ସାମ୍ବାଦିକତାରେ ବିଚାରଶକ୍ତି ଗୁରୁତ୍ୱପୂର୍ଣ୍ଣ

ଢେଙ୍କାନାଳ ଅଫିସ, ୧୬।୨ – ସାମ୍ବାଦିକତା ବୃତ୍ତିରେ ସାଧାରଣ ବିଚାରଶକ୍ତି ସବୁଠାରୁ ଗୁରୁତ୍ୱପୂର୍ଣ୍ଣ। ବର୍ତ୍ତମାନ ସମୟରେ ଡିଜିଟାଲ ମିଡିଆର ବହୁଳ ପ୍ରଚଳନ ଆହ୍ବାନ ପାଲଟିଛି। ତେଣୁ ସାମ୍ବାଦିକତା ବୃତ୍ତିଧାରୀଙ୍କ ଡିଜିଟାଲ ଭାଷା ଉପରେ ଦଖଲ ରହିବା ନିହାତି ଜରୁରୀ ବୋଲି କହିଛନ୍ତି ବିଜିନେସ୍‌ ଷ୍ଟାଣ୍ଡାର୍ଡର ବରିଷ୍ଠ ସାମ୍ବାଦିକ ଏସ୍‌ ସୁନ୍ଦର୍ଶନ। ଢେଙ୍କାନାଳସ୍ଥିତ ଆଇଆଇଏମ୍‌ସିରେ ଶନିବାର ଆୟୋଜିତ ଅଲୁମୁନାଏ ମିଟ୍‌ରେ ଆମନ୍ତ୍ରିତ ଅତିଥି ଭାବେ ଯୋଗଦେଇ ସେ ଛାତ୍ରୀଛାତ୍ରଙ୍କୁ ଏପରି ପରାମର୍ଶ ଦେଇଛନ୍ତି।
ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ସଂସ୍ଥାନର ଆଞ୍ଚଳିକ ନିର୍ଦ୍ଦେଶକ ଡ. ମୃଣାଳ ଚାଟ୍ଟାର୍ଜୀ କହିଲେ, ଶିକ୍ଷା ସମାପ୍ତ ପରେ ଶିକ୍ଷାର୍ଥୀମାନେ ଶିକ୍ଷାନୁଷ୍ଠାନ ସହ ଯୋଡ଼ି ରହିବା ଆବଶ୍ୟକ। ଏହାଦ୍ୱାରା ଉତ୍ତମ ସମ୍ପର୍କ ଗଢ଼ିହେବ। ଆୟୋଜକ ସମ୍ପାଦକ ରୀତେଶ ବର୍ମା ସମ୍ମାନିତ ଅତିଥି ଭାବେ ମଞ୍ଚାସୀନ ଥିଲେ।
ଏହି ଅବସରରେ ଓଡ଼ିଆ ସାମ୍ବାଦିକତା ପାଠ୍ୟକ୍ରମ ଛାତ୍ରୀ ସୋନାଲି ଓଝାଙ୍କୁ ସଂଯୁକ୍ତା-ସୌଦାମିନୀ ସ୍ମାରକୀ ଆଇଆଇଏମ୍‌ସିଏଏ ବୃତ୍ତି, ଆରତୀ ବେହେରାଙ୍କୁ ଆଇଆଇଏମ୍‌ସିଏଏ ଛାତ୍ରୀ ବୃତ୍ତି, ଇଂଲିଶ ସାମ୍ବାଦିକ ପାଠ୍ୟକ୍ରମ ଛାତ୍ରୀ ପ୍ରାଚୀ ରାଠିଙ୍କୁ ଏସ୍‌ଟିଏସ୍‌ ଥିରୁମାଲାଇନାଥନ୍‌ ପୋନାମାଲ ସ୍ମାରକୀ ଆଇଆଇଏମ୍‌ସିଏଏ ବୃତ୍ତି, ଛାତ୍ର ଅଭିଷେକ ଶର୍ମାଙ୍କୁ ମହାପେରୀୟାହୋ ସ୍ବାମୀ ଚନ୍ଦ୍ରଶେଖରେନ୍ଦ୍ର ସରସ୍ବତୀ ସ୍ମାରକୀ ଆଇଆଇଏମ୍‌ସିଏଏ ବୃତ୍ତି ପ୍ରଦାନ କରାଯାଇଥିଲା। ବୃତ୍ତି ବାବଦକୁ ସମ୍ପୃକ୍ତ ଛାତ୍ରୀଛାତ୍ରଙ୍କୁ ମାନପତ୍ର ସହ ୨୫ ହଜାର ଟଙ୍କା ଲେଖାଏ ପ୍ରଦାନ କରାଯାଇଛି। ଉନ୍ନୟନମୂଳକ ସାମ୍ବାଦିକତା କ୍ଷେତ୍ରରେ ସଂସ୍ଥାନର ୨୦୧୩-୧୪ ଶିକ୍ଷାବର୍ଷର ଛାତ୍ର କିଷାନ ବରାଇଙ୍କୁ ସ୍ବତନ୍ତ୍ର ଜୁରି ପୁରସ୍କାର ପ୍ରଦାନ କରାଯାଇଛି। ସେହିପରି ୨୦୧୯-୨୦ ଶିକ୍ଷାବର୍ଷ ପାଇଁ ଛାତ୍ରୀ ପ୍ରାଚୀ ରାଠିଙ୍କୁ ପ୍ରଫେସର କେ.ଏମ୍‌. ଶ୍ରୀବାସ୍ତବ ସ୍ମାରକୀ ପୁରସ୍କାର, ଅନୁରାଧା ବାରିକଙ୍କୁ ପ୍ରଫେସର ଚିନ୍ତାମଣି ମହାପାତ୍ର ସ୍ମାରକୀ ପୁରସ୍କାର ଏବଂ ଅଙ୍କିତା ସାମଲଙ୍କୁ ପ୍ରଫେସର ବିବି ମହାନ୍ତି ସ୍ମାରକୀ ପୁରସ୍କାର ପ୍ରଦାନ କରାଯାଇଛି। ସଙ୍ଗଠନର ଓଡ଼ିଶା ଚାପ୍ଟର ସଭାପତି ସଞ୍ଜୟ ସାହୁ ସ୍ବାଗତ ଭାଷଣ ଏବଂ ସହକାରୀ ପ୍ରଫେସର ସମ୍ବିତ୍‌ ପାଲ ଧନ୍ୟବାଦ ଦେଇଥିଲେ। ପରେ ଛାତ୍ରୀଛାତ୍ରଙ୍କ ଦ୍ୱାରା ମନୋରଞ୍ଜନ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅସହାୟଙ୍କୁ ସାହା ‘ୟୁସେ ସଂଗଠନ’: ବୁଦ୍ଧିଜୀବୀଙ୍କ ପ୍ରଶଂସା

ପରଜଙ୍ଗ,୨।୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକର ବିଭିନ୍ନ ବସ୍ତି,ସାହି ମାନଙ୍କରେ ନୂତନ ବର୍ଷର ପ୍ରଥମ ଦିବସରେ ୟୁଥ ୟୁନାଇଟେଡ଼ ଫୋର୍‌ ସଷ୍ଟେନେବ୍ଲ୍ୟୁ ଏନଭର୍ଣ୍ଣମେଣ୍ଟ ଟ୍ରଷ୍ଟ...

ରାଜେଶ ହତ୍ୟାକୁ ଦେଢ଼ମାସ ବିତିଲା, ପୋଲିସ ହାତ ଖାଲି: ୧୧ରେ କଂଗ୍ରେସର ରାଜପଥ ଅବରୋଧ

ପରଜଙ୍ଗ,୨।୧ (ନିଗମାନନ୍ଦ ଦଳବେହେରା):ବହୁ ଚର୍ଚ୍ଚିତ ଫଟୋଗ୍ରାଫର୍‌ ରାଜେଶ ପାଣି ହତ୍ୟାକାଣ୍ଡକୁ ଇତିମଧ୍ୟରେ ଦେଢ଼ମାସ ବିତିଯାଇଥିଲେ ସୁଦ୍ଧା ହତ୍ୟାକାରୀଙ୍କୁ ଧରିବାରେ ପୋଲିସ ବିଫଳ ହୋଇଛି। ଏଣୁ ଗୁରୁବାର...

ପାଉଁଶ ଗାଡ଼ିକୁ ଫେରାଇଲେ ପୂର୍ବତନ ସମିତି ସଭ୍ୟ

ବ୍ରଜରଜନଗର ୨୯ା୧୨(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲାରେ ଥିବା ବିଭିନ୍ନ କାରଖାନାରୁ ନିର୍ଗତ ପାଉଁଶକୁ ଗାଡ଼ିରେ ଲୋଡ଼ କରି ଠିକା କମ୍ପାନୀମାନେ ଚାରିଆଡେ ପକାଉଛନ୍ତି। ଏ ନେଇ...

ଅଗ୍ନିକାଣ୍ଡରେ ଜଳିଗଲା ୪ ବଖରା, ସାହାଯ୍ୟ କଲେ କାମାକ୍ଷାନଗର ବିଧାୟକ

ଭୁବନ ୧୯/୧୨( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ବ୍ଲକ ଭୁଷଳ ପଞ୍ଚାୟତ କିର୍ତ୍ତନ ପୁର ଗ୍ରାମର ଗଙ୍ଗା ମଳିକ ସାହିରେ ଅଗ୍ନିକାଣ୍ଡ ଘଟିଛି...

ପାଟିତୁଣ୍ଡରୁ ତୁମୁଳକାଣ୍ଡ, ଦାଦାକୁ ଠେଙ୍ଗାରେ ପିଟି ହତ୍ୟା କଲା ପୁତୁରା

ଢେଙ୍କାନାଳ,୧୭ା୧୨ (ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଗୋବିନ୍ଦପୁର ଫାଣ୍ଡି ହୁଣ୍ଡି ସାହିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ମଙ୍ଗଳବାର ରାତିରେ...

ଭାରସାମ୍ୟ ହରାଇ ରାସ୍ତାରେ ଓଲଟିଲା ଲୁହା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଚାଳକ…

ପରଜଙ୍ଗ୧୨।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ ୧୪୯ ନଂ ଜାତୀୟ ରାଜପଥର କୁଲେଇ ବଅଁରପାଳ ଛକ ନିକଟରେରେ ଭାରସାମ୍ୟ ହରାଇ...

ପେଟ୍ରୋଲ ପମ୍ପ ପାଇଁ ଶହଶହ  ଟ୍ରିପ୍‌ ବାଲି ଚେରି: ଉପ ଜିଲାପାଳ କହିଲେ…

ପରଜଙ୍ଗ,୧୧।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଦେଇ ଯାଇଥିବା ରେଙ୍ଗାଳି ବାମପାର୍ଶ୍ୱ କେନାଲର ବଡ଼ଝରା ଗାଁ ନିକଟରୁ ଶହଶହ ଟ୍ରିପ୍‌ ମାଟି ଚୋରି ହୋଇଛି। ୫୩...

ତହସିଲଦାରଙ୍କ ସରକାରୀ ଗାଡ଼ି ଜବତ: ସିଲ୍‌ କରିବାକୁ ଯିବାବେଳେ…

ଢେଙ୍କାନାଳ,୧୧।୧୨ (ରତନ ନାୟାର): ଜମି ଅଧିଗ୍ରହଣ ବାବଦ କ୍ଷତିପୂରଣ ପ୍ରଦାନ ନିମନ୍ତେ ଅଦାଲତଙ୍କ ନିର୍ଦ୍ଦେଶକୁ ଅବମାନନା କରି ଢେଙ୍କାନାଳ ସଦର ତହସିଲଦାର ସ୍ବାଧୀନ କୁମାର ବେହେରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri