ସାବେରୀ ନଦୀରେ ଭାସି ଯାଇଥିବା ଯୁବକଙ୍କ ମୃତଦେହ ଉଦ୍ଧାର

ମାଲକାନଗିରି,୯।୭(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଛତିଶଗଡ଼ ପଡିଆ ଥାନା ଅଞ୍ଚଳ ସାବେରୀ ନଦୀ କୂଳରେ ଥିବା ସିଙ୍ଗାଣିଗୁଡ଼ା ଗ୍ରାମର ଲାକା ପଡ଼ିଆମି ନଦୀରେ ଭାସି ଯାଇ ନିଖୋଜ ଥିଲେ। ତେବେ ମଙ୍ଗଳବାର ତାଙ୍କ ମୃତଦେହ ଉଦ୍ଧାର କରାଯାଇଛି।
ଗତ ଶନିବାର ସନ୍ଧ୍ୟାରେ ସିଙ୍ଗାନିଗଡ଼ାର ଲାକା , ଦୁଲା ପଡ଼ିଆମି ଓ ମଙ୍ଗୁଳୁ କବାସି ଏମ.ଭି-୬୬ ଗ୍ରାମ ନିକଟରେ ଥିବା ନଦୀରେ ମାଛ ଧରିବାକୁ ଯାଇଥିଲେ ା ମାଛ ଧରି ନଦୀରେ ପହଁରି ଫେରୁଥିବା ବେଳେ ଦୁଲା ଓ ମଙ୍ଗୁଳୁ ନଦୀ ପାର୍‌ ହୋଇ କୂଳରେ ପହଞ୍ଚି ଥିଲେ। ମାତ୍ର ପଛରେ ଥିବା ଲାକା କୂଳରୁ ଅଳ୍ପ ଦୂରରେ ଥିବାବେଳେ ହଠାତ୍‌ ନଦୀ ଜଳ ବୃଦ୍ଧି ଯୋଗୁ ପ୍ରଖର ସ୍ରୋତରେ ଭାସି ଯାଇଥିଲୋ ଦୁଲା ଓ ମଙ୍ଗୁଳୁ ଲାକାଙ୍କୁ ଉଦ୍ଧାର କରିବା ପାଇଁ ଚେଷ୍ଟା କରିଥିଲେ ମଧ୍ୟ ବିଫଳ ହୋଇଥିଲେ ା ଗ୍ରାମରେ ଖବର ପହଞ୍ଚିବା ପରେ ପଡ଼ିଆର ଅଗ୍ନିଶମ ବିଭାଗ ଅଧିକାରୀ ବିରେନ୍ଦ୍ର ସିଂ, କର୍ମଚାରୀ ଏବଂ ସ୍ଥାନୀୟ ଲୋକମାନେ ଅନେକ ଖୋଜା ଖୋଜି କରିଥିଲୋ ହେଲେ ତାଙ୍କର ସନ୍ଧାନ ମିଳିପାରି ନ ଥିଲା। ମଙ୍ଗଳବାର ମଧ୍ୟ ନିଖୋଜ ଲାକାଙ୍କୁ ଉଦ୍ଧାର ପାଇଁ ଅଗ୍ନିଶମ ଏବଂ ଅଞ୍ଚଳବାସୀ ବହୁ ଚେଷ୍ଟା କରିବା ପରେ ତାଙ୍କ ମୃତଦେହ ପାଇଥିଲେ। ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରାଯିବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାକୁ ଡାକୁଛି ବେପରୁଆ ‘ୟୁ-ଟର୍ନ’

କାଏମା,୨୫ା୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ୧୬ ନମ୍ବର ଜାତୀୟ ରାଜପଥର ଚଣ୍ଡିଖୋଲ ରେଲୱେ ଓଭରବ୍ରିଜ ନିକଟରେ ଥିବା କଟ ପଏଣ୍ଟରେ ଗାଡ଼ିଗୁଡ଼ିକ ନେଉଥିବା ବେପରୁଆ ‘ୟୁ-ଟର୍ନ’…

ଝଗଡ଼ା ପରେ ସୀମା ପାର୍ କଲେ କୋହଲିଙ୍କ ଫ୍ୟାନ୍ସ, ଟ୍ରାଭିସ୍ ହେଡଙ୍କ ପତ୍ନୀଙ୍କୁ ଗାଳିଗୁଲଜ

ନୂଆଦିଲ୍ଲୀ,୨୫ା୫: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍ ସମୟରେ ବିରାଟ କୋହଲି ଏବଂ ଟ୍ରାଭିସ୍ ହେଡ୍ ମୁହାଁମୁହିଁ ହୋଇଥିଲେ । ଫଳସ୍ୱରୂପ,…

ଟ୍ବିଶା ଶର୍ମା ମାମଲାର ସୁପ୍ରିମକୋର୍ଟରେ ଶୁଣାଣି, CJI କହିଲେ ଆମେ ଦୁଃଖିତ ଯେ…

ନୂଆଦିଲ୍ଲୀ,୨୫।୫: ସୋମବାର (୨୫ ମଇ, ୨୦୨୬) ଭୋପାଳରେ ଟ୍ବିଶା ଶର୍ମା ମାମଲାର ଶୁଣାଣି ସମୟରେ, ମୁଖ୍ୟ ବିଚାରପତି ସୂର୍ଯ୍ୟକାନ୍ତ (CJI) ମତ ଦେଇଥିଲେ ଯେ ମୃତକଙ୍କ ଶାଶୁ…

ଚାଲିଥିଲା ଦେହ ବ୍ୟବସାୟ, ମାଡ଼ି ବସିଲା ପୋଲିସ, ପାଖରୁ ମିଳିଲା ଏହି ଆପତ୍ତିଜନକ ଜିନିଷ

ବରଗଡ଼,୨୫ା୫(ପ୍ରେମାନନ୍ଦ କମାରୀ): ବରଗଡ଼ ଟାଉନ ଥାନା ପୋଲିସ ରବିବାର ଡାଙ୍ଗ ଛକ ନିକଟ ପିପିଲିପାଲି ଗ୍ରାମରେ ଏକ ସେକ୍ସ ରାକେଟ ଠାବ କରିଛି। ସେଠାରେ ଦେହ ବ୍ୟବସାୟ…

ମିଳିତ ଜନଅଭିଯାଗ ଶୁଣାଣି: ପ୍ରଚଣ୍ଡ ଖରାକୁ ଖାତିର ନ କରି ବ୍ଲକ କାର୍ଯ୍ୟାଳୟରେ ପହଞ୍ଚିଲେ ଶତାଧିକ ଲୋକ

ଦାରିଙ୍ଗବାଡ଼ି,୨୫ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଏବଂ ଏସ୍‌ପି ହରିଶ ବିଶିଙ୍କ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ…

ନୂଆ ରେଳ ନିୟମ! ଟ୍ରେନ ଯାତ୍ରା ସମୟରେ ଏହି ଭୁଲ୍ ପହଞ୍ଚାଇପାରେ ଜେଲ୍

ନୂଆଦିଲ୍ଲୀ,୨୫।୫: ପ୍ରତିଦିନ, ଭାରତରେ ଲକ୍ଷ ଲକ୍ଷ ଲୋକ ଟ୍ରେନରେ ଯାତ୍ରା କରନ୍ତି । କିନ୍ତୁ ଟ୍ରେନରେ ଏପରି କିଛି ନିୟମ ରହିଛି ଯାହାକୁ ଅବମାନନା କଲେ ଜେଲ୍…

ଚର୍ଚ୍ଚାରେ ପଡିଲା ପୂର୍ଣ୍ଣଛେଦ, ବିଜେଡି ଛାଡ଼ିଲେ ରାଜ୍ୟ ସଭା ଏମପି ଦେବାଶିଷ ସାମନ୍ତରାୟ

ଭୁବନେଶ୍ବର,୨୫।୫: ବିଜେଡିକୁ ପୁଣି ଏକ ଝଟକା ମିଳିଛି । ରାଜ୍ୟ ସଭା ଏମପି ଦେବାଶିଷ ସାମନ୍ତରାୟ ବିଜେଡି ଛାଡିଛନ୍ତି । ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ସେ…

କେଏସ୍‌ୟୁବି କଲେଜର ହେବ ବିକାଶ, ନୂଆ ଅଧ୍ୟକ୍ଷ ଲୋଡ଼ିଲେ ବିଧାୟକ-ଉପଜିଲାପାଳଙ୍କ ସହଯୋଗ

ଭଞ୍ଜନଗର,୨୫ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ରାଜ୍ୟର ଏକ ପୁରାତନ ମହାବିଦ୍ୟାଳୟ। ୧୯୬୦ରେ ନିର୍ମିତ ଏହି ମହାବିଦ୍ୟାଳୟ ବ୍ରହ୍ମପୁର ବିଶବିଦ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri