ସାବେରୀ ନଦୀରେ ଭାସି ଯାଇଥିବା ଯୁବକଙ୍କ ମୃତଦେହ ଉଦ୍ଧାର

ମାଲକାନଗିରି,୯।୭(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଛତିଶଗଡ଼ ପଡିଆ ଥାନା ଅଞ୍ଚଳ ସାବେରୀ ନଦୀ କୂଳରେ ଥିବା ସିଙ୍ଗାଣିଗୁଡ଼ା ଗ୍ରାମର ଲାକା ପଡ଼ିଆମି ନଦୀରେ ଭାସି ଯାଇ ନିଖୋଜ ଥିଲେ। ତେବେ ମଙ୍ଗଳବାର ତାଙ୍କ ମୃତଦେହ ଉଦ୍ଧାର କରାଯାଇଛି।
ଗତ ଶନିବାର ସନ୍ଧ୍ୟାରେ ସିଙ୍ଗାନିଗଡ଼ାର ଲାକା , ଦୁଲା ପଡ଼ିଆମି ଓ ମଙ୍ଗୁଳୁ କବାସି ଏମ.ଭି-୬୬ ଗ୍ରାମ ନିକଟରେ ଥିବା ନଦୀରେ ମାଛ ଧରିବାକୁ ଯାଇଥିଲେ ା ମାଛ ଧରି ନଦୀରେ ପହଁରି ଫେରୁଥିବା ବେଳେ ଦୁଲା ଓ ମଙ୍ଗୁଳୁ ନଦୀ ପାର୍‌ ହୋଇ କୂଳରେ ପହଞ୍ଚି ଥିଲେ। ମାତ୍ର ପଛରେ ଥିବା ଲାକା କୂଳରୁ ଅଳ୍ପ ଦୂରରେ ଥିବାବେଳେ ହଠାତ୍‌ ନଦୀ ଜଳ ବୃଦ୍ଧି ଯୋଗୁ ପ୍ରଖର ସ୍ରୋତରେ ଭାସି ଯାଇଥିଲୋ ଦୁଲା ଓ ମଙ୍ଗୁଳୁ ଲାକାଙ୍କୁ ଉଦ୍ଧାର କରିବା ପାଇଁ ଚେଷ୍ଟା କରିଥିଲେ ମଧ୍ୟ ବିଫଳ ହୋଇଥିଲେ ା ଗ୍ରାମରେ ଖବର ପହଞ୍ଚିବା ପରେ ପଡ଼ିଆର ଅଗ୍ନିଶମ ବିଭାଗ ଅଧିକାରୀ ବିରେନ୍ଦ୍ର ସିଂ, କର୍ମଚାରୀ ଏବଂ ସ୍ଥାନୀୟ ଲୋକମାନେ ଅନେକ ଖୋଜା ଖୋଜି କରିଥିଲୋ ହେଲେ ତାଙ୍କର ସନ୍ଧାନ ମିଳିପାରି ନ ଥିଲା। ମଙ୍ଗଳବାର ମଧ୍ୟ ନିଖୋଜ ଲାକାଙ୍କୁ ଉଦ୍ଧାର ପାଇଁ ଅଗ୍ନିଶମ ଏବଂ ଅଞ୍ଚଳବାସୀ ବହୁ ଚେଷ୍ଟା କରିବା ପରେ ତାଙ୍କ ମୃତଦେହ ପାଇଥିଲେ। ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରାଯିବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏନ୍‌ଏସ୍‌ଏସ୍‌ ଅର୍ଥ ୧୦ ତାରିଖ ସୁଦ୍ଧା ଖର୍ଚ୍ଚ କର ଯଦି ନ ହୁଏ ତେବେ…

ଭଞ୍ଜନଗର,୨ା୧(ବାବୁଲା ପ୍ରଧାନ): ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌) ଅର୍ଥ ନିର୍ଦ୍ଧାରିତ ସମୟ ମଧ୍ୟରେ କିଭଳି ଖର୍ଚ୍ଚ ହେବ ସେନେଇ ଅନଲାଇନ ମାଧ୍ୟମରେ ଏକ ସମୀକ୍ଷା ବୈଠକ...

ଜବ୍‌ କାର୍ଡ ଦେଖାଇ ଖାଇଗଲେ ୫୫ ଲକ୍ଷ ଟଙ୍କା, ବନ୍ଧାହେଲେ ଫରେଷ୍ଟର

ଭବାନୀପାଟଣା,୨ା୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ଅନ୍ତର୍ଗତ ଥୁଆମୂଳ ରାମପୁର ରେଞ୍ଜର ପୂର୍ବତନ ଫରେଷ୍ଟର ଜୟ କୁମାର ଜୁଆଡ଼ଙ୍କୁ ୫୫ଲକ୍ଷ ଟଙ୍କା ଆତ୍ମସାତ୍‌...

ମୁମ୍ବାଇ ଇଣ୍ଡିଆନ୍ସ ଲଞ୍ଚ କଲା ନୂଆ ଜର୍ସି, ଗତ ସିଜନଠାରୁ କେତେ ଭିନ୍ନ, ଜାଣନ୍ତୁ…

ନୂଆଦିଲ୍ଲୀ,୨।୧: ମୁମ୍ବାଇ ଇଣ୍ଡିଆନ୍ସ ମହିଳା ପ୍ରିମିୟର ଲିଗ ୨୦୨୬ ପାଇଁ ସେମାନଙ୍କର ନୂତନ ଜର୍ସି ଉନ୍ମୋଚନ କରିଛି। ଦଳଟି ସେମାନଙ୍କର ଅଫିସିଆଲ ସୋସିଆଲ ମିଡିଆରେ ଏକ...

ଏହି ନୂଆବର୍ଷରେ ଘର ତିଆରି ହେବ ମହଙ୍ଗା, ବୃଦ୍ଧି ପାଇବ ସିମେଣ୍ଟ ଦର, ବ୍ୟାଗ୍‌ ପିଛା…

ନୂଆଦିଲ୍ଲୀ,୨ା୧: ନୂଆବର୍ଷ ଅବସରରେ ମୁଦ୍ରାସ୍ଫୀତି ସମ୍ପର୍କରେ ନିରାଶାଜନକ ଖବର ଆସିଛି। ପ୍ରକୃତରେ କମ୍ପାନୀଗୁଡ଼ିକ ସିମେଣ୍ଟର ମୂଲ୍ୟ ବୃଦ୍ଧି କରିବାକୁ ପ୍ରସ୍ତୁତ ହେଉଛନ୍ତି। ଏକ ରିପୋର୍ଟ ଅନୁଯାୟୀ,...

ଆଖିରେ ଆଖିଏ ଲୁହ ନେଇ ବିଦାୟ ନେଲେ ଏହି କ୍ରିକେଟର, ଖୋଲିଲେ ଗୁମର

ନୂଆଦିଲ୍ଲୀ,୨।୧: ପାକିସ୍ତାନରେ ଜନ୍ମିତ ଅଷ୍ଟ୍ରେଲିୟ ଅଭିଜ୍ଞ ବ୍ୟାଟ୍ସମ୍ୟାନ ଉସମାନ ଖ୍ବାଜା ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ସେ ଶେଷ ଥର ପାଇଁ ସିଡନୀ କ୍ରିକେଟ...

ପାକିସ୍ତାନ ହୋଇଯିବ ମାଲାମାଲ: ବିଶାଳ ଭଣ୍ଡାର ମିଳିବା ପରେ ଖୁସିରେ ଗଦଗଦ ହେଲେ ଶେହବାଜ ଶରିଫ

ଇସଲାମାବାଦ୍‌,୨।୧: ପାକିସ୍ତାନ ଖାଇବର ପଖତୁନଖୱା ପ୍ରଦେଶରେ ଅଶୋଧିତ ତୈଳ ଏବଂ ପ୍ରାକୃତିକ ଗ୍ୟାସର ନୂତନ ଭଣ୍ଡାର ଆବିଷ୍କାର କରିଥିବା ଦାବି କରିଛି। ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ...

ଏହା ଡବଲ ଗେମ୍‌…, କ୍ରିକେଟର୍ସଙ୍କ ସହ ହ୍ୟାଣ୍ଡସେକ୍‌ ପାଇଁ କାହିଁକି ନାହିଁ ଅନୁମତି? ଜୟଶଙ୍କରଙ୍କ ସହ PAK ସ୍ପିକରଙ୍କ ହାତ ମିଳାଇବାକୁ ନେଇ…

ଇସଲାମାବାଦ/ନୂଆଦିଲ୍ଲୀ,୨।୧: ପାକିସ୍ତାନୀ ବିଶେଷଜ୍ଞ କମର ଚିମା ଢାକାରେ ପାକିସ୍ତାନ ଜାତୀୟ ପରିଷଦର ବାଚସ୍ପତି ଆୟାଜ ସାଦିକଙ୍କ ସହ ବୈଦେଶିକ ମନ୍ତ୍ରୀ ଡକ୍ଟର ଏସ. ଜୟଶଙ୍କରଙ୍କ ହାତ...

ହାତୀର ଟ୍ରାଙ୍କୁଲାଇଜ୍‌ ଚିକିତ୍ସା ପାଇଁ ଅନୁମତି ମାଗିଥିଲା ବନ ବିଭାଗ, ହେଲେ…

ବଲାଙ୍ଗୀର,୨ା୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ରେଞ୍ଜ ବେଲଗାଁ ସେକ୍ସନ ନାରିକଟା ବିଟ୍‌ ବିଜେପୁର ପଞ୍ଚାୟତ ବର୍ଣ୍ଣି ଜଙ୍ଗଲସ୍ଥିତ ନୀମପଡ଼ା ଗାଁର ନାଳରେ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri