ଭୁବନେଶ୍ୱର, ୨୫ ।୪(ବ୍ୟୁରୋ)- ରାଜଧାନୀରେ ନିର୍ବାଚନକୁ ନେଇ ପୋଲିସ ମଙ୍ଗଳବାର ବ୍ୟସ୍ତଥିବାବେଳେ ଏପଟେ ରାସ୍ତା ଓ ବଜାରରେ ମାତିଥିଲେ ଲୁଟେରା। ତେବେ ଲୁଟେରା ଜଣକ ଏକ ଦମ୍ପତିଙ୍କଠାରୁ ଲୁଟ୍ କରି ପଳାଉଥିବାବେଳେ ୪ଜଣ ସାମାଜିକ କର୍ମୀ ଗୋଡ଼ାଇ କାବୁ କରିବା ଓ ଲୁଟେରା ଜଣକ ହେଲ୍ମେଟ୍ରେ ଆକ୍ରମଣ କରି ଖସିିଯିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଖାରବେଳନଗର ଥାନା ଅଞ୍ଚଳରେ ଘଟିଥିଲା ଏହି ଘଟଣା। ରାଜସ୍ଥାନର ସୁଧାକର ରତ୍ଓ୍ବା ଖଣ୍ଡଗିରି ଅଞ୍ଚଳରେ ପରିବାର ସହ ରହିବା ରୁହନ୍ତି। ସେ ଏକ ଘରୋଇ କଲେଜର କର୍ମଚାରୀ। ମଙ୍ଗଳବାର ସନ୍ଧ୍ୟାରେ ସୁଧାକର ତାଙ୍କ ସ୍ତ୍ରୀ ଭାରତୀଙ୍କ ସହ ମାଷ୍ଟର କ୍ୟାଣ୍ଟିନସ୍ଥିତ ଏକ ଜୁଏଲାରୀ ଦୋକନକୁ ଆସିଥିଲେ। ସେଠାରୁ ବାହାରିବାପରେ ଲୁଟେରା ଜଣକ ଭାରତୀଙ୍କ ହାତରୁ ଭ୍ୟାନିଟି ବ୍ୟାଗ ଝାମ୍ପିନେଇ ଫେରାର ହୋଇଯାଉଥିଲେ। ଚିତ୍କାର ଶୁଣି ସେଠାରେ ଉପସ୍ଥିତ ଥିବା ଫନିକ୍ସ ସେବାର ସଦସ୍ୟମାନେ ଦୁଇଟି ବାଇକରେ ଉକ୍ତ ଲୁଟେରାଙ୍କ ପିଛା କରିଥିଲେ। କିଛି ସମୟ ପରେ ସେମାନେ ଅତି ସାହସିକତାର ସହ ଉକ୍ତ ଲୁଟେରାଙ୍କୁ ଗୋଡାଇ ରବି ଟକିଜ ଛକ ନିକଟରେ କାବୁ କରିଥିଲେ। କିଛି ସମୟ ଧରି ଲୁଟେରାଙ୍କ ସହ ସେମାନଙ୍କର ଧସ୍ତାଧସ୍ତି ହୋଇଥିଲା। ଶେଷରେ ଲୁଟେରା ଜଣକ ପିନ୍ଧିଥିବା ହେଲ୍ମେଟ୍ରେ ଆକ୍ରମଣ କରିବା ସହ ନିଜ ବାଇକ୍ ଓ ଲୁଟ୍ ଭ୍ୟାନିଟ ବ୍ୟାଗ୍ ଛାଡ଼ି ଦୌଡ଼ିଥିଲେ। ପରେ ସାମାଜିକ କର୍ମୀମାନେ ସେସବୁକୁ ଆଣି ପୋଲିସ ଜିମା ଦେଇଛନ୍ତି। ଉକ୍ତ ବ୍ୟାଗରେ ନଗଦ ୪ ହଜାର ଟଙ୍କା, ନୂଆ ଅଳଙ୍କାର ଓ ଜରୁରୀ କାଗଜ ପତ୍ର ରହିଥିଲା। ଏନେଇ ପୋଲିସ ୧୧୩/୧୯ରେ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି। ତେବେ ଲୁଟେରା ଛାଡ଼ିଯାଇଥିବା ବାଇକଟି ମଧ୍ୟ ଚୋରି ବୋଲି ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି।
ସାମାଜିକ କର୍ମୀଙ୍କୁ ହେଲ୍ମେଟରେ ପିଟି ଖସିଗଲେ ଲୁଟେରା: ଚୋରି ବାଇକ, ଲୁଟ୍ ଭ୍ୟାନିଟି ପୋଲିସ ଜିମା
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ
ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…
ଭୁବନେଶ୍ୱର ଫୁଲ ଦୋକାନ
ଫର୍ନସ ଏନ୍ ପେଟାଲ୍ସ ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ
କଳିଙ୍ଗ ଫିଟନେସ୍ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍ରେ ସବୁ ପ୍ରକାର…
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ
ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…
କଟକ ଦହିବରା ଆଳୁଦମ
ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ
ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…
ଶ୍ରେଷ୍ଠ ପାଞ୍ଚ ପୁରୀର ମଠ
ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…
ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ
ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

