ସାରସ୍ବତ ସମ୍ମାନରେ ସମ୍ମାନିତ ହେଲେ କବି ହୁସେନ୍‌ ରବି ଗାନ୍ଧୀ

ଛତ୍ରପୁର,୧୬ା୬(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲା ସଂସ୍କୃତି ଭବନ ପାଠାଗାରରେ ରବିବାର ଓଡ଼ିଶା ସାହିତ୍ୟ ସଂସ୍କୃତି ବିକାଶ ପ୍ରତିଷ୍ଠାନ ପକ୍ଷରୁ କବି ଡ. ହୁସନେ୍‌ ରବି ଗାନ୍ଧୀଙ୍କୁ ବିଶିଷ୍ଟ ସାରସ୍ବତ ସମ୍ମାନ ପ୍ରଦାନ କରାଯାଇଛି। ଏହି ସମାବେଶକୁ ବରିଷ୍ଠ ଶିକ୍ଷାବିତ୍‌ ଗୌରୀ ଶଙ୍କର ପାଢ଼ୀ ଉଦ୍‌ଘାଟନ କରିଥିଲେ ା ଅନୁଷ୍ଠାନର ସଭାପତି ତଥା ଓଡ଼ିଶା ସାହିତ୍ୟ ଏକାଡେମୀର ସଦସ୍ୟ କବି ସୁଶାନ୍ତ ଦାଶ କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିଥିଲେ ା ଓଡ଼ିଶା ସାହିତ୍ୟ ସଂସ୍କୃତି ବିକାଶ ପ୍ରତିଷ୍ଠାନର ପ୍ରତିଷ୍ଠାତା ତଥା ପୂର୍ବତନ ବିଧାୟକ ଏନ୍‌ ନାରାୟଣ ରେଡ୍ଡୀ ସ୍ବାଗତ ସମ୍ଭାଷଣରେ ଡ. ହୁସେନ୍‌ ରବି ଗାନ୍ଧୀଙ୍କ ସାହିତ୍ୟ ଜୀବନ ସମ୍ପର୍କରେ ଆଲୋକପାତ କରିଥିଲେ ା ମୁଖ୍ୟ ଅତିଥି ଭାବେ କବି ଅବନୀ ରଞ୍ଜନ ଦାଶ, ସମ୍ମାନିତ ଅତିଥି ଭାବେ ପୂର୍ବତନ ବିଧାୟକ ଅଶୋକ ଚୌଧୁରୀ, ମୁଖ୍ୟବକ୍ତା ଭାବେ ବିଘ୍ନେଶ୍ୱର ସାହୁ ଯୋଗ ଦେଇଥିଲେ। ଏହି ଅବସରରେ ସାମାଜିକକର୍ମୀ ଶ୍ରୀନିବାସ ରାଓ, ସାହିତି୍ୟକ ତ୍ରିନାଥ ନାୟକ, କବି ଅଜିତ୍‌ କୁମାର ସେଠୀ, କବି ଗୌର ଚନ୍ଦ୍ର ଷଡ଼ଙ୍ଗୀ, ସାମାଜିକ କର୍ମୀ ସୟଦ୍‌ ମୁକ୍ତାର, ଶିକ୍ଷାବିତ୍‌ ଲିଙ୍ଗରାଜ ଜେନା, କବି ତ୍ରିନାଥ ପ୍ରଧାନ ଓ କବି ଆର୍‌ ସୁନନ୍ଦା ଚୌଧୁରୀଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। କବି ବିମ୍ବାଧର ଷଡ଼ଙ୍ଗୀଙ୍କ ସଂଯୋଜନାରେ କବିତା ପାଠୋତ୍ସବ ଅନୁଷ୍ଠିତ ହୋଇଥିଲା। କବି ସୁବର୍ଣ୍ଣମାଳା ବିଷୋୟୀ, ଅମୀୟ କୁମାର ଧଳ, ଲକ୍ଷ୍ମଣ ପଣ୍ଡା, ଦୀପ୍ତିଲେଖା ମିଶ୍ର, ଅଜିତ୍‌ କୁମାର ସାବତ, ସୁଜିତ୍‌ କୁମାର ପଣ୍ଡା, ଜୟନ୍ତୀ ବେହେରା, ସଂଜୟ କୁମାର ଷଡ଼ଙ୍ଗୀ, ଅମିତାଭ ସାହୁ, ବ୍ରଜ ମୋହନ ଆଚାର୍ଯ୍ୟ, ଭାଗିରଥୀ ବେହେରା, ଅଜୟ ତ୍ରିପାଠୀ ପ୍ରମୁଖ କବିତା ପାଠ କରିଥିଲେ। ନିରଞ୍ଜନ ତ୍ରିପାଠୀ, ମୁରଲି ଦାଶ, ଦୀପ୍ତିମିତା ମହାପାତ୍ର ପ୍ରମୁଖ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅନିୟମିତତା ଅଭିଯୋଗ ପ୍ରମାଣିତ ହେଲେ ବନ୍ଦ ହେବ ଅଧିକାରୀଙ୍କ ଦରମା

ଦିଗପହଣ୍ଡି,୧୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ଶନିବାର ବ୍ଲକସ୍ତରୀୟ ସାମାଜିକ ସମୀକ୍ଷା ଏବଂ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା ସାମାଜିକ…

ଜିଲାର ବିକାଶ ଉପରେ ମନ୍ତ୍ରୀଙ୍କ ଫୋକସ୍‌

ଛତ୍ରପୁର,୧୮ା୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ସାମାଜିକ ଭିତିଭୂମିର ଉନ୍ନତି ପାଇଁ ସରକାରୀସ୍ତରରେ ବିଭିନ୍ନ ଯୋଜନାକୁ ତ୍ୱରାନ୍ବିତ କରାଯାଉଛି । ସ୍ବାସ୍ଥ୍ୟ ସେବା, ଶିକ୍ଷା ଏବଂ ପାନୀୟ ଜଳ…

ଏମିତି କାମ କଲେ ଦିବ୍ୟାଙ୍ଗ ଶିକ୍ଷକ, ଛୁଟୁଛି ପ୍ରଶଂସାର ସୁଅ

ଗଞ୍ଜାମ,୧୮ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ନିପଟ ମଫସଲ ତାରିଣୀ ପଲ୍ଲୀ ଗ୍ରାମରେ ରୁହନ୍ତି ଶିକ୍ଷକ ରବୀନ୍ଦ୍ର ସେଠୀ ଓ ତାଙ୍କ ପରିବାର। ରବୀନ୍ଦ୍ର ଜଣେ ଦିବ୍ୟାଙ୍ଗ ହୋଇଥିଲେ…

ବରଗଡ଼ରେ ହୋଇନାହିଁ ସ୍କୁଲ ଛୁଟି ଘୋଷଣା, ଘୂରି ବୁଲୁଛି ନକଲି ଚିଠି

ବରଗଡ଼,୧୮ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ତାତି, ଗୁଳୁଗୁଳି ବଢ଼ି ଚାଲିଛି। ଅନ୍ୟପଟେ ସ୍କୁଲ, କଲେଜରେ ପାଠପଢ଼ା ଚାଲିଛି। ପୂର୍ବାହ୍ନ ସାଢ଼େ ୧୦ଟାରେ ଛୁଟି ହେଉଥିବା ଯୋଗୁ ଘରକୁ…

ଦେଶବାସୀଙ୍କୁ ସମ୍ବୋଧିତ କଲେ ମୋଦି, କହିଲେ ବିରୋଧୀ ନାରୀଙ୍କ ଆତ୍ମସମ୍ମାନକୁ…

ନୂଆଦିଲ୍ଲୀ,୧୮ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ରାତିରେ ଦେଶକୁ ସମ୍ବୋଧିତ କରିଛନ୍ତି। ନାରୀଶକ୍ତିକୁ କିପରି ରୋକାଯାଉଛି ଦେଶବାସୀ ଦେଖିଲେ ବୋଲି ପ୍ରଧାନମନ୍ତ୍ରୀ ସମ୍ବୋଧିତ କରି କହିଛନ୍ତି। ଏପରିକି…

ବରଗଛରେ ଝୁଲୁଥିଲା ଅଣଓଡ଼ିଆ ଶ୍ରମିକଙ୍କ ମୃତଦେହ, ଏଏସ୍‌ଆଇ ପହଞ୍ଚି…

ଦିଗପହଣ୍ଡି,୧୮ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନିସ୍ତିିପୁର ଗ୍ରାମ ନିକଟ ଆନ୍ଧ୍ର ଇଟାଭାଟିରେ ରହି କାମ କରୁଥିବା ଜଣେ ଅଣଓଡ଼ିଆ ଶ୍ରମିକ ଶନିବାର ଭୋର୍‌ରେ…

୨ ବାଇକ୍‌ ସହ ଧକ୍କା ହେଲା ଅଟୋ: ୩ ଗୁରୁତର

ଦାରିଙ୍ଗବାଡ଼ି,୧୮ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ମ୍ଲୁକ୍‌ଚେରୀ ନିକଟରେ ୨ ବାଇକ୍‌ ଏବଂ ଗୋଟିଏ ଅଟୋ ମଧ୍ୟରେ ଧକ୍କା ହୋଇ ୩ ଜଣ ଗୁରୁତର ହୋଇଛନ୍ତି।…

ଚାକିରି ଜୀବନରେ ସାଉଁଟିଥିବା ସ୍ମୃତିକୁ ମନେ ପକାଇ ଗୋପାଳକୃଷ୍ଣ କହିଲେ ଅବସର ପରେ…

ଦିଗପହଣ୍ଡି,୧୮ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ପ୍ରାଥମିକ ସେବା ସମବାୟ ସମିତି(ପାକ୍ସ)ର ସମ୍ପାଦକ ଗୋପାଳକୃଷ୍ଣ ଜେନାଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଦିଆଯାଇଛି। ସମବାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri