Posted inଜାତୀୟ

ସିଆଚୀନ୍‌ ଗ୍ଲାସିୟରରେ ଭୟଙ୍କର ବରଫ ଝଡ଼: ୧୯ ହଜାର ଫୁଟ ଉଚ୍ଚରେ ୪ ଯବାନଙ୍କ ସମେତ ୬ ଶହୀଦ୍‌

ଜମ୍ମୁ,୧୯।୧୧: ଉତ୍ତର ଲଦାଖଠାରେ ଥିବା ସିଆଚୀନ୍‌ ଗ୍ଲାସିୟରରେ ଭୟଙ୍କର ବରଫ ଝଡ଼ରେ ୪ ଯବାନଙ୍କ ସମେତ ୬ ଶହୀଦ୍‌ ହୋଇଛନ୍ତି। ୧୯ ହଜାର ଫୁଟ ଉଚ୍ଚାରେ ଥିବା ଏହି ଗ୍ଲାସିୟରରେ ବରଫ ତଳେ ଯବାନମାନେ ପୋତି ହୋଇଯାଇଛନ୍ତି। ଶହୀଦ୍‌ଙ୍କ ମଧ୍ୟରେ ୨ ଜଣ ପୋର୍ଟର ଥିବା ଭାରତୀୟ ସେନା ପକ୍ଷରୁ ସୂଚନା ଦିଆଯାଇଛି। ସୋମବାର ଅପରାହ୍ନ ପରେ ଏଠାରେ ଭୟଙ୍କର ବରଫଝଡ଼ ଅନୁଭୁତ ହୋଇଥିଲା। ଏହି ସମୟରେ ମାଇନସ୍‌ ୩୦ ଡିଗ୍ରୀ ତାପମାତ୍ରାରେ ଏଠାରେ ୮ ଜଣିଆ ଭାରତୀୟ ସେନା ଦଳ ପାଟ୍ରୋଲିଂ କରୁଥିଲେ। ଅପରାହ୍ନ ୩ଟା ସମୟରେ ଜଣେ ଅସୁସ୍ଥ ଯବାନଙ୍କୁ ହସ୍ପିଟାଲ ନେବା ପାଇଁ ଏହି ଦଳ ଯାଉଥିବାବେଳେ ବରଫ ଝଡ଼ର ସମ୍ମୁଖୀନ ହୋଇଥିଲେ। ଖବର ପାଇ ଉଦ୍ଧାରକାରୀ ଦଳ ହେଲିକପ୍ଟରରେ ଗୁରୁତର ଆହତ ଅବସ୍ଥାରେ ୪ ଯବାନ ଏବଂ ୨ ଜଣ ପୋର୍ଟରଙ୍କୁ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ତେବେ ସେଠାରେ ସେମାନଙ୍କର ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରେ ଆସୁଛି ପୁଣି ବନ୍ୟା: ପ୍ରଭାବିତ ହେବ ଏହି ୫ ଜିଲା

ଭୁବନେଶ୍ୱର,୨୮।୯(ରବିନାରାୟଣ ଜେନା): ଚଳିତବର୍ଷ ରାଜ୍ୟରେ ଗୋଟିଏ ପରେ ଗୋଟିଏ ବନ୍ୟା ଲୋକଙ୍କ ମେରୁଦଣ୍ଡ ଦୋହଲାଇ ଦେଲାଣି। ଜୁନ୍‌ରୁ ସେପ୍ଟେମ୍ବର ୨୫ ମଧ୍ୟରେ ବିଭିନ୍ନ ନଦୀର ଜଳସ୍ତର ବଢ଼ିବା…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ବଳାତ୍କାର ଅଭିଯୋଗକୁ ନେଇ ତାତିଲେ ଛାତ୍ରୀଛାତ୍ର, କ୍ୟାମ୍ପସ୍‌ରେ ଭଙ୍ଗାରୁଜା

ଫଗଓ୍ବାରା,୨୭ା୯: ପଞ୍ଜାବର ଫଗଓ୍ବାରାସ୍ଥିତ ଲଭ୍‌ଲି ପ୍ରଫେସନାଲ ୟୁନିଭର୍ସିଟି (ଏଲ୍‌ପିୟୁ)ର ଜଣେ ଛାତ୍ରୀଙ୍କୁ କ୍ୟାମ୍ପସ୍‌ ଭିତରେ ଜଣେ ବାହାର ଲୋକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି । ଏହାକୁ…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

କୋଟପାଡ଼ରେ ବନ୍ୟା ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ, ପୀଡ଼ିତଙ୍କୁ ନେଇ କଲେ ବଡ଼ ଘୋଷଣା

କୋରାପୁଟ,୨୭।୯(ଅମିତାଭ ବେହେରା ): କୋରାପୁଟ ଜିଲାର ବନ୍ୟା ପ୍ରଭାବିତ କୋଟପାଡ଼ ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ପାଗଳ ହନୁ ମାଙ୍କଡ କାମୁଡାରେ ଅନେକ ଆହତ ; ବନ ବିଭାଗର ଉଦ୍ୟମ ବିଫଳ, ଆତଙ୍କିତ ଗାଁ ଲୋକେ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ପାଗଳ ହନୁ ମାଙ୍କଡର ଉପଦ୍ରବ ଦେଖିବାକୁ ମିଳିଛି । ୮ରୁ ଉର୍ଦ୍ଧ୍ବ ଲୋକ ଆହତ…

ପିକଅପ୍ ଧକ୍କାରେ ଶିଶୁଙ୍କ ମୃତ୍ୟୁ; କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ, ଟାୟାର ଜାଳି ଆନ୍ଦୋଳନ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ମେକ୍ସପିକଅପ୍ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସଂଧ୍ଯ୍ଯାରେ ଉତ୍ତେଜନା ଦେଖାଦେଇଛି । ଚାଙ୍ଗୁଡ଼ିଆପଦର ସାହିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?