Posted inଜାତୀୟ

ସାରା ଭାରତରେ କରୋନା ଆତଙ୍କ

ନୂଆଦିଲ୍ଲୀ/ବେଙ୍ଗାଲୁରୁ,୧୨ା୩(ପି.ଟି.): ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୁଧବାର ୬୦ରେ ପହଞ୍ଚତ୍ଛି। କର୍ନାଟକର କଳାବୁର୍‌ଗୀରେ ଜଣେ ୭୬ ବର୍ଷୀୟ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବାବେଳେ ତାଙ୍କୁ କରୋନା ସଂକ୍ରମଣ ହୋଇଥିବା ସନ୍ଦେହ କରାଯାଉଛି। ମହମ୍ମଦ ହୁସେନ ସିଦ୍ଦିକୀ ନାମକ ବ୍ୟକ୍ତିଙ୍କର ମଙ୍ଗଳବାର ସରକାରୀ ହସ୍ପିଟାଲରେ ମୃତ୍ୟୁ ଘଟିଥିଲା। ତାଙ୍କ ସ୍ବାବ୍‌ ନମୁନା ପରୀକ୍ଷା ପାଇଁ ବେଙ୍ଗାଲୁରୁ ପଠାଯାଇ ରିପୋର୍ଟକୁ ଅପେକ୍ଷା କରାଯାଇଥିବା ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି। ସିଦ୍ଦିକୀ ନିକଟରେ ସୌଦି ଆରବରୁ ଫେରିଥିଲେ। ଅନ୍ୟପକ୍ଷରେ କରୋନା ଭୂତାଣୁ ସଂକ୍ରମଣରେ ସିଦ୍ଦିକୀଙ୍କ ମୃତ୍ୟୁ ଖବରକୁ ରାଜ୍ୟ ସରକାର ଖଣ୍ଡନ କରିଛନ୍ତି। ତାଙ୍କ ମୃତ୍ୟୁକୁ ନେଇ ଗଣମାଧ୍ୟମରେ ଗୁଜବ ପ୍ରଚାର ହେଉଥିବା ରାଜ୍ୟ ସ୍ବାସ୍ଥ୍ୟ କମିଶନର ପଙ୍କଜ କୁମାର ପାଣ୍ଡେ କହିଛନ୍ତି। ସ୍ବାବ୍‌ ପରୀକ୍ଷା ରିପୋର୍ଟ ଆସିବା ପରେ ପ୍ରକୃତ କାରଣ ଜଣାପଡିବ ବୋଲି ସେ କହିଛନ୍ତି।
ବୁଧବାର ଦିଲ୍ଲୀ ଓ ରାଜସ୍ଥାନରୁ ଜଣେ ଲେଖାଏ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ଭାରତରେ ଏହି ଭୂତାଣୁ ସଂକ୍ରମିତ ରୋଗୀ ସଂଖ୍ୟା ୬୦ରେ ପହଞ୍ଚତ୍ଛି। ବୁଧବାର ସୁଦ୍ଧା ଦିଲ୍ଲୀରେ ମୋଟ ୫ ଜଣ ସଂକ୍ରମିତ ହୋଇଥିବାବେଳେ ଉତ୍ତରପ୍ରଦେଶରେ ୯ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ୬୦ ଜଣଙ୍କ ମଧ୍ୟରେ ୧୬ ଜଣ ଇଟାଲୀୟ ବୋଲି ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। କର୍ନାଟକରେ ୪, ମହରାଷ୍ଟ୍ରରେ ୨ ଓ ଲଦାଖରେ ଜଣ କୋଭିଡ଼-୧୯ରେ ସଂକ୍ରମିତ। ସେହିପରି ରାଜସ୍ଥାନ, ତେଲଙ୍ଗାନା, ତାମିଲନାଡୁ, ଜମ୍ମୁ-କଶ୍ମୀର ଓ ପଞ୍ଜାବରେ ଜଣେ ଲେଖାଏ ଏହି ଭୂତାଣୁ ଦ୍ୱାରା ସଂକ୍ରମିତ ହୋଇଥିବା ପରୀକ୍ଷାରୁ ଜଣାପଡିଛି। କେରଳରେ ବର୍ତ୍ତମାନ ସୁଦ୍ଧା ୯ ଜଣଙ୍କଠାରେ କରୋନା ଚିହ୍ନଟ କରାଯାଇଥିବାବେଳେ ସେମାନଙ୍କ ମଧ୍ୟରୁ ୩ ଜଣ ଭଲ ହୋଇ ଘରକୁ ଫେରିଲେଣି। ଡେଲ୍‌ ଓ ମାଇଣ୍ଡଟ୍ରି ଆଇଟି କମ୍ପାନୀରେ କାର୍ଯ୍ୟ କରୁଥିବା ୨ କର୍ମଚାରୀଙ୍କ ଠାରେ କରୋନା ପଜିଟିଭ୍‌ ଥିବା ପରୀକ୍ଷାରୁ ଜଣାପଡିଛି। ଡେଲ୍‌ କର୍ମଚାରୀ ଆମେରିକା ଓ ଟେକ୍ସାସ ଗସ୍ତ କରିଥିବାବେଳେ ମାଇଣ୍ଡଟ୍ରି କର୍ମଚାରୀ ଜଣକ ବିଦେଶ ଗସ୍ତରେ ଯାଇଥିଲେ।
ସତର୍କତା ପଦକ୍ଷେପ ସ୍ବରୂପ କେନ୍ଦ୍ର ସରକାର ମଙ୍ଗଳବାର ଆଉ ୩ଟି ଦେଶର ନାଗରିକଙ୍କ ଭାରତ ପ୍ରବେଶ ଉପରେ କଟକଣା ଲଗାଇଛନ୍ତି। ଫ୍ରାନ୍ସ, ଜର୍ମାନୀ ଓ ସ୍ପେନ୍‌ ନାଗରିକଙ୍କ ନିୟମିତ ତଥା ଇ-ଭିଜାକୁ ସ୍ଥଗିତ କରାଯାଇଛି। ପୂର୍ବରୁ ଚାଇନା, ଇଟାଲୀ, ଇରାନ, ଦକ୍ଷିଣ କୋରିଆ, ଜାପାନ ନାଗରିକଙ୍କ ଭିଜା ସ୍ଥଗିତ ରଖାଯାଇଥିଲା। ଉପରୋକ୍ତ ଦେଶକୁ ଭ୍ରମଣରେ ନ ଯିବା ପାଇଁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦେଶବାସୀଙ୍କୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି

ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…

ଭଞ୍ଜନଗରରେ ଅଧିକ ବର୍ଷା ଆଶଙ୍କା: ତଳିଆ ଅଞ୍ଚଳବାସୀଙ୍କ ପାଇଁ ସତର୍କ ସୂଚନା ଜାରି

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ଭଞ୍ଜନଗର ଜଳଭଣ୍ଡାରରେ ବର୍ତ୍ତମାନ ପ୍ରାୟ ୮୬ ପ୍ରତିଶତ ଜଳ ସଞ୍ଚିତ ଥିବାବେଳେ ଆଗାମୀ ଦିନରେ ଅଧିକ ବର୍ଷାର ସମ୍ଭାବନା ଅଛି । ତେଣୁ ଭଞ୍ଜନଗର…

ସେପ୍ଟେମ୍ବର ୨୩ରେ ଘଟିବ ବିରଳ ଘଟଣା; ଦିନ-ରାତି ୧୨-୧୨ ଘଣ୍ଟା….

ନୂଆଦିଲ୍ଲୀ,୨୧।୯: ଆସନ୍ତା ୨୩ ସେପ୍ଟେମ୍ବରରେ ଆକାଶରେ ଦେଖିବାକୁ ମିଳିବ ଏକ ବିଶେଷ ଭୌଗଳିକ ଘଟଣା । ଏହି ତାରିଖରେ ଦିନ ଓ ରାତିର ସମୟ ପ୍ରାୟ ସମାନ…

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?