ସାବେରୀ ନଦୀରେ ଡ୍ୟାମ୍‌ ନିର୍ମାଣ କରୁଛନ୍ତି ଛତିଶଗଡ଼ ସରକାର: ପ୍ରତିବାଦରେ ଜିଲା ଆଦିବାସୀ ସଂଘର ଶୋଭାଯାତ୍ରା

ମାଲକାନଗିରିି, ୧୧।୯(ଡି.ଏନ୍‌.ଏ)- ଛତିଶଗଡ଼ ସରକାର ସାବେରୀ ନଦୀରେ ଡ୍ୟାମ ନିର୍ମାଣ କରିବା ପ୍ରତିବାଦରେ ମଙ୍ଗଳବାର ମାଲକାନଗିରି ଜିଲାର ମାଥିଲି ବ୍ଲକ ଅନ୍ତର୍ଗତ ମହୁପଦରଠାରେ ଜିଲା ଆଦିବାସୀ ସଂଘ ପକ୍ଷରୁ ଏକ ଶୋଭାଯାତ୍ରା ଅନୁଷ୍ଟିତ ହୋଇଯାଇଛି। ନଦୀର କାକାରାଲ ଓ ଭୀମସେନ ମଧ୍ୟରେ ଏକ ଡ୍ୟାମ ନିର୍ମାଣ କରାଯାଉଥିବାରୁ ଟେମୁରୁପାଲ୍ଲୀ ପଞ୍ଚାୟତ ଓ ମହୁପଦର ପଞ୍ଚାୟତର ବହୁ ଗ୍ରାମ ଜଳାର୍ଣ୍ଣବ ହେବାର ଆଶଙ୍କା ରହିଛି। ଏହାକୁ ବିରୋଧ କରି ଜିଲା ଆଦିବାସୀ ସଂଘ ନେତା ବିଦେଶୀ ଗୌଡ଼, ସରପଞ୍ଚ ବସନ୍ତ ମାଡ଼ିଙ୍କ ସମେତ ବହୁ ଆଦିବାସୀ ନେତା ଓ ସରପଞ୍ଚ ଯୋଗ ଦେଇ ମହୁପଦରଠାରେ ଏକ ଶୋଭାଯାତ୍ରା କରି ଛତିଶଗଡ଼ ସରକାର ବିରୁଦ୍ଧରେ ବିଭିନ୍ନ ସ୍ଲୋଗାନ ଦେଇଛନ୍ତି। ଏଥିରେ ହଜାର ହଜାର ଆଦିବାସୀ ଯୋଗ ଦେଇଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଧାନ ଚୋରି କରି ନେଇଯାଉଥିବା ବେଳେ ଦୁର୍ଘଟଣା ହେଲା ଟ୍ରକ, ଚାଳକ….

ଅତାବିରା,୧୦।୬(ଯୁଧିଷ୍ଠିର ମହାପାତ୍ର): ରାଜ୍ୟରେ ରବି ଧାନ କିଣାବିକା ଅବଧି ଯେତେ ବିତୁଛି, ସେତିକି ଚାଷୀ ସମସ୍ୟା ବଢ଼ିବାରେ ଲାଗିଛି । କେତେବେଳେ ଟୋକନ ତ ଆଉ କେତେବେଳେ…

ଧକ୍କା ଦେଇ ସ୍କୁଟିକୁ ଘୋଷାଡ଼ି ନେଲା ପିକ୍‌ଅପ୍‌, ଆଉ ତା’ ପରେ…

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଖଦାଲପଡ଼ା ସୁରୁଚି ମାର୍କେଟ ସମ୍ମୁଖ ରାସ୍ତାରେ ବୁଧବାର ଘଟିଛି ଏକ ସଡ଼କ ଦୁର୍ଘଟଣା। ଏକ ପିକ୍‌ଅପ୍‌ ଗାଡ଼ି ଜଣେ ଓକିଲଙ୍କ…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ କାର୍ଯ୍ୟ ଶେଷ କରିବାକୁ ହିତାଧିକାରୀଙ୍କୁ ନିର୍ଦ୍ଦେଶ

କେସିଙ୍ଗା,୧୦ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ସଭାପତିତ୍ୱରେ ପୌର ଅଞ୍ଚଳରେ ପ୍ରଧାନମନ୍ତ୍ରୀ ଆବାସ ଗୃହ ୧.୦ ମାଧ୍ୟମରେ କାର୍ଯ୍ୟ ସମ୍ପୂର୍ଣ୍ଣ କରୁ…

ଦୁର୍ଘଟଣାରେ ମା’-ଝିଅଙ୍କ ମୃତ୍ୟୁକୁ ନେଇ କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡି

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀନଗରପଡ଼ା ୨୬ ନମ୍ବର ଜାତୀୟ ରାଜପଥରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ମା’ ଝିଅଙ୍କ ମୃତ୍ୟୁ ଘଟିଥିଲା।…

ଶସ୍ତା ହେଲା ସୁନା; ୪ହଜାରରୁ ଅଧିକ ହ୍ରାସ, ଜାଣନ୍ତୁ କେତେ ରହିଛି ୨୨-୨୪ କ୍ୟାରେଟର ଦାମ୍

ନୂଆଦିଲ୍ଲୀ,୧୦।୬: ଆଜି ଅନ୍ତର୍ଜାତୀୟ ଏବଂ ଘରୋଇ ସୁନା ବଜାରରେ ସୁନା ଏବଂ ରୂପା ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ପରିଲକ୍ଷିତ ହେଉଛି । ପଶ୍ଚିମ ଏସିଆରେ ଇରାନ…

ସୂର୍ଯ୍ୟବଂଶୀଙ୍କୁ ପୁଣି ବଡ଼ ସୁଯୋଗ? ଆଫଗାନିସ୍ତାନ ବିପକ୍ଷ ମ୍ୟାଚ୍‌ରେ ଟିମ୍‌ରେ ମିଳିବ…

ନୂଆଦିଲ୍ଲୀ,୧୦।୬: ତିଲକ ବର୍ମାଙ୍କ ଅଧିନାୟକତ୍ୱରେ, ଭାରତ ଶ୍ରୀଲଙ୍କାରେ ଖେଳାଯାଉଥିବା ତ୍ରି-ସିରିଜର ଏକ ଚମତ୍କାର ଆରମ୍ଭ କରିଛି। ଭାରତୀୟ ଦଳ ସେମାନଙ୍କର ପ୍ରଥମ ମ୍ୟାଚରେ ଆୟୋଜକ ଶ୍ରୀଲଙ୍କା ଏ…

ସାଙ୍ଗମାନଙ୍କ ସହ ଗାଧୋଇବାବେଳେ ପାଣିରେ ବୁଡ଼ି ୨ ଜଣଙ୍କ ଜୀବନ ଗଲା

ନୀଳଗିରି,୧୦ା୬(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ରାଧାକିଶୋରପୁର ପଞ୍ଚାୟତ ସୋନ ନଦୀ ରଣିତ ଘାଟରେ ଘଟିଛି ଅଘଟଣ। ବୁଧବାର ମଧ୍ୟାହ୍ନରେ ଦୁଇ ସାଙ୍ଗ ଜାମୁକୋଳି…

ମୋଦି ସରକାରଙ୍କ ୧୨ ବର୍ଷ ପୂର୍ତ୍ତି ଅବସରରେ କ୍ୟାବିନେଟରେ ବଡ଼ ନିଷ୍ପତ୍ତି, ମେଟ୍ରୋ….

ନୂଆଦିଲ୍ଲୀ,୧୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଏନଡିଏ ସରକାରଙ୍କ ୧୨ ବର୍ଷ ପୂରଣ ଉପଲକ୍ଷେ ବୁଧବାର କେନ୍ଦ୍ର କ୍ୟାବିନେଟର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri