Posted inଜାତୀୟ

ସାର୍କ ଦେଶ ସହ କରୋନାକୁ ନେଇ ଆଲୋଚନା: ଜରୁରିକାଳୀନ ପାଣ୍ଠି ପାଇଁ ଭାରତ ଦେବ ୧୦ ମିଲିୟନ ଆମେରିକୀୟ ଡଲାର

ନୂଆଦିଲ୍ଲୀ,୧୫।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ସାଉଥ୍‌ ଏସିଆନ ଆସୋସିଏଶନ ଫର୍‌ ରିଜିଓନାଲ କୋଅପରେଶନ(ଏସ୍‌ଏଏଆର୍‌ସି) ବା ସାର୍କ ଦେଶର ସଦସ୍ୟଙ୍କ ସହ ଭିଡିଓ କନଫରେନ୍ସିଂ ଜରିଆରେ କଥା ହୋଇଛନ୍ତି। ଏହି ସମୟରେ କରୋନା ଭାଇରସ୍‌ର ସଂକ୍ରମଣକୁ ନେଇ ଆଲୋଚନା କରାଯାଇଛି। କରୋନାକୁ ଭୟ ନ କରି ଏହାସହ ଏକାଠି ଲଢିଲେ ସହଜରେ ଏହାକୁ ଦୂରେଇ ଦେଇ ହେବ ବୋଲି ମୋଦି କହିଛନ୍ତି। କୋଭିଡ-୧୯ ପାଇଁ ଏକ ଜରୁରିକାଳୀନ ପାଣ୍ଠି ଗଠନ କରିବାକୁ ମୋଦି ପ୍ରସ୍ତାବ ରଖିଛନ୍ତି। ଭାରତ ଏହି ପାଣ୍ଠି ପାଇଁ ୧୦ ମିଲିୟନ ଆମେରିକୀୟ ଡଲାର ସହାୟତା ଦେବ ବୋଲି ମୋଦି କହିଛନ୍ତି। ମୋଦିଙ୍କର ଏହି ପ୍ରସ୍ତାବକୁ ସ୍ବାଗତ କରାଯାଇଛି। ପାକିସ୍ତାନରେ କୋଭିଡ-୧୯ ନ ବ୍ୟାପୀ ସୀମିତ ଥିବାରୁ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ ପାକିସ୍ତାନକୁ ଧନ୍ୟବାଦ ଜଣାଇଛି। ଏହାସହ ଭାରତରେ ଡାକ୍ତର ଓ ବିଶେଷଜ୍ଞମାନଙ୍କୁ ନେଇ ଏକ ର଼୍ୟାପିଡ ରେସପନ୍ସ ଟିମ୍‌ ଗଠନ କରଯାଉଛି ବୋଲି ମୋଦି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି ଚାଖିବେ ବିଶ୍ୱ ପ୍ରତିନିଧି, ବଢ଼ିଲା ଓଡ଼ିଶାର ଗୌରବ

କୋରାପୁଟ,୧୨ା୯(ଅମିତାଭ ବେହେରା): କୋରାପୁଟର ପାହାଡ଼ିଆ ଅଞ୍ଚଳରେ ଆଦିବାସୀ ଚାଷୀଙ୍କ ଦ୍ୱାରା ଉତ୍ପାଦିତ ସୁଗନ୍ଧିତ କଫି ଏବେ ବିଶ୍ୱ ମଞ୍ଚରେ ପହଞ୍ଚିଛି। ନୂଆଦିଲ୍ଲୀରେ ଚାଲିଥିବା ୧୮ତମ ବ୍ରିକ୍ସ ଶିଖର…

ଅଷ୍ଟ୍ରେଲିଆରେ ଇତିହାସ ରଚିଲା ପ୍ରବାସୀ ଓଡ଼ିଆଙ୍କ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’, ସବ୍ୟସାଚୀ-ଅର୍ଚ୍ଚିତା ଯୋଗ ଦେଇ…

ସିଡ୍‌ନୀ: ପ୍ରଥମଥର ପାଇଁ ଓଡ଼ିଆ ସିନେ କଳାକାରମାନଙ୍କୁ ନେଇ ସିଡ୍‌ନୀ-ମେଲବୋର୍ନ ସହରରେ ଏକ ମେଗା ସାଂସ୍କୃତିକ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’ ସଫଳତାର ସହ ଆୟୋଜିତ ହୋଇଯାଇଛି। ଏହି…

ଲୁଟେରାଙ୍କଠାରୁ ନଗଦ ଟଙ୍କା-ବାଇକ୍‌ ସହ ଛୁରି ଜବତ, ପୁଣି ଜଣେ ଯୁବକ ଧରାପଡ଼ି…

ଝରିଗାଁ,୧୨ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ମୋଦି-ଜିନ୍‌ପିଙ୍ଗ୍‌ ଦ୍ୱିପାକ୍ଷିକ ବୈଠକ: ଚାଇନା ଭାରତ ସହ ତା’ର…

ନୂଆଦିଲ୍ଲୀ,୧୨ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଚାଇନା ରାଷ୍ଟ୍ରପତି ସି. ଜିନପିଙ୍ଗ୍‌ଙ୍କ ମଧ୍ୟରେ ଦ୍ୱିପାକ୍ଷିକ ବୈଠକ ଶେଷ ହୋଇଛି। ଭାରତମଣ୍ଡପମରେ ଅନୁଷ୍ଠିତ ଏହି ବୈଠକରେ ବାଣିଜ୍ୟ ସମେତ…

ଜାରି ରହିଛି ବର୍ଷା: ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ବଢୁଛି ଜନ ଅସନ୍ତୋଷ

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ ୪ ଦିନ ହେଲା ଲଘୁଚାପ ଜନିତ ବର୍ଷା ଜାରିରହିଛି। ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଥିବା ବେଳେ…

ଅନୁଦାନ ବଣ୍ଟନରେ ପାତରଅନ୍ତର ଅଭିଯୋଗ, ନିର୍ଦ୍ଦିଷ୍ଟ ପଞ୍ଚାୟତ ପାଇଁ ଏତେ ଅନୁକମ୍ପା କାହିଁକି

କର୍ଲାମୁଣ୍ଡା,୧୨ା୯(ପ୍ରଦୀପ କୁମାର ସାହୁ): କର୍ଲାମୁଣ୍ଡା ବ୍ଲକରେ ‘ବିକଶିତ ଓଡ଼ିଶା ବିକଶିତ ଗାଁ’ ଯୋଜନାରେ ଅନୁଦାନ ବଣ୍ଟନକୁ ନେଇ ପାତରଅନ୍ତର କରାଯାଇଥିବା ଅଭିଯୋଗ ଉଠିଛି। ବ୍ଲକର ୧୨ଟି ପଞ୍ଚାୟତ…

ପ୍ରଧାନମନ୍ତ୍ରୀ ମୋଦି, ପୁଟିନ, ଜିନପିଙ୍ଗ… ବ୍ରିକ୍ସ (BRICS)ର ଏକ ଶକ୍ତିଶାଳୀ ଚିତ୍ର, ବିଶ୍ୱ ପାଇଁ ଦେଉଛି ବଡ଼ ବାର୍ତ୍ତା…

ନୂଆଦିଲ୍ଲୀ,୧୨।୯: ବ୍ରିକ୍ସ (BRICS) ସମ୍ମିଳନୀରୁ ବିଶ୍ୱ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ବହନ କରୁଥିବା ଚିତ୍ର ସାମ୍ନାକୁ ଆସିଛି। ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ…

ବ୍ରିକ୍ସ ଘୋଷଣାପତ୍ରରେ ଏକପାଖିଆ ଯୁଦ୍ଧକୁ ନିନ୍ଦା, ଭାରତର ବଡ଼ କୂଟନୈତିକ ବିଜୟ କହି…

ନୂଆଦିଲ୍ଲୀ,୧୨ା୯: ବ୍ରିକ୍ସ(BRICS)ଶିଖର ସମ୍ମିଳନୀର ଶେଷ ଅଧିବେଶନରେ ସର୍ବସମ୍ମତିକ୍ରମେ ‘ଦିଲ୍ଲୀ ଘୋଷଣାପତ୍ର ୨୦୨୬’ ଗୃହୀତ ହୋଇଛି। ଏହି ଘୋଷଣାନାମାରେ ପହଲଗାମ ଆତଙ୍କବାଦୀ ଆକ୍ରମଣକୁ କଡ଼ା ନିନ୍ଦା କରାଯାଇଛି, ଯାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?