ସିଏଏ ଅନାବଶ୍ୟକ, କିନ୍ତୁ …

ଦୁବାଇ,୨୦ା୧(ପି.ଟି.): ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ଏବଂ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି) ଭାରତର ଆଭ୍ୟନ୍ତରୀଣ ବ୍ୟାପାର ବୋଲି ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନା କହିଛନ୍ତି। ତେବେ ଏଭଳି ଆଇନର ଆବଶ୍ୟକତା ନ ଥିଲା ବୋଲି ସେ ମତ ଦେଇଛନ୍ତି। ସିଏଏ ଅନୁଯାୟୀ ଧର୍ମୀୟ ବିଦ୍ୱେଷର ଶିକାର ହୋଇ ୨୦୧୪ ଡିସେମ୍ବର ୩୧ ପୂର୍ବରୁ ପାକିସ୍ତାନ, ବାଂଲାଦେଶ ଏବଂ ଆଫଗାନିସ୍ତାନରୁ ଆସିଥିବା ସଂଖ୍ୟାଲଘୁ ହିନ୍ଦୁ, ଶିଖ୍‌, ବୌଦ୍ଧ, ଜୈନ, ପାର୍ସୀ ଓ ଖ୍ରୀଷ୍ଟିୟାନ ସମ୍ପ୍ରଦାୟର ସଦସ୍ୟମାନଙ୍କୁ ଭାରତୀୟ ନାଗରିକତ୍ୱ ପ୍ରଦାନ କରାଯିବ। ଏହି ବିବାଦୀୟ ଆଇନକୁ ଦେଇ ସାରା ଦେଶରେ ଆନ୍ଦୋଳନ ଜାରି ରହିଛି।
ଗଲ୍ଫ ନ୍ୟୁଜ୍‌କୁ ସାକ୍ଷାତ୍‌କାର ଦେଇ ହାସିନା କହିଛନ୍ତି, ଭାରତ ସରକାର କ’ଣ ପାଇଁ ଏଭଳି ଆଇନ ଆଣିଲେ ତାହା ସେ ବୁଝିପାରୁନାହାନ୍ତି। ଏହାର କୌଣସି ଆବଶ୍ୟକତା ନ ଥିଲା। ପୂର୍ବରୁ ବାଂଲାଦେଶର ବହିର୍ବ୍ୟାପାର ମନ୍ତ୍ରୀ ଏ.କେ. ଅବଦୁଲ ମୋମେନ ମଧ୍ୟ ସିଏଏ ଏବଂ ଏନ୍‌ଆର୍‌ସିକୁ ଭାରତର ଆଭ୍ୟନ୍ତରୀଣ ବ୍ୟାପାର କହିଥିଲେ। ତେବେ ଭାରତରେ ଏହାକୁ ନେଇ ଅନିଶ୍ଚିତତା ଦେଖାଦେଲେ ପଡୋଶୀ ଦେଶ ପ୍ରଭାବିତ ହେବେ ବୋଲି ସେ ଚିନ୍ତା ପ୍ରକଟ କରିଥିଲେ। ବାଂଲାଦେଶର ୧୬ କୋଟି ଲୋକଙ୍କ ମଧ୍ୟରୁ ୧୦.୭ ପ୍ରତିଶତ ହିନ୍ଦୁ ଓ ୦.୬ ପ୍ରତିଶତ ବୌଦ୍ଧ। ଧର୍ମୀୟ ବିଦ୍ୱେଷକୁ ନେଇ କୌଣସି ସଂଖ୍ୟାଲଘୁ ଭାରତ ଯାଇନାହାନ୍ତି। ସେହିପରି ଭାରତ ଯାଇଥିବା କୌଣସି ଶରଣାର୍ଥୀ ଫେରି ନ ଥିବା ବାଂଲାଦେଶ ପକ୍ଷରୁ କୁହାଯାଇଛି। ତେବେ ଭାରତରେ ସେମାନେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏହା ସତ୍ତ୍ୱେ ସିଏଏ ଏବଂ ଏନ୍‌ଆର୍‌ସି ଭାରତର ଆଭ୍ୟନ୍ତରୀଣ ପ୍ରସଙ୍ଗ ବୋଲି ହାସିନା ସ୍ପଷ୍ଟ କରିଦେଇଛନ୍ତି। ଭାରତ ଓ ବାଂଲାଦେଶ ମଧ୍ୟରେ ସମ୍ପର୍କ ବର୍ତ୍ତମାନ ବହୁତ ଭଲ ରହିଛି। ବିଭିନ୍ନ କ୍ଷେତ୍ରରେ ଉଭୟ ପରସ୍ପରକୁ ସହଯୋଗ କରୁଥିବା ହାସିନା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri