Posted inଜାତୀୟ

ସିଏଏ, ଏନ୍‌ପିଆର୍‌, ଏନ୍‌ଆର୍‌ସିକୁ ଦୃଢ଼ ସମର୍ଥନ: ରାଷ୍ଟ୍ରପତିଙ୍କୁ ୧୫୪ ବିଶିଷ୍ଟ ବ୍ୟକ୍ତିଙ୍କ ପତ୍ର

ନୂଆଦିଲ୍ଲୀ,୧୮ା୨ (ପି.ଟି.): କେନ୍ଦ୍ର ସରକାରଙ୍କ ସିଏଏ, ଏନ୍‌ପିଆର୍‌ ଓ ଏନ୍‌ଆର୍‌ସିକୁ ଅନେକ ସ୍ଥାନରେ ବିରୋଧ କରାଯାଇ ବିକ୍ଷୋଭ ଜାରି ରହିଥିବାବେଳେ ସୋମବାର ୧୫୪ ବିଶିଷ୍ଟ ନାଗରିକ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ନିକଟକୁ ପତ୍ରଲେଖି ଏଥିପ୍ରତି ଦୃଢ଼ ସମର୍ଥନ ଜଣାଇଛନ୍ତି। ଏହି ବିଶିଷ୍ଟ ବ୍ୟକ୍ତିଙ୍କ ମଧ୍ୟରେ ପୂର୍ବତନ ବିଚାରପତି, ସେନା ଅଧିକାରୀ, ଶିକ୍ଷାବିତ୍‌, ବିଭିନ୍ନ ଉଚ୍ଚପଦସ୍ଥ ଅଧିକାରୀମାନେ ଅଛନ୍ତି। ସେମାନେ ପତ୍ରରେ ଲେଖିଛନ୍ତି, ସିଏଏ, ଏନ୍‌ପିଆର୍‌ ଓ ଏନ୍‌ଆର୍‌ସି ବିରୋଧରେ ମିଥ୍ୟା ପ୍ରରୋଚନାରେ ବିକ୍ଷୋଭ ପ୍ରତିବାଦ କରାଯାଉଛି। ଏଭଳି କାର୍ଯ୍ୟ ଦେଶକୁ ବିପଦ ଆଣିଦେବ। ଏଭଳି ବ୍ୟକ୍ତିବିଶେଷଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ଉଚିତ।
ରାଷ୍ଟ୍ରପତିଙ୍କୁ ପତ୍ର ଲେଖିଥିବା ବିଶିଷ୍ଟ ବ୍ୟକ୍ତିଙ୍କ ମଧ୍ୟରେ ୧୧ ଜଣ ହାଇକୋର୍ଟର ପୂର୍ବତନ ବିଚାରପତି, ୨୪ ଅବସରପ୍ରାପ୍ତ ଆଇଏଏସ୍‌ ଅଧିକାରୀ, ୧୧ ପୂର୍ବତନ ଆଇଏଏଫ୍‌ ଅଧିକାରୀ, ୧୬ ଅବସରପ୍ରାପ୍ତ ଆଇପିଏସ୍‌ ଅଧିକାରୀ, ୧୮ ପୂର୍ବତନ ଲ୍ୟୁଟନାଣ୍ଟ ଜେନେରାଲ ପ୍ରମୁଖ ଅଛନ୍ତି। ସିଏଏ, ଏନ୍‌ପିଆର୍‌ ଓ ଏନ୍‌ଆର୍‌ସିକୁ ନେଇ ଲୋକମାନଙ୍କୁ ବିଭ୍ରାନ୍ତ କରାଯାଉଛି ଓ ବିକ୍ଷୋଭ କରିବା ଲାଗି ପ୍ରୋତ୍ସାହନ କରାଯାଉଛି। ଏନେଇ କେନ୍ଦ୍ର ସରକାର ଗ୍ରହଣ କରିଥିବା ଆଭିମୁଖ୍ୟ ଠିକ୍‌ ବୋଲି ଏମାନେ ଦର୍ଶାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩୦ରେ ଇଣ୍ଡିଆ ବ୍ଲକ୍‌ର ବୈଠକ, ହେବ ବଡ଼ ଆଲୋଚନା

ନୂଆଦିଲ୍ଲୀ,୨୬ା୯: ନିର୍ବାଚନ କମିଶନରେ ମତଭେଦ ଏବଂ ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)କୁ ନେଇ ଦେଖାଦେଇଥିବା ଉଦ୍‌ବେଗ ଓ ଅନ୍ୟାନ୍ୟ ପ୍ରସଙ୍ଗ ଉପରେ ଆଲୋଚନା ପାଇଁ…

ବିବାଦ ଭିତରେ ନିର୍ବାଚନ କମିଶନରଙ୍କ ବଡ଼ ବୈଠକ: CEC ଓ ଦୁଇ କମିଶନରଙ୍କ ଉପସ୍ଥିତିରେ ନେଲେ ବଡ଼ ନିଷ୍ପତ୍ତି!

ନୂଆଦିଲ୍‌ଲୀ,୨୬।୯: ଦେଶର ମୁଖ୍ୟ ନିର୍ୱାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଲାଗିରହିଥିବା ବିବାଦ ମଧ୍ୟରେ ନିର୍ୱାଚନ ଆୟୋଗ ଶନିବାର (୨୬ ସେପ୍ଟେମ୍ୱର, ୨୦୨୬) ଏକ ଗୁରୁତ୍ୱପୂର୍ଣ୍ଣ…

ମୁଖ୍ୟମନ୍ତ୍ରୀ ମୋହନଙ୍କୁ ହତ୍ୟା ଧମକ

ଇନ୍ଦୋର,୨୬।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ସେତେବେଳେ ଆତଙ୍କ ଖେଳିଗଲା ଯେତେବେଳେ ମୁଖ୍ୟମନ୍ତ୍ରୀ ମୋହନ ଯାଦବଙ୍କୁ ହତ୍ୟା କରିବାର ଧମକ ମିଳିଲା। ଏହି ଘଟଣା ପୋଲିସ ଏବଂ ରାଜନୈତିକ…

ବିଧାୟକଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼; ଟିଏମସି ନେତା କହିଲେ ଚାଲିଛି ‘ଜଙ୍ଗଲ ରାଜ’

କୋଲକାତା,୨୬।୯: ପଶ୍ଚିମବଙ୍ଗରେ ପୁଣିଥରେ ଜଣେ ଟିଏମସି (TMC) ନେତା ଜନସାଧାରଣଙ୍କ ଆକ୍ରୋଶର ଶିକାର ହୋଇଛନ୍ତି। ଟିଏମସି ବିଧାୟକ କୁନାଲ ଘୋଷ ଅଭିଯୋଗ କରିଛନ୍ତି ଯେ ତାଙ୍କ ଗାଡ଼ି…

ଗୋଟିଏ ପରିବାରରେ ୨୮ ଡାକ୍ତର; ୩ IAS-IPS ଓ IRS, CEC ଜ୍ଞାନେଶ କୁମାରଙ୍କ ପରିବାର ବିଷୟରେ ଜାଣିଲେ ତାଜୁବ ହେବେ

ନୂଆଦିଲ୍ଲୀ,୨୬।୯: ଦେଶର ସବୁଠାରୁ ଶିକ୍ଷିତ ତଥା ପ୍ରତିଷ୍ଠିତ ପରିବାରଗୁଡ଼ିକ କଥା ବିଚାର କଲେ ମୁଖ୍ୟ ନିର୍ୱାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ପରିବାର ଏହି ତାଲିକାର ଶୀର୍ଷରେ…

ସୁନିତା ଆହୁଜାଙ୍କୁ ନେଇ କୋମଲ ରାଣୀଙ୍କ ଚାଞ୍ଚଲ୍ୟକର ଦାବି; ‘ଯିଏ ତାଙ୍କ ସ୍ବାମୀଙ୍କ ହତ୍ୟା ପଛରେ ଥିଲେ…’: ଗୋବିନ୍ଦାଙ୍କ ସହ ଡେଟିଂକୁ ନେଇ…

ମୁମ୍ବାଇ,୨୬।୯: ବଲିଉଡ ଅଭିନେତା ଗୋବିନ୍ଦା ଦୀର୍ଘ ଦିନ ଧରି ନିଜ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ରହିଆସିଛନ୍ତି। ତାଙ୍କ ପତ୍ନୀ ସୁନିତା ଆହୁଜା ବାରମ୍ବାର ଗୋବିନ୍ଦାଙ୍କ ଅନ୍ୟ…

ଭାରତର ଏକମାତ୍ର ନଦୀ, ଯାହାର ବାଲିରୁ ମିଳେ ସୁନା! ଓଡ଼ିଶାରେ ବି ବୋହୁଛି…

ନୂଆଦିଲ୍‌ଲୀ,୨୬।୯: ଭାରତରେ ନଦୀଗୁଡ଼ିକୁ କେବଳ ଜଳର ଉତ୍ସ ଭାବେ ଗ୍ରହଣ କରାଯାଏ ନାହିଁ, ବରଂ ଦେଶର ଅର୍ଥନୀତି ଏବଂ ଲୋକଙ୍କ ଦୈନନ୍ଦିନ ଜୀବନରେ ମଧ୍ୟ ଏଗୁଡ଼ିକର ଏକ…

‘ତାଙ୍କୁ PM କର’, ଜ୍ଞାନେଶ କୁମାରଙ୍କୁ ପଦ୍ମ ଭୂଷଣ ଦେବା ବୟାନରେ କଟାକ୍ଷ କଲେ ପୱନ ଖେରା

ନୂଆଦିଲ୍ଲୀ,୨୬।୯: ନିର୍ବାଚନ ଆୟୋଗଙ୍କୁ ନେଇ ଚାଲିଥିବା ରାଜନୈତିକ ବିତର୍କ ମଧ୍ୟରେ, କଂଗ୍ରେସ ନେତା ପୱନ ଖେରା ପଶ୍ଚିମବଙ୍ଗ ଭାଜପା ସଭାପତି ସମିକ ଭଟ୍ଟାଚାର୍ଯ୍ୟଙ୍କ ଏକ ମନ୍ତବ୍ୟକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?