Posted inଜାତୀୟ

ସିଆନାଇଡ୍‌ ଦେଇ ପରିବାରର ୬ଜଣଙ୍କୁ ହତ୍ୟା

ଥିରୁଭାନନ୍ଥପୁରମ୍‌,୭ା୧୦: କେରଳର ଜଣେ ମହିଳା ଖାଦ୍ୟରେ ସିଆନାଇଡ୍‌ ଦେଇ ପରିବାରର ୬ ଜଣଙ୍କୁ ହତ୍ୟା କରିଛନ୍ତି। ୧୭ ବର୍ଷ ହେଲା ତାଙ୍କ ପରିବାର ସଦସ୍ୟଙ୍କର ରହସ୍ୟମୟ ଭାବେ ମୃତ୍ୟୁ ଘଟୁଥିଲା। ଶନିବାର ଉକ୍ତ ମହିଳାଙ୍କ ସମେତ ୩ ଜଣଙ୍କୁ ଗିରଫ କରାଯିବା ପରେ ଘଟଣା ପଛର ରହସ୍ୟ ଉନ୍ମୋଚିତ ହୋଇଛି। ବିଭିନ୍ନ ସମୟରେ ଜଲି ଥୋମାସ ନାମ୍ନୀ ମହିଳା ପରିବାର ସଦସ୍ୟଙ୍କୁ ସିଆନାଇଡ୍‌ ମିଶା ଖାଦ୍ୟ ଦେଇ ହତ୍ୟା କରୁଥିଲେ ବୋଲି ପୋଲିସ କହିଛି। ଏଥିରେ ତାଙ୍କ ବନ୍ଧୁ ଏମ୍‌. ମାଥ୍ୟୁ ଏବଂ ଜଣେ ଅଳଙ୍କାର କାରିଗର ପ୍ରଜୁ କୁମାର ସହାୟତା କରୁଥିଲେ। ସେମାନେ ପଟାସିୟମ ସିଆନାଇଡ ଯୋଗାଇଦେଉଥିତ୍ଲେ। ଦୁଇ ମାସର ତଦନ୍ତ ପରେ ସେମାନଙ୍କ ବିରୋଧରେ ପୋଲିସକୁ ଯଥେଷ୍ଟ ପ୍ରମାଣ ମିଳିଥିଲା। ଜୋଲି ୨୦୦୨ରେ ଜୋଲିଙ୍କ ଶାଶୂ ଅନାମ୍ମା, ୨୦୦୮ରେ ସ୍ବାମୀ ଟମ୍‌ ଥୋମାସ, ୨୦୧୧ରେ ପୂର୍ବତନ ସ୍ବାମୀ ରାୟ ଥୋମାସ, ୨୦୧୪ରେ ରାୟଙ୍କ ମାମୁଁ ମାଥ୍ୟୁ ଏବଂ ୨୦୧୬ରେ ଜଣେ ସମ୍ପର୍କୀୟ ଓ ନିଜର ବର୍ଷକର ସନ୍ତାନଙ୍କ ରହସ୍ୟଜନକ ଭାବେ ମୃତ୍ୟୁ ହୋଇଥିଲା। ସମସ୍ତଙ୍କ କ୍ଷେତ୍ରରେ ଏକପ୍ରକାର ଲକ୍ଷଣ ଦେଖାଯାଇଥିବାରୁ ଟମ୍‌ଙ୍କ ପୁଅ ରୋଜିଙ୍କ ଅଭିଯୋଗ କ୍ରମେ ପୋଲିସ ଘଟଣାର ତଦନ୍ତ କରିଥିଲା। ତଦନ୍ତ ବେଳେ ଜୋଲି ଶାଜୁ ସାରିଆ ନାମରେ ଅନ୍ୟଜଣଙ୍କୁ ବିବାହ କରିଥିବା ଜଣାପଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?