ସାରା ବିଶ୍ୱ ପାଇଁ ଉଦାହରଣ ସାଜିଛି ଓଡ଼ିଶା, ସରକାରଙ୍କ ପଦକ୍ଷେପକୁ ସମର୍ଥନ କରିଥିବାରୁ ମୁଁ ଋଣି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮।୫(ବ୍ୟୁରୋ): କୋଭିଡ ଯୁଦ୍ଧରେ ଲୋକଙ୍କ ଜୀବନ ବଞ୍ଚାଇବାରେ ଓଡ଼ିଶା ଆଜିକା ଦିନରେ କେବଳ ଭାରତ ବର୍ଷରେ ନୁହେଁ ସାରା ବିଶ୍ୱରେ ଏକ ଉଦାହରଣ ସୃଷ୍ଟି କରିଛି। କୋଭିଡରେ ରାଜ୍ୟରେ ମୃତ୍ୟୁହାର ସବୁଠାରୁ କମ୍‌। କରୋନାରେ ପୀଡ଼ିତ ଅଧାରୁ ଅଧିକ ଲୋକ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଓଡିଶା ପରି ଗୋଟିଏ ରାଜ୍ୟ ତଥା ଆମ ଓଡ଼ିଶାବାସୀଙ୍କ ପାଇଁ ଏହା ଏକ ବଡ ସଫଳତା । ଦୁନିଆର ଶକ୍ତିଶାଳୀ ଦେଶ ତଥା ଭାରତର ବଡ ବଡ ରାଜ୍ୟ, ଧନୀ ରାଜ୍ୟମାନେ ମଧ୍ୟ କରୋନା ଯୁଦ୍ଧରେ ଏତେ ସଫଳତା ପାଇପାରି ନାହାନ୍ତି । ଆଜିକା ଦିନରେ ଓଡିଆ ଜାତି ପାଇଁ ଏହା ଏକ ଅଭୂତପୂର୍ବ ସଫଳତା ବୋଲି ଗୁରୁବାର ରାଜ୍ୟବାସୀଙ୍କୁ ଭିଡିଓ ବାର୍ତ୍ତା ଜରିଆରେ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।

ବର୍ତ୍ତମାନ ପ୍ରବାସରେ ଥିବା ଲକ୍ଷ ଲକ୍ଷ ଓଡିଆ ଭାଇଭଉଣୀ ଘରକୁ ଫେରୁଛନ୍ତି। ତଥାପି କୋଭିଡ ବିରୋଧରେ ଚାଲିଥିବା ସଂଗ୍ରାମରେ ଆମେ ଭଲ ସ୍ଥିତିରେ ଅଛୁ । ଏହା ପଛରେ ରହିଛି କରୋନା ଯୁଦ୍ଧରେ ଦିନରାତି କାମ କରୁଥିବା ଆମର ଲକ୍ଷ ଲକ୍ଷ କୋଭିଡ ଯୋଦ୍ଧାମାନଙ୍କ ତ୍ୟାଗ, ନିଷ୍ଠା ଓ ପ୍ରତିବଦ୍ଧତା । ସିଏ ଯିଏ ବି ହୁଅନ୍ତୁ ଲୋକ ପ୍ରତିନିଧି, ସରକାରୀ ବା ବେସରକାରୀ କର୍ମଚାରୀ; ସମସ୍ତେ ନିଜ ନିଜର ସୁଖଦୁଃଖକୁ ପଛରେ ପକାଇ ଯେଭଳି ସେବା ଯୋଗାଇ ଚାଲିଛନ୍ତି, ତାର ତୁଳନା ନାହିଁ । ସେହିପରି ଏହି ଯୁଦ୍ଧରେ ସାରା ଓଡିଶାବାସୀ ସରକାରଙ୍କ ପଦକ୍ଷେପକୁ ଯେଭଳି ବିପୁଳ ସମର୍ଥନ ଦେଇଛନ୍ତି, ସେଥିପାଇଁ ମୁଁ ସମସ୍ତଙ୍କ ନିକଟରେ ଋଣୀ । ଏହାସହିତ ମହାପ୍ରଭୂଙ୍କ ଆଶୀର୍ବାଦ ମଧ୍ୟ ସବୁବେଳେ ଆମ ସାଥିରେ ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାଫିଜ ସୟିଦଙ୍କୁ ସମନ ଜାରି କରିବ NIA

ଜମ୍ମୁ-କଶ୍ମୀର,୨୨।୮: ୨୦୨୫ ପହଲଗାମ ଆକ୍ରମଣ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା(NIA) ପକ୍ଷରୁ ପାକିସ୍ତାନୀ ଆତଙ୍କବାଦୀ ହାଫିଜ ସୟିଦଙ୍କୁ ସମନ ଜାରି କରାଯିବ। ବୈଦେଶିକ ମନ୍ତ୍ରଣାଳୟ ଜରିଆରେ ପାକିସ୍ତାନକୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ରେଳଧାରଣରୁ ମିଳିଲା ୨ ମୃତଦେହ

ବ୍ରହ୍ମପୁର,୨୧।୮( ସୁବାସ ଚନ୍ଦ୍ର ପାଢ଼ୀ ): ଜିଆର୍‌ପି ପୋଲିସ ଗୋଶାଣିନୂଆଗାଁ ବ୍ରିଜ ତଳ ଦେଇ ଯାଇଥିବା ରେଳଧାରଣ ନିକଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି।…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri