ସିଏଏକୁ ସମର୍ଥନ କରି ପ୍ରଧାନମନ୍ତ୍ରୀ, ସ୍ବରାଷ୍ଟ୍ରମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇବ ଭାଜପା

ଭୁବନେଶ୍ୱର,୭।୨(ବ୍ୟୁରୋ): ନାଗରିକତ୍ୱ ପ୍ରଦାନ କରିବା ପାଇଁ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) କରାଯାଇଛି। ସିଏଏ ଦ୍ୱାରା କୌଣସି ଭାରତୀୟଙ୍କ ଅଧିକାର କ୍ଷୁଣ୍ଣ ହେବନି ବୋଲି ଓଡ଼ିଶାବାସୀ ବୁଝି ସାରିଛନ୍ତି। ସାରା ରାଜ୍ୟବାସୀ ଏବେ ଏହି ଆଇନକୁ ପୂର୍ଣ୍ଣ ସମର୍ଥନ ଜଣାଇଛନ୍ତି ବୋଲି ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତି କହିଛନ୍ତି। କେନ୍ଦ୍ର ସରକାରଙ୍କ ଏହା ଏକ ଐତିହାସିକ ନିଷ୍ପତ୍ତି। ଦେଶର ଏକ ବୃହତ୍‌ ସ୍ବାର୍ଥ ଦୃଷ୍ଟିରୁ ଏଭଳି ଏକ ଯୁଗାନ୍ତକାରୀ ପଦକ୍ଷେପ ନେଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ପୋଷ୍ଟକାର୍ଡ ମାଧ୍ୟମରେ ଭାଜପା କାର୍ଯ୍ୟକର୍ତ୍ତାମାନେ ଧନ୍ୟବାଦ ଜଣାଇବେ। ରାଜ୍ୟର ୧୦୦୪ ମଣ୍ଡଳର ୩୭,୦୦୦ ବୁଥ୍‌ରୁ ସର୍ବନିମ୍ନ ୫୦ଜଣ କାର୍ଯ୍ୟକର୍ତ୍ତା ସିଏଏକୁ ସମର୍ଥନ କରି ପୋଷ୍ଟକାର୍ଡ ମାଧ୍ୟମରେ ପ୍ରଧାନମନ୍ତ୍ରୀ ଏବଂ ସ୍ବରାଷ୍ଟ୍ରମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇବେ ବୋଲି ସମୀର ସୂଚନା ଦେଇଛନ୍ତି। ଭାଜପା ରାଜ୍ୟ ସଭାପତି ଗୁରୁବାର ପ୍ରଥମେ ପୋଷ୍ଟକାର୍ଡ ମାଧ୍ୟମରେ ଧନ୍ୟବାଦ ବାର୍ତ୍ତା ଜଣାଇଛନ୍ତି। ସମୀର କହିଛନ୍ତି ଯେ, ପ୍ରତ୍ୟେକ ଜିଲାରେ ସିଏଏ ସମ୍ପର୍କରେ ସଚେତନତା ରାଲି ଏବଂ ବିଶାଳ ଜନସମାବେଶ କରାଯାଉଛି । ଏହି ଆଇନକୁ ସମର୍ଥନ କରି ପ୍ରତ୍ୟେକ ସ୍ଥାନରେ ଜନଜାଗରଣ କାର୍ଯ୍ୟକ୍ରମ, ଜନସଭା, ସଚେତନତା ସମାବେଶ ଆଦି କରାଯାଉଛି। ଏହାସହ ଭାଜପା କାର୍ଯ୍ୟକର୍ତ୍ତାମାନେ ପ୍ରତ୍ୟେକ ସାଙ୍ଗଠନିକ ଜିଲାରେ ବୁଦ୍ଧିଜୀବୀ ସମ୍ମିଳନୀ, ପଦଯାତ୍ରା ସହ ଘରକୁ ଘର ଯାଇ ସିଏଏ ସମ୍ପର୍କିତ ତଥ୍ୟ ପ୍ରଦାନ କରି ସାଧାରଣ ଲୋକଙ୍କୁ ସଚେତନ କରୁଛନ୍ତି। କିନ୍ତୁ ବିରୋଧୀ କଂଗ୍ରେସ ସମେତ କିଛି ଆଞ୍ଚଳିକ ଦଳ ଦେଶର ଜନତାଙ୍କୁ ବିଭ୍ରାନ୍ତ କରି ହିଂସା ସୃଷ୍ଟି କରୁଛନ୍ତି ବୋଲି ସମୀର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri