ, ଚଟାଣରେ ଚାଲିଛି ଚିକିତ୍ସା; ୧୮ ଦିନରେ ୭୯ ମୃତ୍ୟୁ

ଢାକା,୧୯।୯: ବର୍ତ୍ତମାନ ବାଂଲାଦେଶ ଏକ ଭୟଙ୍କର ଡେଙ୍ଗୁ ପ୍ରକୋପର ସାମ୍ନା କରୁଛି। ରାଜଧାନୀ ଢାକା ଏବଂ ଏହାର ଆଖପାଖ ଅଞ୍ଚଳରେ ଏହି ରୋଗ ଦ୍ରୁତ ଗତିରେ ବ୍ୟାପୁଥିବାରୁ…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?