Posted inଜାତୀୟ

ସିଏଏକୁ ରୋକିପାରିବେନି ଦିଦି

କୋଲକାତା,୨ା୩(ପି.ଟି.): ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ରୋକି ପାରିବେନି। ଶରଣାର୍ଥୀମାନଙ୍କୁ ଭାରତର ନାଗରିକତ୍ୱ ଦେବାରେ ସେ କେନ୍ଦ୍ର ସରକାରଙ୍କୁ ଅଟକାଇ ପାରିବେନି ବୋଲି ରବିବାର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ହୁଙ୍କାର ଦେଇଛନ୍ତି। ସିଏଏର ଦୃଢ଼ ବିରୋଧୀ ଭାବେ ଜଣାଶୁଣା ମମତା ପଶ୍ଚିମବଙ୍ଗରେ ଏହାକୁ ଆଦୌ ଲାଗୁ କରିବାକୁ ଦିଆଯିବ ନାହିଁ ବୋଲି ବାରମ୍ବାର ଗର୍ଜନ କରୁଥିବାବେଳେ ତାଙ୍କୁ ଏଭଳି ଜବାବ ଦେଇଛନ୍ତି ଶାହା।
ସିଏଏ ସପକ୍ଷରେ ଆୟୋଜିତ ଏକ ସଭାକୁ ସମ୍ବୋଧନ କରି ସ୍ବରାଷ୍ଟ୍ରମନ୍ତ୍ରୀ କହିଛନ୍ତି, ବିରୋଧୀ ଦଳଗୁଡ଼ିକ ଶରଣାର୍ଥୀମାନଙ୍କୁ ନାଗରିକତ୍ୱ ପ୍ରଦାନ ପାଇଁ ଉଦ୍ଦିଷ୍ଟ ନବପ୍ରଣୀତ ଆଇନକୁ ନେଇ ମିଥ୍ୟା ଧାରଣା ସୃଷ୍ଟି କରି ଭୟଭୀତ କରାଉଛନ୍ତି। ଏହି ଆଇନକୁ ନେଇ ମମତା ନିଜ ରାଜ୍ୟରେ ଦଙ୍ଗାକୁ ଅନୁମତି ଦେଉଛନ୍ତି। ଏଠାରେ ଟ୍ରେନ୍‌ ଓ ରେଳ ଷ୍ଟେଶନଗୁଡ଼ିକୁ ଜାଳି ଦିଆଯାଇଛି। ମମତା ଦିଦି ବିରୋଧୀ ଦଳରେ ଥିବାବେଳେ ଶରଣାର୍ଥୀଙ୍କୁ ନାଗରିକତ୍ୱ ପ୍ରଦାନ ପ୍ରସଙ୍ଗ ଉଠାଇଥିଲେ। ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲକ୍ଷ ଲକ୍ଷ ଶରଣାର୍ଥୀଙ୍କୁ ନାଗରିକତ୍ୱ ଦେବା ଲାଗି ଆଇନ ଆଣିଥିବାବେଳେ ମମତା ଏହାକୁ ବିରୋଧ କରିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ। ଏବେ ସେ କଂଗ୍ରେସ ଓ କମ୍ୟୁନିଷ୍ଟମାନଙ୍କ ସହ ପୁଣି ଛିଡ଼ା ହୋଇଛନ୍ତି ବୋଲି ଶାହା ସମାଲୋଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସିସେଲ୍ସରେ ମଣିଷକୁ ଟପିଲେଣି କଇଁଛ

ଭିକ୍ଟୋରିଆ,୧୧ା୧୦: ଦିନେ ବିଲୁପ୍ତ ହେବାକୁ ବସିଥିବା ଆଲଡାବ୍ରା କଇଁଛଙ୍କ ସଂଖ୍ୟା ବର୍ତ୍ତମାନ ମଣିଷଙ୍କୁ ମଧ୍ୟ ଟପିଗଲାଣି। ବ୍ୟାପକ ଶୋଷଣ ଏବଂ ଅତ୍ୟଧିକ ଶିକାର ଯୋଗୁଁ ଆଲଡାବ୍ରାର କଇଁଛ…

Odisha SIR Voter List Row: ୩ ଦିନରେ ୩୩,୫୧୫ ଫର୍ମ-୬ ଆବେଦନପତ୍ର ଗ୍ରହଣ

ଭୁବନେଶ୍ୱର,୧୧ା୧୦(ସୁନିତ୍‌ ମିଶ୍ର): ଭାରତର ନିର୍ୱାଚନ ଆୟୋଗ (ଇସିଆଇ)ଙ୍କ ନିର୍ଦ୍ଦେଶକ୍ରମେ ଓଡ଼ିଶାର ଭୋଟର ତାଲିକାରେ ନାମ ସାମିଲକରିବା ଉଦ୍ଦେଶ୍ୟରେ ଗତ ୭ରୁ ୯ ତାରିଖ ଯାଏ ରାଜ୍ୟବ୍ୟାପୀ ଏକ…

ଆଇପିଏଲ ୨୦୨୭ ପୂର୍ବରୁ ବଡ଼ ହଲଚଲ! ବିଦା ହୋଇପାରନ୍ତି ୧୦ ବଡ଼ ବ୍ୟାଟର୍‌, ତାଲିକାରେ ସୂର୍ଯ୍ୟଙ୍କ ସମେତ…

ନୂଆଦିଲ୍ଲୀ,୧୧।୧୦: ଆଇପିଏଲ ୨୦୨୭କୁ ନେଇ ଏବେଠାରୁ ଆରମ୍ଭ ହୋଇଗଲାଣି ଚର୍ଚ୍ଚା। ଆଗାମୀ ସିଜନ ପାଇଁ ସମସ୍ତ ୧୦ଟି ଫ୍ରାଞ୍ଚାଇଜି ନିଜ ନିଜ ଦଳକୁ ମଜଭୁତ କରିବାର ଯୋଜନା…

ଛାତ୍ର ସଂସଦ ନିର୍ବାଚନକୁ ନେଇ ରେଭେନ୍‌ଶାରେ ଉତ୍ତେଜନା

କଟକ,୧୧ା୧୦(କାର୍ତ୍ତିକ ସାହୁ): ଛାତ୍ର ସଂସଦ ନିର୍ୱାଚନ ପାଇଁ ଏଆଇଡିଏସ୍‌ଓ ସଭାପତି ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର ଖାରଜ ଘଟଣାକୁ ନେଇ ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ ଉତ୍ତେଜନା ପ୍ରକାଶ ପାଇଛି। ପ୍ରାର୍ଥିପତ୍ର ଖାରଜକୁ…

ଗରମ ଗୁଳୁଗୁଳି ସହ ଝଡ଼ବର୍ଷା, ଆଜି ୧୩ ଜିଲାକୁ ୟେଲୋ ଓ୍ୱାର୍ନିଂ

ଭୁବନେଶ୍ୱର,୧୧ା୧୦(ବନ୍ଦନା ସେଠୀ): ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ ବ୍ୟାପିଛି। ଫଳରେ…

ଉମରକୋଟରେ ଛାତ୍ର ସଂସଦ ନିର୍ବାଚନୀ ହିଂସା: ଅଣଛାତ୍ର ଗୋଷ୍ଠୀ ମୁହାଁମୁହିଁ

ନବରଙ୍ଗପୁର/ଉମରକୋଟ,୧୧ା୧୦(ସଦାଶିବ ପ୍ରହରାଜ/ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ପେଣ୍ଡ୍ରାଣୀ କଲେଜ ନିର୍ୱାଚନକୁ କେନ୍ଦ୍ର କରି ଶନିବାର ୨ ଅଣଛାତ୍ର ଗୋଷ୍ଠୀ ମୁହଁାମୁହିଁ ହୋଇଛନ୍ତି। ଗୋଟିଏ ଗୋଷ୍ଠୀର ଛୁରାମାଡ଼ରେ…

‘ଘିବଲି’ ଦୁନିଆ: ଅପରାଧ ଓ ଆଇନ

ମସାମୟିକ ଧାରାରେ ନିଜକୁ ଅଂଶୀଦାର କରିବାର ମାନସିକତା ବିଶ୍ୱ, ପରିବେଶ ସର୍ବୋପରି ମାନବ ସଭ୍ୟତାକୁ ତା’ର ଅଜ୍ଞାତସାରରେ ବିଲୟର କେଉଁ ଦିଗକୁ ଟାଣିନେଇ ଚାଲିଛି ତାହା ବୋଧହୁଏ…

ସିଇସି ଜ୍ଞାନେଶ ହଟାଅ ଦାବିରେ ସିଜେପିର ବିକ୍ଷୋଭ: ଦିଲ୍ଲୀରେ ୭ ହଜାରରୁ ଊର୍ଦ୍ଧ୍ୱ ଅଟକ

ନୂଆଦିଲ୍ଲୀ, ୧୧ା୧୦ (ପି.ଟି.): ମୁମ୍ୱାଇରୁ ବିମାନ ଯୋଗେ ଦିଲ୍ଲୀ ପହଞ୍ଚିବା ପରେ ସିଜେପି ପ୍ରତିଷ୍ଠାତା ଅଭିଜିତ୍‌ ଦୀପ୍‌କେ, ପ୍ରବକ୍ତା ସୌରଭ ଦାସ ଏବଂ ଆଶୁତୋଷ ରାଙ୍କାଙ୍କୁ ଇନ୍ଦିରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?