ସାମାଜିକ ଦୂରତ୍ୱ ନିୟମ ମାନୁ ନାହାନ୍ତି

ଉଦଳା,୬ା୫(ଡି.ଏନ୍‌.ଏ.)- ଗ୍ରୀନ ଜୋନ୍‌ରେ ଥିବା ମୟୂରଭଞ୍ଜ ଉଦଳାରେ ଦୋକାନ ବଜାର ଖୋଲାଯାଇଛି। ହେଲେ ଏଠାରେ ଅସମ୍ଭବ ଗହଳି ଦେଖିବାକୁ ମିଳୁଛି। ଗ୍ରୀନ୍‌ ଜୋନରେ ଦୋକାନ ଖୋଲିବା ସମୟରେ କେତେକ କଟକଣା ରହିଥିବା ବେଳେ ତାହାକୁ ଖୋଲାଖୋଲି ଉଲ୍ଲଂଘନ କରାଯାଉଛି। ବିଶେଷକରି ସାମାଜିକ ଦୂରତ୍ୱ ଏବଂ ମାସ୍କ ପରିଧାନ ନିୟମ ବାଧ୍ୟତାମୂଳକ ଥିବା ବେଳେ ତାହାକୁ ଏଠାରେ ଉଲ୍ଲଂଘନ କରାଯାଉଥିବା ଦେଖିବାକୁ ମିଳୁଛି। କଟକଣା କୋହଳ ହେବା ପରେ ଦୋକାନ ବଜାର ଖୋଲିଥିବା ବେଳେ କୌଣସି ଦୋକାନ ସମ୍ମୁଖରେ ବୃତ୍ତ ଚିହ୍ନ ବୁଲାଯାଇ ନାହିଁ। ଏହା ସହିତ ଦୋକାନ ସମ୍ମୁଖରେ ପ୍ରବଳ ଭିଡ଼ ଲାଗି ରହୁଥିବା ଦେଖାଯାଇଛି। ମାର୍କେଟ କମ୍ପ୍ଲେକ୍ସରେ ଥିବା ଦୋକାନ ନ ଖୋଲିବା ପାଇଁ କଟକଣା ରହିଥିବା ବେଳେ ତାହାକୁ ଉଲ୍ଲଂଘନ କରାଯାଇ ଦୋକାନ ଖୋଲାଯାଉଛି। ପୂର୍ବରୁ ଉଦଳାରେ ଦୈନନ୍ଦିନ ଯେପରି ବଜାର ଭିଡ଼ ରୁହେ ସେହିପରି ଭିଡ ପରିଲକ୍ଷିତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

କଂସ ଅତ୍ୟାଚାରରେ ମୁନିଋଷି ଆତଙ୍କିତ: ମଥୁରାରେ ପ୍ରବେଶ କଲେ କୃଷ୍ଣ ବଳରାମ

ମଥୁରାନଗରୀ/ଗୋପପୁର,୨।୧(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୁରୁବାର ଥିଲା ନବମ ଦିବସ। ଗୋପପୁରରେ ବେନିଭାଇ ଶ୍ରୀକୃଷ୍ଣ, ବଳରାମଙ୍କୁ ମେଲାଣି ଦୃଶ୍ୟ ଗୋପବାସୀଙ୍କୁ ଯେଭଳି...

୫ରୁ ଉଠାଇବେନି ଧାନ, ଅଡୁଆରେ ଚାଷୀ: ସରକାରଙ୍କୁ ମିଲର୍ସଙ୍କ ଚେତାବନୀ

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ):ଆଉ ୨ଦିନ ପରେ ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟାକୁ ଦେଢ଼ମାସ ପୂରିବ। ଅଥଚ ଏପର୍ଯ୍ୟନ୍ତ ଜିଲାରେ ଧାନ କିଣାବିକା ସମସ୍ୟାର ସମାଧାନ...

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଓଡ଼ିଶା ପୋଲିସ ପ୍ରଗତି ଡ୍ୟାସବୋର୍ଡ ରାଙ୍କିଙ୍ଗ୍‌: ପୁରୁଷୋତ୍ତମପୁର ଏସ୍‌ଡିପିଓ, ଗଞ୍ଜାମ ଥାନା ପ୍ରଥମ

ଗଞ୍ଜାମ/ଛତ୍ରପୁର, ୧ା୧ (ଅନାଥ ତରାଇ/ଦିଲୀପ ସାମଲ)- ଓଡ଼ିଶା ପୋଲିସର କ୍ରାଇମ ଆଣ୍ଡ କ୍ରିମିନାଲ ଟ୍ରାକିଙ୍ଗ୍‌ ନେଟ୍‌ୱର୍କ ଆଣ୍ଡ ସିଷ୍ଟମ (ସିସିଟିଏନ୍‌ଏସ୍‌) ଅଧୀନରେ ପ୍ରଗତି ଡ୍ୟାସବୋର୍ଡର ର଼୍ୟାକିଙ୍ଗ୍‌...

ଅବ୍ୟବସ୍ଥା ଘେରରେ ମୋହନା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଡାକ୍ତରଙ୍କ ମରୁଡି, କାମରେ ଆସୁନି …

ମୋହନା,୧। ୧(ମନ୍ମଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାର ସ୍ୱାସ୍ଥ୍ୟ ସେବା ପାଇଁ କୋଟି କୋଟି ଟଙ୍କା ପାଣି ଭଳିଆ ଖର୍ଚ୍ଚ କରି ଚାଲିଛନ୍ତି। କିନ୍ତୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri