Posted inଖେଳ

ସାହାଣୀ କପ୍‌ ଫୁଟବଲ: ସୁନ୍ଦରଗଡ଼ ଚାମ୍ପିୟନ

ବରଗଡ଼ ଅଫିସ୍‌,୧୪।୧୨
ବରଗଡ଼ ଲେଙ୍ଗୁ ମିଶ୍ର ଷ୍ଟାଡ଼ିୟମରେ ଶୁକ୍ରବାର ଆନ୍ତଃ ଜିଲା ସାହାଣୀ କପ୍‌ ଫୁଟବଲ ପ୍ରତିଯୋଗିତାର ଫାଇନାଲ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସୁନ୍ଦରଗଡ଼ ୨-୦ ଗୋଲରେ ରାଉରକେଲାକୁ ହରାଇ ଚାମ୍ପିୟନ ହୋଇଛି। ମ୍ୟାଚର ପ୍ରଥମାର୍ଦ୍ଧରେ ସୁନ୍ଦରଗଡ଼ର ମୁକେଶ ମିଞ୍ଜ ପ୍ରଥମ ଗୋଲ ସ୍କୋର କରିଥିଲେ। ସେହିପରି ମ୍ୟାଚର ଦ୍ୱିତୀୟାର୍ଦ୍ଧରେ ସୁନ୍ଦରଗଡ଼ର ସ୍ବାଧୀନ ଲଢ଼େଇ ଦଳ ପକ୍ଷରୁ ଆଉ ଏକ ଗୋଲ ସ୍କୋର କରିଥିଲେ। ଅନ୍ୟପଟେ ବାରମ୍ବାର ସୁଯୋଗ ମିଳିବା ସତ୍ତ୍ବେ ମ୍ୟାଚ ଶେଷସୁଦ୍ଧା ରାଉରକେଲା ଖେଳାଳିମାନେ ଗୋଲ ସ୍କୋର କରିପାରି ନ ଥିଲେ। ରେଫେରି ଆଶୀର୍ବାଦ କାନୁନଗୋ, ଦେବାଶିଷ ବାଗ, ରମଣୀ ଝା ପ୍ରମୁଖ ମ୍ୟାଚ ପରିଚାଳନା କରିଥିବାବେଳେ ଦୁର୍ଗାମାଧବ ନାୟକ ମ୍ୟାଚ କମିଶନର ଦାୟିତ୍ୱରେ ରହିଥିଲେ।
ଫୁଟବଲ ଆସୋସିଏଶନ ଅଫ ଓଡ଼ିଶା(ଫାଓ)ର ଉପସଭାପତି ରବି ନାରାୟଣ ପଣ୍ଡାଙ୍କ ସଂଯୋଜନାରେ ଉଦଯାପନୀ ସମାରୋହ ହୋଇଥିଲା। ଏଥିରେ ଜିଲା ଯୋଜନା କମିଟି ଅଧ୍ୟକ୍ଷ ତଥା ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ, ଅତାବିରା ବିଧାୟିକା ସ୍ନେହାଙ୍ଗିନୀ ଛୁରିଆ, ପୂର୍ବତନ ମନ୍ତ୍ରୀ ପ୍ରକାଶ ଚନ୍ଦ୍ର ଦେବତା, ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ପ୍ରମୁଖ ଅତିଥି ଭାବେ ଯୋଗଦେଇ ଚାମ୍ପିୟନ, ରନର୍ସ ଅପ୍‌ ଏବଂ କୃତୀ ଖେଳାଳିଙ୍କୁ ପୁରସ୍କୃତ କରିଥିଲେ। ଉନ୍ନତ ଖେଳ ପ୍ରଦର୍ଶନ ପାଇଁ ସୁନ୍ଦରଗଡ଼ର ମହେଶ ପ୍ରଧାନ ମ୍ୟାନ ଅଫ ଦି ଫାଇନାଲ, ମୁକେଶ ମିଞ୍ଜ ଶ୍ରେଷ୍ଠ ଖେଳାଳି, ସ୍ବାଧୀନ ବଢ଼େଇ ଶ୍ରେଷ୍ଠ ସ୍କୋରର ଏବଂ ବରଗଡ଼ର ବିରେନ ମହାକୁର ଶ୍ରେଷ୍ଠ ଉଦୀୟମାନ ଖେଳାଳି ଭାବେ ପୁରସ୍କୃତ ହୋଇଥିଲେ।
ଫାଓର କାର୍ଯ୍ୟକାରୀ ସଭାପତି ଶ୍ରୀକର ମିଶ୍ର, ପର୍ଯ୍ୟବେକ୍ଷକ ରବୀନ୍ଦ୍ର ମହାପାତ୍ର, ବରଗଡ଼ ଟାଉନ ଥାନା ଅଧିକାରୀ ସଦାନନ୍ଦ ପୂଝାରି, ଜିଲା କ୍ରୀଡ଼ା ସଂସଦର ସାଧାରଣ ସମ୍ପାଦକ କିଶୋର ମିଶ୍ର, ହରଦୀପ ସିଂ, ଶ୍ୟାମ ସୁନ୍ଦର ଅଦାବର, ଶୁଭ୍ରାଂଶୁ ଶେଖର ମହାପାତ୍ର, ସୁରେଶ ଦାଶ, ଜ୍ଞାନରଞ୍ଜନ ପୂଜାରୀ, ଶେଖ ସବଦର୍‌ ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ଜିଲା କ୍ରୀଡ଼ା ସଂସଦ ପକ୍ଷରୁ ଅତିଥି, ଆୟୋଜକ ଏବଂ କ୍ରୀଡ଼ାବିତ୍‌ ମାନଙ୍କୁ ସମ୍ବର୍ଦ୍ଧନା ଦିଆଯାଇଥିଲା। ଜିଲା କ୍ରୀଡ଼ା ସଂସଦ ଉପସଭାପତି ଯୁଗଳ ପ୍ରସାଦ ସିଂ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

ହାର୍ଦ୍ଦିକଙ୍କ ପରେ ଜାଡେଜା ହାସଲ କଲେ ଏହି ମାଇଲଖୁଣ୍ଟ

ଗୁଆହାଟୀ,୧୧ା୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ବିପକ୍ଷ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌) ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଏକ ମାଇଲଖୁଣ୍ଟ ହାସଲ କରିଛନ୍ତି। ସେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ…

ହାଇଦ୍ରାବାଦ୍‌କୁ ହରାଇ ପଞ୍ଜାବର ତୃତୀୟ ବିଜୟ

ଚଣ୍ଡିଗଡ଼,୧୧ା୪: ଅଧିନାୟକ ଶ୍ରେୟସ ଆୟାରଙ୍କ ଅପରାଜିତ ୬୯ ରନର ଇନିଂସ ବଳରେ ପଞ୍ଜାବ କିଙ୍ଗ୍ସ ଏକ ହାଇସ୍କୋରିଂ ଆଇପିଏଲ୍‌ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ୍‌କୁ ପରାସ୍ତ କରିଛି। ପଞ୍ଜାବର…

ଭାରତକୁ ମିଳିଲା ୧୩ ସ୍ବର୍ଣ୍ଣ ପଦକ

ଶିମ୍‌ଲା, ୧୧ା୪: ଭାରତୀୟ ଟେବୁଲ ଟେନିସ ଖେଳାଳି ସାଉଥ ଏସିଆନ ୟୁଥ୍‌ ଟେବୁଲ ଟେନିସ ଚାମ୍ପିୟନଶିପ୍‌ରେ ଆଧିପତ୍ୟ ବିସ୍ତାର କରି ସମସ୍ତ କାଟେଗୋରିରେ ମୋଟ ୧୩ ସ୍ବର୍ଣ୍ଣ…

ଗୋଟିଏ IPL ମ୍ୟାଚ ଖେଳି ଏତେ ଟଙ୍କା ରୋଜଗାର କରନ୍ତି ବୈଭବ, ଜାଣିଲେ ଉଡିଯିବ ହୋସ୍‌

ନୂଆଦିଲ୍ଲୀ,୧୧।୪: ଆଇପିଏଲ ୨୦୨୬ର ୧୬ ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଆରସିବିକୁ ୬ ଉଇକେଟ୍‌ରେ ପରାସ୍ତ କରି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ରାଜସ୍ଥାନ ରୟାଲ୍ସର ପ୍ରତିନିଧିତ୍ୱ କରୁଥିବା…

ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ସ୍ବତନ୍ତ୍ର ବାର୍ତ୍ତା ଲେଖିଲେ କୋହଲି, ୨ଟି ଶବ୍ଦରେ କହିଦେଲେ…

ନୂଆଦିଲ୍ଲୀ,୧୧।୪: ବିଶ୍ୱର ପ୍ରସିଦ୍ଧ ବୋଲରଙ୍କ ବିରୋଧରେ ମଧ୍ୟ ପ୍ରଥମ ବଲରୁ ଷ୍ଟ୍ରାଇକ କରିବାର କ୍ଷମତା ପାଇଁ ବୈଭବ ସୂର୍ଯ୍ୟବଂଶୀଙ୍କୁ ବ୍ୟାପକ ପ୍ରଶଂସା ମିଳୁଛି। ଏହି ବ୍ୟାଟସମ୍ୟାନଙ୍କୁ ଦେଖିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri