ସୋସୋରେ ମାତିଛି ଦନ୍ତା: ଅଞ୍ଚଳବାସୀ ଭୟଭୀତ

ହାଟଡିହୀ,୨୩ା୪(ଡି.ଏନ୍‌.ଏ.) : କରୋନା ସାଙ୍ଗକୁ ହାତୀ ଭୟ ଏବେ ଲୋକଙ୍କୁ ଚିନ୍ତାରେ ପକାଇଛି। କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୋସୋ ଅଞ୍ଚଳରେ ଏକ ଦନ୍ତା ମାତିଥିବାରୁ ଅଞ୍ଚଳବାସୀ ଭୟଭୀତ ହୋଇପଡ଼ିଛନ୍ତି। ଏଥିସହ ହାତୀଟି ସ୍ଥାନୀୟ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି କରିଚାଲିଛି। ବାଡ଼ିବଗିଚାରେ ପଶି ପନିପରିବା ନଷ୍ଟ କରୁଥିବାରୁ ଚାଷୀ ବ୍ୟାପକ କ୍ଷତି ସହିଛନ୍ତିି। ଅନ୍ୟପକ୍ଷରେ ହଦଗଡ଼ ବନ ବିଭାଗ ପକ୍ଷରୁ ହାତୀ ଘଉଡ଼ାଇବା ପାଇଁ ଉଦ୍ୟମ କରାଯାଇଛି। ପୂର୍ବରୁ ଏହି ଅଞ୍ଚଳରେ ହାତୀ ଆକ୍ରମଣରେ ୩ ଜଣଙ୍କ ମୃତ୍ୟୁ ଘଟିସାରିଛି। ବୁଧବାର ହାତୀଟି ଗିରିଶ ନାୟକ, ପ୍ରଣବ ମହାନ୍ତି, ବିପିନ ରାଉତଙ୍କ ବାଡ଼ିରେ ପଶି ପନିପରିବା ଖାଇବା ସହ ଦଳିଚକଟି ନଷ୍ଟ କରିଦେଇଛି। ଫଳରେ ସନ୍ଧ୍ୟା ହେଲେ ଲୋକେ ତାଟିକବାଟ ପକାଇ ଦେଉଛନ୍ତି। ହାତୀ ଉପଦ୍ରବ ଭୟରେ କେହି ବାହାରକୁ ବାହାରୁ ନାହାନ୍ତି। ତେବେ କ୍ଷତିପୂରଣ ପାଇଁ ଚାଷୀ ବୈଲୋଚନ ନାୟକ, ମମି ନାୟକ, ଦୀନବନ୍ଧୁ ପଣ୍ଡିତ, ପ୍ରୀତିଲତା ନାୟକ, ସୋନୁ ରାଉତ, କୈଳାସ ନାୟକ, ଅଶୋକ ମହାନ୍ତି, ଭରତ ରାଉତ, ବାବାଜୀ ରାଉତ ପ୍ରମୁଖ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାଦନ ଖଟିବାକୁ ଯାଇଥିଲେ, ଫେରିଲା ଯୁବତୀଙ୍କ ମୃତଦେହ

ମୋହନା୧୩।୪(ମନ୍ମଥ ମିଶ୍ର): ଚାନ୍ଦା ଆଦାୟ କରି ମୁମ୍ବାଇରୁ ଆସିଲା ମୃତଦେହ। ଏଭଳି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଦମାଦୁଆ…

ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖି ଯାଇଥିଲେ, ଶବ ହୋଇ ଫେରିଲେ… ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ଲୋଇସିଂହା,୧୩।୪(ସୁଶାନ୍ତ ବାରିକ): ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖିଯିବା ହେଲା କାଳ। ଶୁକ୍ରବାର ରାତିରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା କୁଟେନପାଲି ନିକଟରେ ଏକ ଅଜଣା ଗାଡି ଧକ୍କାରେ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଅଂଶୁଘାତରେ ଚାଲିଗଲା ବ୍ୟକ୍ତିଙ୍କ ଜୀବନ

ଗୁଣୁପୁର, ୧୩।୪(ସଂକେତ ପାତ୍ର): ଖରାଦିନ ଆରମ୍ଭ ସହିତ ଅଂଶୁଘାତ ଜନିତ ପ୍ରଥମ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି। ରାୟଗଡା ଜିଲା ଗୁଣୁପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର…

ଅନୁସୂଚିତ ଜାତି ମୋର୍ଚ୍ଚା ଜିଲା ସଭାପତି ଭାବେ ନିଯୁକ୍ତ ହେଲେ ବିକ୍ରମ ତାଣ୍ଡି, ରାଜ୍ୟ ସଭାପତିଙ୍କୁ ଜଣାଇଲେ କୃତଜ୍ଞତା

ବଲାଙ୍ଗୀର ,୧୩।୪(ସୁନୀଲ କୁମାର ମହାନ୍ତି): ଅନୁସୂଚିତ ଜାତି ମୋର୍ଚ୍ଚା ବଲାଙ୍ଗୀର ଜିଲା ସଭାପତି ଭାବରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତା ବିକ୍ରମ ତାଣ୍ଡିଙ୍କୁ ମନୋନୀତ କରାଯାଇଛି। ଏନେଇ ବିକ୍ରମ…

ମାଟି ତଳେ ଲୁଚାଇ ରଖିଥିଲେ ୨କୋଟି ଟଙ୍କାର ଗଞ୍ଜେଇ, ଧରିଲା ପୋଲିସ

ମୋହନା,୧୩।୪(ମନ୍ମଥ ମିଶ୍ର): ଜଙ୍ଗଲରେ ଲୁଚାଇ ରଖାଯାଇଥିବା ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି ରା.ଉଦୟଗିରି ପୋଲିସ। ବିଶେଷ ସୂତ୍ରରୁ ଖବର ପାଇ ସୋମବାର ରା. ଉଦୟଗିରି ଏସ୍‌ଡ଼ିପିଓ…

ଚାଷୀଙ୍କ ଧାରଣାକୁ ପୂରିଲା ୩୫ଦିନ: ଏବେ ନ୍ୟାୟିକ ସହଯୋଗ କରିବ ଜିଲା ଓକିଲ ସଂଘ

ବରଗଡ଼,୧୩।୪(ପ୍ରେମାନନ୍ଦ ଖମାରୀ): ରବିଧାନ ଅମଳ ଆଉମାତ୍ର ୨ସପ୍ତାହ ପରେ ଆରମ୍ଭ ହୋଇଯିବ। ହେଲେ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ହୋଇଥିବା ଧାନ…

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ସରିଲା ଯୁକ୍ତ ୩ ପରୀକ୍ଷା: ଫଳାଫଳକୁ ଅପେକ୍ଷା

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶବିଦ୍ୟାଳୟ ପକ୍ଷରୁ ଗତ ୪ ତାରିଖରୁ ଆରମ୍ଭ ହୋଇଥିବା ଯୁକ୍ତ ୩ କଳା, ବାଣିଜ୍ୟ, ବିଜ୍ଞାନ ପରୀକ୍ଷା ସୋମବାର ସରିଛି। ଖୁବଶୀଘ୍ର ପରୀକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri