Posted inଜାତୀୟ

ସିଏଏ କାର୍ଯ୍ୟକାରୀ କରିବାକୁ ରାଜ୍ୟ ବାଧ୍ୟ

ନୂଆଦିଲ୍ଲୀ,୧୪ା୧୨(ପି.ଟି.): ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ), ୨୦୧୯କୁ କାର୍ଯ୍ୟକାରୀ କରିବା ପାଇଁ ରାଜ୍ୟଗୁଡ଼ିକ ବାଧ୍ୟ। ସମ୍ବିଧାନର ସପ୍ତମ ପରିଚ୍ଛେଦ ଅନୁସାରେ ଏହି ଆଇନ ଅଣାଯାଇଥିବାରୁ ଏହାକୁ ପ୍ରତ୍ୟାଖ୍ୟାନ କରିବା ଅଧିକାର କୌଣସି ରାଜ୍ୟ ସରକାରଙ୍କର ନାହିଁ ବୋଲି ଶୁକ୍ରବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ସ୍ପଷ୍ଟ କରାଯାଇଛି।
ସିଏଏକୁ ଅସାମ୍ବିଧାନିକ ଦର୍ଶାଇ କେତେଜଣ ମୁଖ୍ୟମନ୍ତ୍ରୀ ଏହାକୁ ନିଜ ନିଜ ରାଜ୍ୟରେ ଲାଗୁ କରିବାକୁ ମନାକରିଦେଇଛନ୍ତି। ସେମାନେ ହେଲେ ମମତା ବାନାର୍ଜୀ (ପଶ୍ଚିମବଙ୍ଗ), ଅମରିନ୍ଦର ସିଂ (ପଞ୍ଜାବ), ପିନାରାୟି ବିଜୟନ୍‌ (କେରଳ), କମଲନାଥ (ମଧ୍ୟପ୍ରଦେଶ) ଓ ଭୂପେଶ ବାଘେଲ (ଛତିଶଗଡ଼)। ବିଜୟନ୍‌ ଗୁରୁବାର କହିଥିଲେ, ତାଙ୍କ ରାଜ୍ୟରେ ‘ଏକ ସମ୍ବିଧାନବିରୋଧୀ ଆଇନର କୌଣସି ସ୍ଥାନ ନାହିଁ।’ ସେହିପରି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ମଧ୍ୟ ଏହାକୁ ଦୃଢ଼ବିରୋଧ କରି କହିଛନ୍ତି, ଭାଜପା ଇସ୍ତାହାରରେ ବିକାଶ ପ୍ରସଙ୍ଗ ପରିବର୍ତ୍ତେ ଦେଶକୁ ବିଭାଜନ କରିବା ପାଇଁ ପ୍ରତିଶ୍ରୁତି ଦିଆଯାଇଛି। ଧର୍ମ ଆଧାରରେ ନାଗରିକତ୍ୱ କାହିଁକି ସ୍ଥିର କରାଯିବ? ସଂଖ୍ୟାବଳ ଥିବାରୁ ତୁମେ ଲୋକ ସଭା ଓ ରାଜ୍ୟ ସଭାରେ ବଳପୂର୍ବକ ଆଇନ ପ୍ରଣୟନ କରିପାରିବ। କିନ୍ତୁ ଦେଶ ବିଭାଜନ କରିବା ପାଇଁ ତୁମକୁ ଆମେ ଅନୁମତି ଦେବୁନାହିଁ। ସେହିପରି ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ଏହି ଆଇନକୁ ଭାରତର ଧର୍ମନିରପେକ୍ଷ ଚରିତ୍ର ଉପରେ ଆକ୍ରମଣ ଭାବେ ଅଭିହିତ କରିଛନ୍ତି। ପଞ୍ଜାବରେ ଏହି ଆଇନକୁ କାର୍ଯ୍ୟକାରୀ କରିବାକୁ ଦିଆଯିବନାହିଁ ବୋଲି ସେ କହିଛନ୍ତି। ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବାଘେଲ କହିଛନ୍ତି, ଏହି ଆଇନ ସମ୍ପୂର୍ଣ୍ଣ ଭାବେ ଅସାମ୍ବିଧାନିକ। ଏ ସଂକ୍ରାନ୍ତ ବିଲ୍‌କୁ ନେଇ କଂଗ୍ରେସ ଯାହା ନିଷ୍ପତ୍ତି ନେବ ଛତିଶଗଡ଼ରେ ତାହା ଲାଗୁ ହେବ। ସେହିପରି ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଲନାଥ ମଧ୍ୟ ଅନୁରୂପ ମନ୍ତବ୍ୟ ଦେଇଛନ୍ତି। ବିଭାଜନର ମଞ୍ଜି ବୁଣୁଥିବା ଏକ ପ୍ରକ୍ରିୟାରେ ଆମେ ଭାଗୀଦାର ହେବୁନାହିଁ ବୋଲି ସେ ସ୍ପଷ୍ଟ କରିଛନ୍ତି। ଏହି ପରିପ୍ରେକ୍ଷୀରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି, କେନ୍ଦ୍ର ତାଲିକାରେ ଥିବା ଏକ କେନ୍ଦ୍ରୀୟ ଆଇନକୁ କାର୍ଯ୍ୟକାରୀ ପାଇଁ ମନାକରିବା ସକାଶେ କ୍ଷମତା କୌଣସି ରାଜ୍ୟ ପାଖରେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଏ ବର୍ଷ କମ୍‌ ବର୍ଷା: ଆଇଏମ୍‌ଡିର ପୂର୍ବାନୁମାନ ପରେ ଚାଷୀଙ୍କ ମୁଣ୍ଡରେ ପଡିଲା ଚଡ଼କ

ନୂଆଦିଲ୍ଲୀ,୧୩ା୪ : ଭାରତରେ ୩ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଚଳିତ ବର୍ଷ ସ୍ବାଭାବିକଠାରୁ କମ୍‌ ବୃଷ୍ଟିପାତ ହୋଇପାରେ ବୋଲି ସୋମବାର ସରକାରଙ୍କ ପକ୍ଷରୁ କୁହାଯାଇଛି।…

ପଞ୍ଚଭୂତରେ ବିଲୀନ ହେଲେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ; ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ, ପୁଅ ଦେଲେ ମୁଖାଗ୍ନି

ମୁମ୍ବାଇ,୧୩।୪: ବଲିଉଡରେ ଶୋକର ଲହରୀ ଖେଳିଯାଇଛି । ସିନେମା ଏବଂ ସଙ୍ଗୀତ ଜଗତ ଜଣେ କିମ୍ବଦନ୍ତୀ ଗାୟିକାଙ୍କୁ ହରାଇଛି । ଆଶା ଭୋସଲେ ଦଶନ୍ଧି ଧରି ଚଳଚ୍ଚିତ୍ର…

ରାସ୍ତା କଡ଼ରୁ ମିଳିଲା ମଣିଷ କଙ୍କାଳ, ଧଳା ଅଖାରେ କିଏ ଫିଙ୍ଗିଲା?

ବାରଙ୍ଗ,୧୩।୪(ଲିଙ୍ଗରାଜ ରାଉତ): ଖୋର୍ଦ୍ଧା ଜିଲା ବାରଙ୍ଗ ଥାନା ଅନ୍ତର୍ଗତ ଷଣ୍ଢପୁର ଗ୍ରାମ ନିକଟରେ ଚାଞ୍ଚଲ୍ୟ । ସୋମବାର ଦିନ ନିକଟସ୍ଥ ପୁରୀ ମୁଖ୍ୟ କେନାଲ ବନ୍ଧ ରାସ୍ତା…

ବେପରୁଆ ଗାଡ଼ି ଚାଳନା; ଭାରସାମ୍ୟ ହରାଇ ଲିମ୍ବ ଗଛରେ ପିଟିହେଲା ହାଇଓ୍ବା, ତାପରେ….

ବଲାଙ୍ଗୀର,୧୩ା୪( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଖୁଜେନ୍ ପାଲି ରାସ୍ତାରେ ହାଇଓ୍ବା ଦୁର୍ଘଟଣା । ରବିବାର ବିଳମ୍ବିତ ରାତିରେ ଦ୍ରୁତଗତିରେ ଆସି ଖୁଜେନ…

ସୋସିଆଲ ମିଡିଆରେ ବିବାଦୀୟ ଫଟୋ ପୋଷ୍ଟ କଲେ ଟ୍ରମ୍ପ, ଯୀଶୁ ଖ୍ରୀଷ୍ଟଙ୍କ ରୂପରେ ଆସିଲେ ନଜର

ଓ୍ବାଶିଂଟନ,୧୩ା୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କ୍ୟାଥୋଲିକ ଚର୍ଚ୍ଚ ପ୍ରତି ତାଙ୍କର ସମାଲୋଚନାକୁ ଏକ ନୂତନ ସ୍ତରକୁ ନେଇଯାଇଛନ୍ତି । ପୋପ୍ ଲିଓଙ୍କୁ ସମାଲୋଚନା କରିବାର କିଛି…

ବେଲଗୁଣ୍ଠାରେ ଜିଲାସ୍ତରୀୟ ଅଭିଯୋଗ ଶୁଣାଣି, ୪ ଜଣଙ୍କୁ ୨୫ ହଜାର ଟଙ୍କା ସହାୟତା ପ୍ରଦାନ

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ…

କାଳୀମେଘା ହତ୍ୟାକାଣ୍ଡ ଘଟଣା; ସ୍ତ୍ରୀ ରଚିଥିଲା ଷଡଯନ୍ତ୍ର, ପତ୍ନୀ ସମେତ ୫ ଗିରଫ

କଳିଙ୍ଗନଗର,୧୩।୪(ଶୁଭାଶିଷ ରାଉତ ): ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ କାଳୀମେଘା ସ୍ଥିତ ଗେଷ୍ଟହାଉସ ସମ୍ମୁଖରେ ଗୁଳି ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟଣାର ଫର୍ଦ୍ଧାଫାଶ କରିଛି…

ହଜମ କ୍ରିୟାକୁ ସକ୍ରିୟ କରେ ଖଜୁରି

ଖଜୁରିରେ ଫାଇବର୍‌, କ୍ୟାଲ୍‌ସିୟମ୍‌ ଏବଂ ମ୍ୟାଗ୍ନେସିୟମ୍‌ ଆଦି ପ୍ରଚୁର ପରିମାଣରେ ଭରି ରହିଛି। ଖଜୁରିକୁ ଆମେ ସବୁ ସମୟରେ ଖାଇପାରିବା, କିନ୍ତୁ ମୁଖ୍ୟତଃ ଏହାକୁ ସକାଳ ଜଳଖିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri