Posted inଜାତୀୟ

ସିଏଏ ପ୍ରତ୍ୟାହାର କର:ରାଷ୍ଟ୍ରପତିଙ୍କୁ ଭେଟିଲେ ୧୨ ବିରୋଧୀ ଦଳ ନେତା

ନୂଆଦିଲ୍ଲୀ,୧୮।୧୨(ପି.ଟି.):ସାରା ଦେଶରେ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ବିରୋଧୀ ଆନ୍ଦୋଳନ ତେଜିବାରେ ଲାଗିଛି। ଏହାକୁ ନେଇ ଆନ୍ଦୋଳନରତ ଛାତ୍ରୀଛାତ୍ରଙ୍କ ବିରୋଧରେ ପୋଲିସର ଦମନଲୀଳା ନିଆଁରେ ଘିଅ ଢାଳିବା ଭଳି କାର୍ଯ୍ୟ କରୁଛି। ଏଭଳି ସ୍ଥିତିରେ ବିରୋଧୀ ମଙ୍ଗଳବାର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଦ୍ୱାରସ୍ଥ ହୋଇଛନ୍ତି। କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟଗୁଡ଼ିକରେ ସୃଷ୍ଟି ହୋଇଥିବା ହିଂସା ପ୍ରସଙ୍ଗରେ ବିରୋଧୀ ଦଳ ନେତାମାନେ ତାଙ୍କ ହସ୍ତକ୍ଷେପ ଲୋଡ଼ିଛନ୍ତି। ଏହା ସହ ବିବାଦୀୟ ନାଗରିକତ୍ୱ ଆଇନକୁ ପ୍ରତ୍ୟାହାର କରିବା ଲାଗି କେନ୍ଦ୍ରର ମୋଦି ସରକାରଙ୍କୁ ପରାମର୍ଶ ଦେବା ପାଇଁ ସେମାନେ ରାଷ୍ଟ୍ରପତିଙ୍କୁ ଅନୁରୋଧ କରିଛନ୍ତି।
ସିଏଏ ବିରୋଧୀ ଆନ୍ଦୋଳନ ପରିପ୍ରେକ୍ଷୀରେ ଦେଶର ବିଭିନ୍ନ ଭାଗ ଜଳୁଛି। ଏହି ପ୍ରସଙ୍ଗରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ନେତୃତ୍ୱରେ ବିରୋଧୀ ଦଳଗୁଡ଼ିକର ଏକ ପ୍ରତିନିଧି ମଣ୍ଡଳୀ ମଙ୍ଗଳବାର ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଭେଟିଛନ୍ତି। ମୋଦି ସରକାର ଲୋକଙ୍କୁ ଗ୍ରହଣୀୟ ନ ହେବା ଭଳି ଆଇନ ଆଣିବା ପରେ ସେମାନଙ୍କ ସ୍ବରକୁ ଚାପି ଦେଉଛନ୍ତି ବୋଲି ସୋନିଆ ସମାଲୋଚନା କରିଛନ୍ତି। ସୋନିଆ କହିଛନ୍ତି, ଉତ୍ତର-ପୂର୍ବରେ ଆରମ୍ଭ ହୋଇଥିବା ଆନ୍ଦୋଳନ ରାଜଧାନୀ ଦିଲ୍ଲୀ ସମେତ ଦେଶର ବିଭିନ୍ନ ଭାଗକୁ ଯାଇ ଗମ୍ଭୀର ସ୍ଥିତି ସୃଷ୍ଟି ହୋଇଛି। ଆଗକୁ ସ୍ଥିତି ବିଗିଡ଼ିବା ଆଶଙ୍କା ରହିଛି। ଜାମିଆ ମିଲିଆ ଇସ୍‌ଲାମିଆ ଛାତ୍ରଙ୍କ ଉପରେ ପୋଲିସର ବର୍ବର ବ୍ୟବହାର ଦୁର୍ଭାଗ୍ୟଜନକ। ଆମେ ୧୨ଟି ବିରୋଧୀ ଦଳର ପ୍ରତିନିଧି ରାଷ୍ଟ୍ରପତିଙ୍କୁ ଭେଟି ଏଥିରେ ହସ୍ତକ୍ଷେପ ପାଇଁ ଅନୁରୋଧ କରିଛୁ। ସେହିପରି ସିପିଆଇଏମ୍‌ ନେତା ସୀତାରାମ ୟେଚୁରୀ କହିଛନ୍ତି, ରାଷ୍ଟ୍ରପତି ହେଉଛନ୍ତି ସମ୍ବିଧାନର ରକ୍ଷକ। ମୋଦି ସରକାରଙ୍କୁ ଏଭଳି ଢଙ୍ଗରେ ସମ୍ବିଧାନ ଉଲ୍ଲଂଘନ ପାଇଁ ସେ ଅନୁମତି ଦେଇପାରିବେ ନାହିଁ। ସେହିପରି ତୃଣମୂଳ କଂଗ୍ରେସ (ଟିଏମ୍‌ସି) ନେତା ଡେରେକ୍‌ ଓ’ବ୍ରାଏନ୍‌ କହିଛନ୍ତି, ପୈଶାଚିକ ଓ ବିଭାଜନକାରୀ ଆଇନ ସିଏଏକୁ ପ୍ରତ୍ୟାହାର କରିବା ପାଇଁ ମୋଦି ସରକାରଙ୍କୁ ପରାମର୍ଶ ଦେବା ସକାଶେ ରାଷ୍ଟ୍ରପତିଙ୍କୁ ଅନୁରୋଧ କରିଛୁ। ଏହି ପ୍ରତିନିଧି ଦଳରେ ସମାଜବାଦୀ ପାର୍ଟି ନେତା ରାମଗୋପାଳ ଯାଦବ, କଂଗ୍ରେସର ଗୁଲାମନବୀ ଆଜାଦଙ୍କ ସମେତ ସିପିଆଇ, ସିପିଆଇଏମ୍‌, ଡିଏମ୍‌କେ, ଆର୍‌ଜେଡି, ନ୍ୟାଶନାଲ୍‌ କନ୍‌ଫରେନ୍ସ, ଆଇୟୁଏମ୍‌ଏଲ୍‌ ଏବଂ ଏଆଇଡିୟୁଏଫ୍‌ର ବରିଷ୍ଠ ନେତାମାନେ ସାମିଲ ହୋଇ ରାଷ୍ଟ୍ରପତିଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରିଥିଲେ। ବହୁଜନ ସମାଜ ପାର୍ଟି (ବିଏସ୍‌ପି) ନେତାମାନେ ବୁଧବାର ସ୍ବତନ୍ତ୍ର ଭାବେ ରାଷ୍ଟ୍ରପତିଙ୍କୁ ଭେଟି ସିଏଏ ପ୍ରତ୍ୟାହାର ଦାବି କରିବେ ବୋଲି ଦଳର ନେତା ଡାନିସ୍‌ ଅଲି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ଦିନିକିଆ ସିରିଜ ଖେଳିବ ଅଷ୍ଟ୍ରେଲିଆ, ଆସିଲା ଚୂଡ଼ାନ୍ତ କାର୍ଯ୍ୟସୂଚୀ

କରାଚୀ,୧୭ା୪: ଅଷ୍ଟ୍ରେଲିଆ କ୍ରିକେଟ ଦଳ ମେ ମାସ ଶେଷ ଭାଗରେ ଅଷ୍ଟ୍ରେଲିଆ ଟୁର୍‌ରେ ଯିବ ଏବଂ ଲାହୋର ଓ ରାଓଲପିଣ୍ଡିରେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ…

ଚଳଚଞ୍ଚଳ ରାଧାଦେଇପୁର, ଛୁଟୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ

ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ…

ଟଙ୍କା ଆଦାୟକୁ ନେଇ ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା, ଆସିଲା କୋର୍ଟଙ୍କ ବଡ଼ ରାୟ, ଅଭିଯୁକ୍ତଙ୍କୁ…

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ନୟାକୋଟ ଥାନା ଅଞ୍ଚଳରେ ୨୦୨୫ରେ ଫାଇନାନ୍ସ ଟଙ୍କା ଆଦାୟକୁ ନେଇ ଘଟିଥିବା ବହୁଚର୍ଚ୍ଚିତ ହତ୍ୟାକାଣ୍ଡ ଘଟଣାର ଶୁକ୍ରବାର ରାୟ ପ୍ରକାଶ…

ଦଶମ ସିବିଏସଇ ପରୀକ୍ଷା ଫଳ: ଜିଲା ପାଇଁ ଗୌରବ ଆଣିଲେ ଅଂଶୁମାନ

ଛତ୍ରପୁର,୧୭।୪(ଦିଲ୍ଲୀପ ସାମଲ): ଦଶମ ଶ୍ରେଣୀ ସିବିଏସଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ସୋରଡ଼ା  ଓଡିଶା ଆଦର୍ଶ ବିଦ୍ୟାଳୟ ଛାତ୍ର ଅଂଶୁମାନ ପଣ୍ଡା ଜିଲା ପାଇଁ ଗୌରବ…

ଏବେ ପାଇପ୍‌ ଖୋଲିଲେ ଆସିବ LPG, ଓଡ଼ିଶାର ଏହି ରୁଟ୍‌ରେ ଆସିବ ପାଇପ୍‌ଲାଇନ

ନୂଆଦିଲ୍ଲୀ,୧୭।୪: ଭାରତ ସରକାର ଦେଶର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ଯୋଗାଣ ଶୃଙ୍ଖଳକୁ ସମ୍ପୂର୍ଣ୍ଣ ରୂପାନ୍ତରିତ କରିବା ଏବଂ ଏହାର ସୁରକ୍ଷା ବୃଦ୍ଧି କରିବା ଦିଗରେ ଏକ…

ମୋର ଆଉ ମୋଦିଙ୍କର ସ୍ତ୍ରୀ ନାହାନ୍ତି…ସଂସଦରେ କହୁକହୁ ଏ କ’ଣ କହିଦେଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୧୭।୪: ମହିଳା ସଂରକ୍ଷଣ ସଂଶୋଧନ ବିଲ ଉପରେ ଆଲୋଚନା ସମୟରେ ଲୋକ ସଭାରେ ଏକ ଅତ୍ୟନ୍ତ ଆକର୍ଷଣୀୟ ମୁହୂର୍ତ୍ତ ସୃଷ୍ଟି ହୋଇଥିଲା। ବିରୋଧୀ ଦଳ ନେତା ରାହୁଲ…

ଯାତ୍ରା ପୂର୍ବରୁ ସେକ୍ସ ରାକେଟ୍‌ ଉପରେ ଭଞ୍ଜନଗର ପୋଲିସର ଚଢ଼ାଉ, ଏସବୁ ଆପତ୍ତିଜନକ ଜିନିଷ ମିଳିବା ପରେ…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ଆଉ କିଛି ଦିନ ପରେ ଅର୍ଥାତ୍‌ ଏପ୍ରିଲ ୨୬ରୁ ଗଞ୍ଜାମ ଜିଲା ଭଞ୍ଜନଗରର ପ୍ରସିଦ୍ଧ ଐତିହାସିକ ଠାକୁରାଣୀ ଯାତ୍ରା ଆରମ୍ଭ ହେବ। ଯାତ୍ରାକୁ ଶାନ୍ତିଶୃଙ୍ଖଳାର…

ନୂଆପଡ଼ାରେ ଆରମ୍ଭ ହେଲା ଗୃହ ଗଣନା

ନୂଆପଡ଼ା,୧୭ା୪ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ସ୍ବଗଣନା ପ୍ରକ୍ରିୟା ସମାପ୍ତି ପରେ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ ଗୃହ ତାଲିକା ଓ ଗୃହ ଗଣନା ଗୁରୁବାର ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri