ସାର୍ଟିଫିକେଟ ଯାଞ୍ଚ ପ୍ରକ୍ରିୟା ଆରମ୍ଭ: ନକଲି ଶିକ୍ଷକ ଛାନିଆ

ବୌଦ୍ଧ,୧୧।୯(ସ୍ବ.ପ୍ର): ରାଜ୍ୟରେ ଜାଲ ସାର୍ଟିଫିକେଟ ବଳରେ ଶିକ୍ଷକତା କରୁଥିବା ନେଇ ବିଭିନ୍ନ ସମୟରେ ଅଭିଯୋଗ ହୋଇଆସୁଛି। ଏ ନେଇ ସାରା ରାଜ୍ୟରେ ବିଦ୍ୟାଳୟ ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ମୁତାବକ ଶିକ୍ଷକଙ୍କ ସାର୍ଟିଫିକେଟ ଯାଞ୍ଚ ପ୍ରକ୍ରିୟା ଆରମ୍ଭ ହୋଇଛି । ଏହି କ୍ରମରେ ବୌଦ୍ଧ ଜିଲାରେ ମଧ୍ୟ ୧୧ ତାରିଖରେ ଏହି ପ୍ରକ୍ରିୟା ଆରମ୍ଭ କରାଯାଇଛି। ଏହି ଯାଞ୍ଚ କାମ ଗୁରୁବାର ମଧ୍ୟ କରାଯିବ । ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଜିଲା ଶିକ୍ଷା ଅଧିକାରୀ, ଜିଲା ପ୍ରକଳ୍ପ ସଂଯୋଜକ ଓ ଜିଲାର ହରଭଙ୍ଗା, ବୌଦ୍ଧ ଓ କଣ୍ଟମାଳ ବିଇଓ ଏହି ଯାଞ୍ଚ ପ୍ରକ୍ରିୟାରେ ସାମିଲ ହୋଇଛନ୍ତି । ଜିଲାର ତିନୋଟି ବ୍ଲକରେ ୨୦୧୧ ମସିହା ଠାରୁ ନିୟୋଜିତ ହୋଇଥିବା ଶିକ୍ଷୟିତ୍ରୀ ଶିକ୍ଷକଙ୍କ ମୂଳ ପ୍ରମାଣପତ୍ର ଯାଞ୍ଚ କରାଯାଉଛି । ପ୍ରଥମ ଦିବସରେ ସମୁଦାୟ ୩୫୦ ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ଡକାଯାଇଥିବାବେଳେ ୩୪୬ ଜଣ ନିଜ ନିଜ ପ୍ରମାଣପତ୍ର ଧରି ଉପସ୍ଥିତ ହୋଇଥିଲେ । ୪ ଜଣ ଅନୁପସ୍ଥିତ ଥିଲେ। ସେହିପରି ଗୁରୁବାର ଯାଞ୍ଚ ପ୍ରକ୍ରିୟାର ଶେଷ ଦିବସରେ ୪୫୦ ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ପ୍ରମାଣପତ୍ର ଧରି ଆସିବାକୁ ଡକାଯାଇଥିବା ଜଣାପଡିଛି। ଏହି ପ୍ରକ୍ରିୟା ଶେଷ ହେବା ପରେ ଜିଲାରେ କେତେଜଣ ନକଲି ଶିକ୍ଷକ ରହିଛନ୍ତି ଜଣାପଡିବ । ତେବେ ଆଜିର ଯାଞ୍ଚ ପ୍ରକ୍ରିୟାରେ ଅନୁପସ୍ଥିତ ଥିବା ଶିକ୍ଷୟିତ୍ରୀ ଶିକ୍ଷକଙ୍କ ପକ୍ଷରୁ ପୂର୍ବରୁ ଦାଖଲ କରାଯାଇଥିବା ପ୍ରମାଣପତ୍ର ଯାଞ୍ଚ ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜଣାପଡିଛି। ଆହୁରି ମଧ୍ୟ ଯାଞ୍ଚ ପୂର୍ବରୁ କଣ୍ଟମାଳ ବ୍ଲକର ଜଣେ ଶିକ୍ଷକ ଯାଞ୍ଚ ପ୍ରକ୍ରିୟା ଆରମ୍ଭ ହେବା ଜାଣି କିଛି ଦିନ ପୂର୍ବରୁ ଇସ୍ତଫା ଦେଇଥିବା ଜଣାପଡିଛି । କିନ୍ତୁ ଏ ନେଇ ଜିଲା ଶିକ୍ଷା ବିଭାଗ ପକ୍ଷରୁ କିଛି ସ୍ପଷ୍ଟ କରାଯାଇନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri