ସାମାନ୍ୟ କଳହରୁ ବାପାଙ୍କୁ ଟାଙ୍ଗିଆରେ ହାଣିଲା ପୁଅ

ବାରିପଦା ଅଫିସ/ରାସଗୋବିନ୍ଦପୁର(ଡି.ଏନ୍‌.ଏ.),୧୪।୨: ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅନ୍ତର୍ଗତ ରଙ୍ଗଜାମ ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ପୁଅଙ୍କ ଟାଙ୍ଗିଆ ଚୋଟରେ ବାପାଙ୍କ ମୃତ୍ୟୁ ଘଟିଛି। ସାମାନ୍ୟ ପାରିବାରିକ କଳହକୁ ନେଇ ହତ୍ୟାକାଣ୍ଡ ଘଟିଥିବା କୁହାଯାଉଛି। ମୃତକ ହେଲେ ରାବଣ ସରେନ(୫୫)।

ସୂଚନାନୁଯାୟୀ, ରାବଣଙ୍କ ପୁଅ ରମେଶ ଗତ ୨ ବର୍ଷ ଧରି ଗୁଜରାଟରେ କାମ କରିଆସୁଥିଲେ। ପ୍ରାୟ ୨ ମାସ ତଳେ ରମେଶ ଘରକୁ ଆସି ରହିଥିଲେ। ଏହି ସମୟରେ ସେ ମାନସିକ ବିକାରଗ୍ରସ୍ତ ହୋଇଯାଇଥିଲେ। ଫଳରେ ଘରେ ସବୁବେଳେ କଳହ ଲାଗି ରହୁଥିଲା। ସକାଳେ ମଧ୍ୟ ବାପାପୁଅଙ୍କ ମଧ୍ୟରେ ବଚସା ହୋଇଥିଲା। ଏଥିରେ ରମେଶ ଉତ୍‌କ୍ଷିପ୍ତ ହୋଇ ବାପା ରାବଣଙ୍କୁ ଟାଙ୍ଗିଆ ସାହାଯ୍ୟରେ ହାଣି ଦେଇଥିଲେ। ଫଳରେ ରାବଣ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ଖବର ପାଇ ରାସଗୋବିନ୍ଦପୁର ପୋଲିସ ମୃତଦେହ ଜବତ କରିବା ସହ ହତ୍ୟାକାରୀ ପୁଅଙ୍କୁ ଗିରଫ କରିଛି। ହତ୍ୟାକାଣ୍ଡରେ ବ୍ୟବହୃତ ଟାଙ୍ଗିଆକୁ ମଧ୍ୟ ଜବତ କରିଛି। ଏ ନେଇ ରାସଗୋବିନ୍ଦପୁର ଥାନାରେ ମାମଲା ନଂ(୨୩/୨୦) ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଏପାସ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା: ହାଇୱାକୁ ପିଟିଲା BMW କାର୍‌, ଘଟଣାସ୍ଥଳରେ ଚାଲିଗଲା ୨ ଜୀବନ

ଭବାନୀପାଟଣା,୧୩।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବାଏପାସ୍‌ ରାସ୍ତାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ହାଇୱାକୁ ପଛ ପଟରେ…

କିଛିଦିନ ପୂର୍ବରୁ ବାପାଙ୍କର ହୋଇଥିଲା ମୃତ୍ୟୁ, ଏବେ ପୁଅର ଅକାଳ ବିୟୋଗରେ କାନ୍ଦ ବୋବାଳିରେ ଫାଟି ପଡୁଛି ପରିବାର

କୋରାପୁଟ, ୧୩।୬ (ଅମିତାଭ ବେହେରା): କୋରାପୁଟ-ସୁନାବେଡା ୨୬ ନମ୍ବର ଜାତୀୟ ରାଜପଥରେ ଶୁକ୍ରବାର ରାତିରେ ଘଟିଥିବା ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।…

ମାସେ ବିତିଲା, ତୁଟିନି ଟୋକନ ସମସ୍ୟା: ଲାଗି ରହିଛି ଧାନ କିଣାବିକା ସମସ୍ୟା

ବରଗଡ଼,୧୩।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ମାତ୍ର ଧାନ କିଣାବିକା ସମସ୍ୟା ଲାଗି ରହିଛି। ଅନ୍ୟଥର ଅପେକ୍ଷା ଏଥର ଚାଷୀମାନେ ଟୋକନ…

ଆରମ୍ଭ ହେଲା ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା: ୫ କେଜି ଚାଉଳ ବଦଳରେ ଏବେ ମିଳିବ ଏତିକି…ହିତାଧିକାରୀଙ୍କ ମଧ୍ୟରେ ଖୁସିର ଲହରୀ

ଛତ୍ରପୁର, ୧୩।୬(ଦିଲ୍ଲୀପ ସାମଲ) : ଆଉ ୫ କିଲୋ ନୁହେଁ, ଏପ୍ରିଲ୨୦୨୬ରୁ ମୁଣ୍ଡ ପିଛା ହିତାଧିକାରୀ ପାଇବେ ୧୦ କିଲୋ ଚାଉଳ ସମ୍ପୂର୍ଣ୍ଣ ମାଗଣା । ମୁଖ୍ୟମନ୍ତ୍ରୀ…

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଚାଲିଗଲା ଇଲେକ୍ଟ୍ରିସିଆନ ଶୁଭମଙ୍କ ଜୀବନ, ୩ ଗୁରୁତର

ଦିଗପହଣ୍ଡି,୧୩।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗାଁ ବାବାଜୀ ଗୁମ୍ଫ ନିକଟ ମୁଖ୍ୟରାସ୍ତାରେ ଶୁକ୍ରବାର ଦୁଇଟି ବାଇକ ମଧ୍ୟରେ ମୁହାଁମୁହିଁ…

ଗାଁକୁ ଆସିପାରିଲାନି ଆମ୍ବୁଲାନ୍ସ: ଗୁରୁତର ରୋଗୀଙ୍କୁ ଖଟିଆରେ ବୋହିନେଲେ ୭ କିମି

ଭଞ୍ଜନଗର,୧୩।୬(ବାବୁଲା ପ୍ରଧାନ): ଜଙ୍ଗଲରେ ବସବାସ କରୁଥିବା ଲୋକେ କେତେ ଦୁର୍ଦ୍ଦିନରେ ଏବେବି ବସବାସ କରନ୍ତି ତାହାର ଏକ ଜ୍ୱଳନ୍ତ ଉଦାହରଣ ଶୁକ୍ରବାର ଦେଖିବାକୁ ମିଳିଛି। କନ୍ଧମାଳ ଜିଲା…

୬ଟି ବିଭାଗର ୮ଟି ବଡ଼ ପ୍ରସ୍ତାବକୁ ଓଡ଼ିଶା କ୍ୟାବିନେଟର ମଞ୍ଜୁରି 

ଭୁବନେଶ୍ୱର, ୧୨/୬ : ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ରାଜ୍ୟ କ୍ୟାବିନେଟ ବୈଠକରେ ୬ଟି ବିଭାଗ ପକ୍ଷରୁ ଆଗତ ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରି ମିଳିଛି।…

ମୋହନା ଅଞ୍ଚଳରେ କାଳବୈଶାଖି ବିଭିନ୍ନ ସ୍ଥାନରେ ଗଛ ପଡି ରାସ୍ତା ଅବରୋଧ

ମୋହନା, ୧୨।୬( ମନ୍ମଥ ମିଶ୍ର ): ମୋହନା ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖି ପ୍ରଭାବରେ ପ୍ରବଳ ବେଗରେ ପବନ ବହିବା ସହ  ଶୁକ୍ରବାର  ସନ୍ଧ୍ୟା ସମୟରେ ବର୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri