ସାରଥି ଆଶ୍ରମକୁ ଇଡି ନୋଟିସ

ଡେରାବିଶ, ୧୩ା୧୨ (ସ୍ବ.ପ୍ର.): କେନ୍ଦ୍ରାପଡା ଜିଲା ଡେରାବିଶ ବ୍ଲକ ବାରିମୂଳ ସାରଥି ଆଶ୍ରମ ପରିସରରେ ଦ୍ୱିତୀୟ ଥର ପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଏନ୍‌ଫୋର୍ସମେଣ୍ଟ ଡିରେକ୍ଟୋରେଟ୍‌) ପକ୍ଷରୁ ଶୁକ୍ରବାର ନୋଟିସ ଲଗାଯାଇଛି। ଜୁଲାଇ ୨୭ରେ ଏହି ଆଶ୍ରମ ସମ୍ମୁଖରେ ଏକ ନୋଟିସ ବୋର୍ଡ ଲଗାଯାଇଥିଲା। ଏଥିରେ ଦର୍ଶାଯାଇଥିଲା, ୨୦୧୭ ସେପ୍ଟେମ୍ବର ୧ ତାରିଖ ସୁଦ୍ଧା ସାରଥି ମାମଲା (ଓସି ନଂ- ୭୨୮/ ୧୭)ରେ ଜବତ ହୋଇଥିବା ୨୬ ପ୍ଲଟର ୩ ଏକର ୪୨ ଡିସିମିଲ ଜମି ଉପରେ ସର୍ବସାଧାରଣଙ୍କ ଯାତାୟାତକୁ ରୋକ ଲଗାଯାଇଛି। ଶୁକ୍ରବାର ଅପରାହ୍ନରେ ପୂର୍ବ ନୋଟିସ ନିକଟରେ ଅନ୍ୟ ଏକ ନୋଟିସ ଲଗାଯାଇ ଏଥିରେ ଗରାପୁର ମୌଜାର ଏକ ପ୍ଲଟକୁ ସାମିଲ କରାଯାଇଛି।
ଗରାପୁରରେ ଥିବା ଖାତା ନଂ ୬୪୦ ପ୍ଲଟ ନଂ ୭୮୨ର ଏହି ୪୫ ଡିସିମିଲ ଜମିକୁ କଟକ ପୌରାଞ୍ଚଳ ଲାଲବାଗର ରବୀନ୍ଦ୍ର କୁମାର ପଟ୍ଟନାୟକଙ୍କ ମାଲିକାନାରେ ଥିବା ଦର୍ଶାଯାଇଛି।
ସୂଚନାଯୋଗ୍ୟ, ହାଇଦ୍ରାବାଦର ଏକ ହୋଟେଲରେ ରହଣିକୁ ନେଇ ୨୦୧୫ରେ ସାରଥି ବିବାଦୀୟ ହୋଇ ପଡିଥିଲେ। ଉକ୍ତ ବର୍ଷ ଅଗଷ୍ଟ ୮ ରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲରେ କ୍ରାଇମ ବ୍ରାଞ୍ଚ ତାଙ୍କୁ ଗିରଫ କରିଥିବା ବେଳେ ଏହାର ତଦନ୍ତ ଦାୟିତ୍ୱ ଇଡିକୁ ଦିଆଯାଇଥିଲା।
ଏଥିସହ ଜଣେ ଡାକ୍ତରୀ ଛାତ୍ରୀଙ୍କୁ ଜୀବନରେ ମାରି ଦେବାକୁ ଧମକ ଦିଆଯାଇଥିବା ସାରଥିଙ୍କ ନଁ।ରେ ଅଭିଯୋଗ ହୋଇଥିଲା। ଏହାଛଡା ସଦର ଥାନା ଅନ୍ତର୍ଗତ ଆଶ୍ରମ ଅନ୍ତେବାସୀ ମା’ ଓ ଝିଅଙ୍କ ଟଙ୍କା ଏବଂ ଜମି ଠକେଇ କରିବା, ବିବାହ ପ୍ରତିଶ୍ରୁତି ଦେଇ ଅନୈତିକ ସମ୍ପର୍କ ରଖିବାକୁ ନେଇ ସାରଥି ଓ ତାଙ୍କ ସହଯୋଗୀ ଶରତ ପାତ୍ରଙ୍କ ନଁ।ରେ କେନ୍ଦ୍ରାପଡା ଏସ୍‌ଡିଜେଏମଙ୍କ କୋର୍ଟରେ ମାମଲା ରୁଜୁ ହୋଇଛି। ଇତିମଧ୍ୟରେ ଅଭିଯୁକ୍ତ ଦୁଇଜଣ ଜେଲରୁ ଜାମିନରେ ମୁକୁଳି ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri