ସିଏଏ ଏକ ଐତିହାସିକ ପଦକ୍ଷେପ, କଂଗ୍ରେସ ଲୋକମାନଙ୍କ ମଧ୍ୟରେ ଅରାଜକତାର ବାତାବରଣ ସୃଷ୍ଟି କରିବାକୁ ଚେଷ୍ଟା କରୁଛି: ଧର୍ମେନ୍ଦ୍ର

ଭୁବନେଶ୍ୱର,୨୬।୧୨(ବ୍ୟୁରୋ): ଗତ ଶୀତ ଅଧିବେଶନରେ ଉଭୟ ଲୋକ ସଭା ଏବଂ ରାଜ୍ୟ ସଭାରେ କେନ୍ଦ୍ର ସରକାର ଏକ ଐତିହାସିକ ପଦକ୍ଷେପ ନେଇଛନ୍ତି। ୧୯୪୭ରେ ଦେଶ ବିଭାଜନ ହେବା ପରେ ପାକିସ୍ତାନରୁ ଭାରତକୁ ଆସିଥିବା ଅନେକ ଶରଣାର୍ଥୀ ଦୁର୍ବିସହ ଜୀବନ ବିତାଉଥିଲେ। ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ଅନୁଯାୟୀ ବର୍ତ୍ତମାନ ମୋଦି ସରକାର ନର୍କ ଜୀବନ ବିତାଉଥିବା ସେମାନଙ୍କୁ ଉଦ୍ଧାର କରିବାକୁ ଯାଉଛନ୍ତି। ମୁଖ୍ୟତଃ ତିନୋଟି ଦେଶ ବାଲାଂଦେଶ, ପାକିସ୍ତାନ, ଆଫଗାନିସ୍ତାନରୁ ଆସିଥିବା ହିନ୍ଦୁ, ଶିଖ୍‌, ବୌଦ୍ଧ, ଜୈନ, ଖ୍ରୀଷ୍ଟିଆନ ନାଗରିକଙ୍କୁ ଦେଶରେ ନାଗରିକତା ଦେବାର ସାହସିକତା ମୋଦି ଦେଖାଇଛନ୍ତି। ହେଲେ କଂଗ୍ରେସ ଏହାକୁ ନେଇ ଅସହିଷ୍ଣୁ ହୋଇପଡ଼ିଛି। ଲୋକମାନଙ୍କ ମଧ୍ୟରେ ଅରାଜକତାର ବାତାବରଣ ସୃଷ୍ଟି କରିବାକୁ ଚେଷ୍ଟା କରୁଛି। ଭାଜପା ଏହାକୁ କଠୋର ଶବ୍ଦରେ ନିନ୍ଦା କରୁଥିବା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ରାଜ୍ୟ କାର୍ଯ୍ୟାଳୟରେ ଗୁରୁବାର ଆୟୋଜିତ

ଖବରଦାତା ସମ୍ମିଳନୀରେ ଧର୍ମେନ୍ଦ୍ର କହିଛନ୍ତି, ପ୍ରଜାତନ୍ତ୍ରରେ ବାକ୍‌ ବିତର୍କର ସ୍ଥାନ ରହିଛି। ହେଲେ ହିଂସାର ନାହିଁ। ପ୍ରଧାନମନ୍ତ୍ରୀଙ୍କୁ ବିରୋଧ କରିବାରେ କିଛି ଅସୁବିଧା ନାହିଁ। ହେଲେ ହିଂସା ସୃଷ୍ଟି କରା ନ ଯାଉ। ଏହାକୁ ନେଇ ଭାଜପା ପକ୍ଷରୁ ଏକ କର୍ମଶାଳାର ଆୟୋଜନ ହୋଇଛି। ଜାନୁଆରୀ ମାସ ବ୍ୟାପୀ ଓଡ଼ିଶାର ୧ କୋଟି ଲୋକ ଏବଂ ଭାଜପାର ୩ କୋଟି ପରିବାର ନିକଟକୁ ଦଳୀୟ କର୍ମକର୍ତ୍ତା ଯିବେ। ପ୍ରତି ପଞ୍ଚାୟତ ତଥା ଓ୍ବାର୍ଡରେ କାର୍ଯ୍ୟକ୍ରମ କରାଯିବ। ଜିଲାସ୍ତରରେ ବୁଦ୍ଧିଜୀବୀ ସମ୍ମିଳନୀ ଓ ଶୋଭାଯାତ୍ରା ସହ ରାଜ୍ୟର ପ୍ରମୁଖ ସ୍ଥାନରେ ଜନସଭା କରାଯିବ ବୋଲି ଧର୍ମେନ୍ଦ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…

କେଶରୀପଙ୍କାଳ ନାଳ ନିକଟରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ପରିଚୟ ଖୋଜୁଛି ମୋହନା ପୋଲିସ

ମୋହନା୧୧।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲୁହାଗୁଡ଼ି ଗ୍ରାମ ନିକଟସ୍ଥ କେଶରୀପଙ୍କାଳ ନାଳ ନିକଟରୁ ଅଜଣା ମୃତଦେହ ଉଦ୍ଧାର କରିଛି ପୋଲିସ। ଗ୍ରାମର କିଛି…

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri