ସିଏଏର ବିରୋଧ ଯୋଗୁ ରେଳପଥର ୮୪ କୋଟି କ୍ଷତି

ନୂଆଦିଲ୍ଲୀ,୧୨-୧: ପଶ୍ଚିମବଙ୍ଗରେ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ଏବଂ ଏନ୍‌ଆର୍‌ସିର ବିରୋଧ ଯୋଗୁ ରେଳପଥ ୮୪ କୋଟି ଟଙ୍କାର କ୍ଷତି ସହିଛି। ୧୩ ଡିସେମ୍ବରରୁ ୧୫ ଡିସେମ୍ବର ମଧ୍ୟରେ ଏହି କ୍ଷତି ହୋଇଥିବା ରେଳପଥ ପକ୍ଷରୁ କୁହାଯାଇଛି। ଏଥି ସଂକ୍ରାନ୍ତ ଏକ ରିପୋର୍ଟ ରେଳପଥ କଲିକତା ହାଇକୋର୍ଟରେ ଦାଖଲ କରିଛି। ସିଆଲଦା ଡିଜିଜନରେ କେବଳ ୪୬ କୋଟି ଟଙ୍କା କ୍ଷତି ହୋଇଥିବା ଏକ ସତ୍ୟପାଠରେ କୁହାଯାଇଛି। ଏହି ମାମଲାର ଶୁଣାଣି ମୁଖ୍ୟ ବିଚାରପତି ଟିବିଏନ ରାଧାକୃଷ୍ଣନ ଏବଂ ଜଷ୍ଟିସ ଏନ୍‌.ବାନାର୍ଜୀଙ୍କ ଖଣ୍ଡପୀଠ କରୁଛନ୍ତି। ସେହିଭଳି ମାଲଦା ଡିଜିଜନରେ ୨୪.୫ କୋଟି ଏବଂ ହାଓଡା ଡିଭିଜନରେ ୧ କୋଟି ଟଙ୍କାରୁ ଉର୍ଦ୍ଧ୍ୱ କ୍ଷତି ହୋଇଥିବା କୁହାଯାଇଛି। ସେହିଭଳି ଦକ୍ଷିଣପୂର୍ବ ରେଲଓ୍ବେର ୧୨.୫ କୋଟି କ୍ଷତି ମଧ୍ୟ ଏଥିରେ ସାମିଲ ହୋଇଛି। ମାମଲାର ଆଗାମୀ ଶୁଣାଣି ମାସେ ପରେ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପାର୍ୱଣ ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ବଡ଼ ଝଟ୍‌କା! ବୋନସକୁ ନେଇ ଆସିଲା ଖରାପ ଖବର

ନୂଆଦିଲ୍ଲୀ,୨୬।୯: ପାର୍ୱଣ ଋତୁ ପୂର୍ୱରୁ କର୍ମଚାରୀମାନେ ବୋନସକୁ ଅପେକ୍ଷା କରି ରହିଛନ୍ତି। ବିଭିନ୍ନ ସରକାରୀ ଏବଂ ଘରୋଇ ସଂସ୍ଥା ବୋନସ ଘୋଷଣା ମଧ୍ୟ କରୁଛନ୍ତି। ଏହି ସମୟରେ…

ପହିଲାରୁ ବଦଳିବ LPG Gasର ୫ ବଡ଼ ନିୟମ! ବୁକିଂ କରିବା ପୂର୍ବରୁ ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୯: ଅକ୍ଟୋବର ୧ ତାରିଖରୁ ଏଲପିଜି ସିଲିଣ୍ଡର ସହିତ ଜଡିତ ଅନେକ ପରିବର୍ତ୍ତନ ଲାଗୁ ହେବାକୁ ଯାଉଛି। ଏହି ପରିବର୍ତ୍ତନଗୁଡ଼ିକ ଗ୍ୟାସ ବୁକିଂ ଓ ରିଫିଲିଂକୁ ପ୍ରଭାବିତ…

ବ୍ୟାଙ୍କ୍‌ ଷ୍ଟ୍ରାଇକ୍‌ ପୂର୍ବରୁ SBI କଲା ବଡ଼ ଘୋଷଣା, ସେପ୍ଟେମ୍ୱର ୨୮ରୁ ଏଟିଏମ୍‌ ଚାର୍ଜ…

ନୂଆଦିଲ୍ଲୀ,୨୬।୯: ଯଦି ଆପଣ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ (SBI)ର ଗ୍ରାହକ ଏବଂ ଆଗାମୀ ଦିନରେ ବ୍ୟାଙ୍କ ଧର୍ମଘଟ ଯୋଗୁଁ ଟଙ୍କାର ଅଭାବ ହେବା ଚିନ୍ତାରେ ବ୍ୟସ୍ତ…

ଦୁର୍ଗାପୂଜା ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ବଡ଼ ଖୁସି! ଜାଣନ୍ତୁ କେତେ ପ୍ରତିଶତ ବଢ଼ିବ DA

ନୂଆଦିଲ୍ଲୀ,୨୬।୯: ଯଦି ଆପଣ କିମ୍ବା ଆପଣଙ୍କ ପରିବାରର କେହି କେନ୍ଦ୍ର ସରକାରୀ କର୍ମଚାରୀ (Central Government Employee) କିମ୍ବା ପେନସନଭୋଗୀ ଅଛନ୍ତି, ତେବେ ପାର୍ବଣ ଋତୁରେ ଆପଣଙ୍କ…

ଦେଶରେ ବ୍ୟାଙ୍କ ହଡ଼ତାଳ, ହେଲେ ଖୋଲା ରହିବ ଏହି ବ୍ୟାଙ୍କ

ନୂଆଦିଲ୍ଲୀ,୨୬।୯: ସେପ୍ଟେମ୍ବର ୨୮ରୁ ୩୦ ତାରିଖ ପର୍ଯ୍ୟନ୍ତ ସରକାରୀ କ୍ଷେତ୍ରର ବ୍ୟାଙ୍କଗୁଡ଼ିକର ଦେଶବ୍ୟାପୀ ୩ ଦିନିଆ ହଡ଼ତାଳ ଡାକ ମଧ୍ୟରେ ସାଧାରଣ ଲୋକ ଓ ଗ୍ରାମାଞ୍ଚଳର ଖାତାଧାରୀଙ୍କ…

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

ବର୍ଷକୁ ମାଗଣାରେ ମିଳିବ ୬ଟା ସିଲିଣ୍ଡର, ସରକାରଙ୍କ ବଡ଼ ଘୋଷଣା; ଜାଣନ୍ତୁ କାହାକୁ ମିଳିବ ଫାଇଦା

ନୂଆଦିଲ୍‌ଲୀ,୨୫।୯: ଏଣିକି ବର୍ଷକୁ ମିଳିବ ୬ଟି ସିଲିଣ୍ଡର। ଏନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଉମର ଅବଦୁଲ୍ଲା ସରକାର ବିଧାନସଭାରେ ଏକ ବଡ଼ ଘୋଷଣା କରି ଜମ୍ମୁ-କଶ୍ମୀରରେ…

ସପ୍ତାହରେ ବ୍ୟାଙ୍କ୍‌ରେ ୫ଦିନ ଓ଼୍ବାର୍କିଂ ଡେ? ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୨୫।୯: ସପ୍ତାହକୁ ୫ ଦିନ କାର୍ଯ୍ୟଦିବସ (5-Day Work Week) ସମେତ ଅନ୍ୟ କିଛି ଦାବିକୁ ନେଇ ବ୍ୟାଙ୍କ ୟୁନିଅନଗୁଡ଼ିକ ସେପ୍ଟେମ୍ୱର ୨୮ ରୁ ତିନି ଦିନିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?