ସାମୁଦ୍ରିକ ମାଛ ସୁରକ୍ଷା ଉପରେ ଗୁରୁତ୍ୱ

ଭୁବନେଶ୍ୱର, ୨୪।୯(ବ୍ୟୁରୋ): ରାଜ୍ୟରେ ସମୁଦ୍ର ଉପକୂଳରେ ଟ୍ରଲର ଦ୍ବାରା ମାଛ ବାସସ୍ଥାନ ପ୍ରଭାବିତ ହେବା ସହ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏହି ପରିପ୍ରେକ୍ଷୀରେ ସୋମବାର କୃଷି ଓ କୃଷକ ସଶକ୍ତୀକରଣ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ମନ୍ତ୍ରୀ ଅରୁଣ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ମତ୍ସ୍ୟସମ୍ପଦକୁ ନେଇ ବ୍ୟାବସାୟିକ ସମ୍ଭାବନା, ସମସ୍ୟା ଓ ସମାଧାନ ବିଷୟରେ ଆଲୋଚନା ହୋଇଥିଲା। ଓଡ଼ିଶାରେ ଦୀର୍ଘ ସମୁଦ୍ର ଉପକୂଳ ଥିବାରୁ ସାମୁଦ୍ରିକ ମତ୍ସ୍ୟ ଉତ୍ପାଦନ ଓ ରପ୍ତାନିର ପର୍ଯ୍ୟାପ୍ତ ସୁଯୋଗ ରହିଛି। ମତ୍ସ୍ୟଜୀବୀଙ୍କ କଲ୍ୟାଣ ନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ଅନେକ ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏହାର ସୁଯୋଗ ନେଇ ମତ୍ସ୍ୟଜୀବୀମାନେ ରାଜ୍ୟକୁ ମତ୍ସ୍ୟ ଉତ୍ପାଦନ କ୍ଷେତ୍ରରେ ଏକ ବଳକା ରାଜ୍ୟରେ ପରିଣତ କରିବା ପାଇଁ ମନ୍ତ୍ରୀ ପ୍ରକାଶ କରିଥିଲେ। ବୈଠକରେ ଭିତରକନିକା ଅଭୟାରଣ୍ୟରେ ଅଲିଭ୍‌ ରିଡେଲ୍‌ କଇଁଛ ଅଣ୍ଡାଦେବା ପରିପ୍ରେକ୍ଷୀରେ ସମୁଦ୍ର ମାଛଧରା ନିଷିଦ୍ଧ ସମୟସୀମାକୁ ହ୍ରାସ କରାଯିବା, ବର୍ତ୍ତମାନର ସମୁଦ୍ର ଭିତରକୁ ନିଷିଦ୍ଧ କରାଯାଇଥିବା ସୀମାକୁ କମ କରିବା, ସମୁଦ୍ରରେ ଭିତରକନିକା ଅଭୟାରଣ୍ୟର ଜଳସୀମାକୁ ଚିହ୍ନିତ କରିବା, ଯଦ୍ବାରା ମତ୍ସ୍ୟଜୀବୀମାନେ ଅଭୟାରଣ୍ୟ ସୀମା ମଧ୍ୟକୁ ପ୍ରବେଶ କରିବେ ନାହିଁ ସେ ଉପରେ ବିଚାର ବିମର୍ଶ କରାଯାଇଥିଲା। ମାଛଧରା ବନ୍ଦରର ନଦୀ ମୁହାଣଗୁଡ଼ିକ କ୍ରମଶଃ ପୋତି ହୋଇଯାଉଥିବାରୁ ଟ୍ରଲରଗୁଡ଼ିକ ଯିବା ଆସିବାରେ ବାଧା ଉପୁଜୁଥିବା ଦୃଷ୍ଟିରୁ ନଦୀ ମୁହାଣଗୁଡ଼ିକ ଖୋଳିବା ଆଦି ଉପରେ ଆଲୋଚନା ହୋଇଥିଲା। ଏହାସହ ଡିଜେଲ୍‌ରେ ସବ୍‌ସିଡ଼ି ଦେବା, ମାଛଧରା ଡଙ୍ଗାର ଇଞ୍ଜିନ୍‌ ଓ ଉପକରଣ ଉପରେ ଟିକସ ରିହାତି ନିମନ୍ତେ ଫେଡେରେଶନ୍‌ ପକ୍ଷରୁ ଅନୁରୋଧ କରାଯାଇଥିଲା। ଏନେଇ ଜଙ୍ଗଲ ଓ ପରିବେଶ ବିଭାଗ ସଚିବଙ୍କ ସହିତ ବୈଠକ କରି ପଦକ୍ଷେପ ନିଆଯିବ ବୋଲି ମନ୍ତ୍ରୀ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

ଜୁନାଗଡ଼ ରୋଡ୍‌ରୁ ହାଓ୍ବଡା ଇସ୍ପାତ ଏକ୍ସପ୍ରେସ୍‌ର ଶୁଭାରମ୍ଭ କଲେ ଏମ୍‌ପି: ୨୨ରୁ ଗଡ଼ିବ ଟ୍ରେନ୍‌…

ଜୁନାଗଡ଼,୧୯।୨(ସୁନୀଲ କୁମାର ସିଂହ/ଅଂଶୁମାନ ଯୋଶୀ)- ପଶ୍ଚିମ ଓଡ଼ିଶାରେ ରେଳ ସଂଯୋଗକୁ ସୁଦୃଢ଼ ​​କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ହାଓ୍ବଡା-ଟିଟଲାଗଡ଼-ହାଓଡ଼ା ଇସ୍ପାତ ଏକ୍ସପ୍ରେସ୍ ଜୁନାଗଡ଼ ରୋଡ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri