ସାମାନ୍ୟ ବର୍ଷାରେ ଧୋଇଗଲା ୨୦ ଲକ୍ଷର ଡ୍ରେନ୍‌

ଆନନ୍ଦପୁର, ୬।୨(ସ୍ବ.ପ୍ର.)-ଆନନ୍ଦପୁର ପୌର ପରିଷଦ ୭ନଂ ଓ୍ବାର୍ଡ଼ରେ ଦେଖିବାକୁ ମିଳିଛି ସହରାଞ୍ଚଳ ବିକାଶର ନଗ୍ନ ଚିତ୍ର। ୨୦ ଲକ୍ଷ ଟଙ୍କାରେ ନିର୍ମିତ ହୋଇଥିବା ଜଳ ନିଷ୍କାସନ ନାଳ ମାତ୍ର କେଇଟା ଦିନରେ ସାମାନ୍ୟ ବର୍ଷାରେ ଧୋଇଗଲା। ଧୋଇ ଯାଇଥିବା ନାଳର ଅବସ୍ଥାକୁ ଦେଖିଲେ ନିର୍ମାଣ କାର୍ଯ୍ୟରେ ହୋଇଥିବା ଅନିୟମିତତାର ସ୍ପଷ୍ଟ ଚିତ୍ର ବାରି ହୋଇପଡ଼ିବ। ୭ନଂ ଓ୍ବାର୍ଡରେ ନିର୍ମାଣ ହୋଇଥିବା ଏହି ଡ୍ରେନ ଡିଓଏଫ ଏବଂ ୧୪ତମ ଏଫସି ଗ୍ରାଣ୍ଟରେ ୨୦ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ଡ୍ରେନ୍‌ ନିର୍ମାଣ ପାଇଁ ଟେଣ୍ଡର ହୋଇ ଠିକାଦାରଙ୍କୁ କାର୍ଯ୍ୟାଦେଶ ଦିଆଯାଇଥିଲା। ଏହି କାର୍ଯ୍ୟାଦେଶ ଆରମ୍ଭ କରାଯାଇ କାର୍ଯ୍ୟ ମଧ୍ୟ ଶେଷ ହେଲା। ଏପରି କି ଠିକାଦାର ନିର୍ମାଣ କାର୍ଯ୍ୟର ଅର୍ଥ ମଧ୍ୟ ପାଇବାରେ ସକ୍ଷମ ହୋଇଛନ୍ତି। ସଂପୃକ୍ତ ନିର୍ମାଣ କାର୍ଯ୍ୟଗୁଡିକ କାର୍ଯ୍ୟରତ ଯନ୍ତ୍ରୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନ ଓ ପରାମର୍ଶରେ ନିର୍ମାଣ କାର୍ଯ୍ୟ ମଧ୍ୟ ଅନୁଷ୍ଠିତ ହୋଇଥିଲା। ହେଲେ ଶୀତଦିନିଆ ଅସରାଏ ବର୍ଷାରେ ଜଳନିଷ୍କାସନ ନାଳ ଧୋଇଯିବା ଘଟଣାକୁ ନେଇ ସାଧାରଣରେ ନାନା ପ୍ରଶ୍ନବାଚୀ ସୃଷ୍ଟି କରିଛି। ଡ୍ରେନ୍‌ ନିର୍ମାଣ କାର୍ଯ୍ୟ ସମୟରେ ଏଷ୍ଟିମେଟ୍‌ ଅନୁଯାୟୀ ଆବଶ୍ୟକୀୟ କଞ୍ଚମାଲ ବ୍ୟବହାର ହୋଇନଥିବା ଦେଖିବାକୁ ମିଳିଛି। ଏସମ୍ପର୍କରେ ଆନନ୍ଦପୁର ପୌର କାର୍ଯ୍ୟ ନିର୍ବାହୀ ଅଧିକାରୀ ହିତାଂଶୁ ଶେଖର ସାମଲଙ୍କୁ ପଚାରିବାରୁ ଠିକାଦାରଙ୍କ ଦ୍ୱାରା ହୋଇଥିବା ନିର୍ମାଣ କାର୍ଯ୍ୟ ଠିକ୍‌ ହୋଇ ନ ଥିବା କହିଥିବାବେଳେ ସଂପୃକ୍ତ ଠିକାଦାରଙ୍କୁ କଳା ତାଲିକାଭୁକ୍ତ କରାଯିବା ପାଇଁ ଆବଶ୍ୟକ ପଦକ୍ଷେପ ନିଆଯିବ ବୋଲି ପ୍ରକାଶ କରିଛନ୍ତି। ତେବେ ଜଳ ନିଷ୍କାସନ ନାଳ ଭାଙ୍ଗିଯାଇଥିବା ଅଂଶକୁ ଲୋକମାନଙ୍କ ଦୃଷ୍ଟି ଆଢୁଆଳରେ ରଖିବା ପାଇଁ ପୁନର୍ବାର ମରାମତି କରାଯାଇଛି। ହେଲେ ନିର୍ମାଣ ହୋଇଥିବା ନାଳର ଅନ୍ୟ ଅଂଶଗୁଡିକର ସ୍ଥାୟିତ୍ୱକୁ ନେଇ ନାନା ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri