ସାହସିକତା ପାଇଁ ସମ୍ବର୍ଦ୍ଧିତ ହେଲେ ଦୁଇ ଗ୍ରାମବାସୀ

ବାଲିଆପାଳ,୨୧।୧୧(ସ୍ବ.ପ୍ର.)-ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ଅନ୍ତର୍ଗତ ଡଗରା ପଞ୍ଚାୟତ ଅଧୀନ ଡଗରା ବେଳାଭୂମି ଡାକବଙ୍ଗଳାଠାରେ ବୁଧବାର ଆୟୋଜିତ ସଭାରେ ଅଜୟ କରଣ ଏବଂ ବିଜୟ ରାଉତଙ୍କୁ ସାହସିକତା ପାଇଁ ସମ୍ବର୍ଦ୍ଧିତ କରାଯାଇଥିଲା। ସମିତି ସଦସ୍ୟ ନିତ୍ୟାନନ୍ଦ ଜେନା, ବାବୁଲି ଜେନା, ସଦାଶିବ ଦାସ, ଅର୍ଜୁନ ବାରିକ, ଦୀପକ ଜେନା, ହରିହର ଜେନା, ହେମନ୍ତ ଦାସ, ପୂର୍ବତନ ସଦସ୍ୟ ମୃତ୍ୟୁଞ୍ଜୟ ନାୟକ, ରାଧାକୃଷ୍ଣ ସାହୁ, ଲମ୍ବୋଧର ମାହାନା ପ୍ରମୁଖ ଉପସ୍ଥିତ ଥିଲେ। ବିଜେଡି ୨୧ ନମ୍ବର ଜୋନ୍‌ ଜିଲାପରିଷଦ ସଭ୍ୟ, ସାମାଜିକ କର୍ମୀ ରବୀନ୍ଦ୍ର ଅଣ୍ଡିଆ ସେମାନଙ୍କୁ ସମ୍ବର୍ଦ୍ଧନା ଜଣାଇ ସାହସିକ କାର୍ଯ୍ୟର ପ୍ରଶଂସା କରିଥିଲେ।
ଉଲ୍ଲେଖନୀୟ ଯେ, ସ୍ଥାନୀୟ ବେଳାଭୂମିରେ ସମୁଦ୍ରକୁ ଗାଧୋଇବାକୁ ଯାଇଥିବା ବେଳେ ୫ଜଣ କଲେଜ ଛାତ୍ର ଭାସିଯାଇଥିଲେ। ଖବରପାଇ ଡଗରା ଅଞ୍ଚଳର ଅଜୟ ଓ ବିଜୟ ସାହସିକତା ଦେଖାଇ ଗଭୀର ସମୁଦ୍ର ଭିତରକୁ ଲମ୍ଫ ପ୍ରଦାନ କରି ୪ଜଣ ଛାତ୍ରକୁ ଜୀବିତ ଅବସ୍ଥାରେ ଉଦ୍ଧାର କରିଥିଲେ। ହେଲେ ଜଣେ ଛାତ୍ରଙ୍କର କୌଣସି ଖବର ମିଳି ନ ଥିଲା। ପ୍ରଶାସନ ପକ୍ଷରୁ ସମସ୍ତ ଚେଷ୍ଟା ବିଫଳ ହୋଇଥିଲା। ଦୀର୍ଘ ୨୨ଘଣ୍ଟାର ବ୍ୟବଧାନ ପରେ ପୁଣି ଏହି ବ୍ୟକ୍ତିଙ୍କ ଦ୍ୱାରା ଜଣେ ଛାତ୍ରଙ୍କ ମୃତଦେହକୁ ଉଦ୍ଧାର କରାଯାଇଥିଲା। ଏଭଳି ସାହସିକତା ଦେଖାଇଥିବା ଡଗରା ଗ୍ରାମର ଅଜୟ ଏବଂ ବିଜୟଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛା ଜ୍ଞାପନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜାଲ୍‌ ଶିକ୍ଷକ ନିଯୁକ୍ତି କରି ଟଙ୍କା ଆତ୍ମସାତ୍‌ ଅଭିଯୋଗ: ନ୍ୟାୟ ପାଇଁ ଥାନାର ଦ୍ୱାରସ୍ଥ ଶିକ୍ଷକ

ନୂଆପଡ଼ା,୪ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି କଲେଜରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜାଲ୍‌ ଶିକ୍ଷକ ନିଯୁକ୍ତି କରି ଦରମା ଟଙ୍କା ଆତ୍ମସାତ୍‌ କରିଥିବା ସିନାପାଲି…

ସନ୍ତାନ ପାଳନ ଓ ମାର୍ଗ ଦର୍ଶନ

ଈଶ୍ୱରଙ୍କ ସୃଷ୍ଟିରେ ମଣିଷ ସର୍ବଶ୍ରେଷ୍ଠ ଜୀବ ରୂପେ ପରିଗଣିତ ହୋଇଥାଏ। ଏହାର କାରଣ ହେଲା ଜୀବଜନ୍ତୁମାନେ ଭଲ, ମନ୍ଦ, ଭୁଲ୍‌, ଠିକ୍‌ ବିବେଚନା କରିବାରେ ଅସମର୍ଥ ହୋଇଥିବା…

ନିର୍ବାଚନ: ଆଞ୍ଚଳିକ ଦଳ ବନାମ ଏନ୍‌ଡିଏ

କେନ୍ଦ୍ର ଶାସିତ ଅଞ୍ଚଳ ପୁଡୁଚେରୀ ସହ ୪ଟି ରାଜ୍ୟ ବିଧାନସଭା ପାଇଁ ଚଳିତ ମାସରେ ନିର୍ବାଚନ ଅନୁଷ୍ଠିତ ହେବ। ଏହି ସମସ୍ତ ରାଜ୍ୟରେ ରହିଛି ମୋଟ ୮୨୪ଟି…

ଶାସନରେ ଭୟ

ଭାରତରେ ଯେବେ ଏକ ପ୍ରକଳ୍ପ ଅଟକିଯାଏ, ଖର୍ଚ୍ଚ ବଢ଼ିଯାଏ ଆମେ ସ୍ବାଭାବିକ ଭାବରେ ସେଥିରେ ଦୁର୍ନୀତି କଥା ଉଠାଇଥାଉ। କିନ୍ତୁ ବେଳେ ବେଳେ ବ୍ୟବସ୍ଥାର ନିଷ୍କ୍ରିୟତା ଯୋଗୁ…

ସରକାରଙ୍କ ବଡ଼ ଘୋଷଣା! ବଦଳିବ ସୁନା କିଣିବା ନିୟମ, ଜାଣନ୍ତୁ ଗ୍ରାହକଙ୍କ ଉପରେ କ’ଣ ପ୍ରଭାବ ପଡ଼ିବ…

ନୂଆଦିଲ୍ଲୀ,୪।୪: ସରକାର ସୁନା କ୍ରୟ ସମ୍ବନ୍ଧୀୟ ନିୟମଗୁଡ଼ିକୁ ଆହୁରି କଠୋର କରିବାକୁ ଯାଉଛନ୍ତି। ଏହି ପଦକ୍ଷେପର ଅଂଶ ସ୍ବରୂପ, ହଲମାର୍କିଂର ଅପବ୍ୟବହାର ବିଷୟରେ ବଢ଼ୁଥିବା ଚିନ୍ତାକୁ ଦୂର…

ଜବରଦଖଲରେ ସରକାରୀ ଜମି: ୯ ଏପ୍ରିଲରେ ଡିମାର୍କେଶନ ନିର୍ଦ୍ଧାରିତ

ବଞ୍ଚୋ,୪।୪(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲ ନେଇ ସମସ୍ୟା ଗୁରୁତର ରୂପ ନେଇଥିଲା । ଏହି…

ସୌନ୍ଦର୍ଯ୍ୟ ହରାଇଲାଣି ଚିଲଡ୍ରେନ ପାର୍କ: ପ୍ରଶାସନ ଦୃଷ୍ଟି ଦେବାକୁ ଦାବି

ପଦ୍ମପୁର,୪ା୪(ପ୍ରଦୀପ୍ତ ଦାଶ ):ସହରକୁ ସରସ ସୁନ୍ଦର କରିବା ପାଇଁ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାତ୍ର ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଏ ସବୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri