Posted inଜାତୀୟ

ସିଏଏ ବିରୋଧରେ ନୂଆବର୍ଷରେ ଅନଶନ କରିବ କଂଗ୍ରେସ

ନୂଆଦିଲ୍ଲୀ,୩୧ା୧୨(ପି.ଟି.): ସଂଶୋଧିତ ନାଗରିକତ୍ୱ ଆଇନ (ସିଏଏ), ଆର୍ଥତ୍କ ମାନ୍ଦାବସ୍ଥା ଓ ବେରୋଜଗାରୀ ବିରୋଧରେ କଂଗ୍ରେସର ଦିଲ୍ଲୀ ସଂଗଠନ ନୂଆବର୍ଷରେ ୧୨ ଘଣ୍ଟିଆ ଅନଶନରେ ବସିବାକୁ ଘୋଷଣା କରିଛି। କନ୍ନଟ ପ୍ଲେସ୍‌ରେ ମଙ୍ଗଳବାର ସନ୍ଧ୍ୟା ୬ଟାରୁ ବୁଧବାର ସକାଳ ୬ଟା ପର୍ଯ୍ୟନ୍ତ ଅନଶନ ଧର୍ମଘଟ କରାଯିବ। ସିଏଏକୁ ନେଇ ଜନସାଧାରଣଙ୍କ ମଧ୍ୟରେ ଅସନ୍ତୋଷ ସୃଷ୍ଟି ହୋଇଛି। ସାରା ଦେଶ ଆର୍ଥତ୍କ ମାନ୍ଦାବସ୍ଥା ଓ ବେରୋଜଗାରୀ ସମସ୍ୟା ଦେଇ ଗତି କରୁଥିବାବେଳେ ନୂଆବର୍ଷ ପାଳନ କରିବାର କୌଣସି କାରଣ ନାହିଁ ବୋଲି ଦିଲ୍ଲୀ କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷ କୀର୍ତ୍ତି ଆଜାଦ କହିଛନ୍ତି।

ୟୁପି ପୋଲିସ କାର୍ଯ୍ୟାନୁଷ୍ଠାନର ବିଚାର ବିଭାଗୀୟ ତଦନ୍ତ ଦାବି
ସଂଶୋଧିତ ନାଗରିକତ୍ୱ ଆଇନ (ସିଏଏ) ବିରୋଧୀ ହିଂସାତ୍ମକ ଆନ୍ଦୋଳନ ବେଳେ ଉତ୍ତରପ୍ରଦେଶ ପୋଲିସର ବେଆଇନ କାର୍ଯ୍ୟାନୁଷ୍ଠାନର ବିଚାର ବିଭାଗୀୟ ତଦନ୍ତ ଲାଗି କଂଗ୍ରେସ ଦାବି କରିଛି। ଏନେଇ ଦଳର ସାଧାରଣ ସମ୍ପାଦିକା ପ୍ରିୟଙ୍କା ଗାନ୍ଧୀ ଓ ଉତ୍ତର ପ୍ରଦେଶ କଂଗ୍ରେସ ମୁଖ୍ୟ ଅଜୟ କୁମାର ଲାଲୁଙ୍କ ସ୍ବାକ୍ଷରରେ ୧୪ ପୃଷ୍ଠାର ଏକ ସ୍ମାରକପତ୍ର ରାଜ୍ୟପାଳ ଆନନ୍ଦୀବେନ୍‌ ପଟେଲଙ୍କୁ ପ୍ରଦାନ କରାଯାଇଛି। ଆନ୍ଦୋଳନ ଦମନ ପାଇଁ ନାଗରିକଙ୍କ ଉପରେ ପୋଲିସର କାର୍ଯ୍ୟାନୁଷ୍ଠାନ ବେଆଇନ ଓ ନିୟମ ବିରୁଦ୍ଧ ବୋଲି ଏଥିରେ କୁହାଯାଇଛି। ପ୍ରତି ନାଗରିକର ଅଧିକାରର ସୁରକ୍ଷା କରିବା ପୋଲିସର କର୍ତ୍ତବ୍ୟ ହୋଇଥିବା ବେଳେ ଏହାର ଉଲ୍ଲଂଘନ ହୋଇଥିବା କଂଗ୍ରେସ ଅଭିଯୋଗ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ମଞ୍ଚେଶ୍ୱର ଥାନା ASI, ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…

ଭୁବନେଶ୍ୱର,୧୭।୬: ରାଜଧାନୀରେ ପୁଣି ଜଣେ ପୋଲିସ ବାବୁଙ୍କ ଲାଞ୍ଚ କାରବାରର ପର୍ଦ୍ଦାଫାଶ ହୋଇଛି। ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭୁବନେଶ୍ୱର ମଞ୍ଚେଶ୍ୱର ଥାନାର ଏଏସଆଇ (ASI)। ଏକ ମାମଲା…

ଝାରସୁଗୁଡ଼ା ସହ ଏହି ଜିଲାରେ ବଢ଼ିଲା ଖରାଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ ସ୍କୁଲ

ଭୁବନେଶ୍ୱର, ୧୭।୬: ଝାରସୁଗୁଡ଼ା ଜିଲାରେ ପଢୁଥିବା ସ୍କୁଲ୍ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଗୁରୁତ୍ଵପୂର୍ଣ୍ଣ ଖବର। ଜିଲାରେ ଗ୍ରୀଷ୍ମପ୍ରବାହର ପ୍ରକୋପ ଜାରି ରହିଥିବାରୁ ଛାତ୍ରଛାତ୍ରୀଙ୍କ ସ୍ଵାସ୍ଥ୍ୟକୁ ଦୃଷ୍ଟିରେ ରଖି…

ବୁଧଙ୍କ କୃପାରୁ ଚମକିବ ଭାଗ୍ୟ: ଏହି ୫ଟି ରାଶିର ଲୋକେ ହେବେ ମାଲାମାଲ୍‌, ଧନବର୍ଷା ସାଙ୍ଗକୁ ବଢ଼ିବ ସୁଖ-ସମୃଦ୍ଧି

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ବୁଧଙ୍କୁ ବୁଦ୍ଧି, ବାଣୀ, ବ୍ୟାପାର, ଗଣିତ, ଶିକ୍ଷା, ତର୍କ ଶକ୍ତି ଏବଂ ଯୋଗାଯୋଗର କାରକ ଗ୍ରହ ଭାବେ ବିବେଚନା କରାଯାଏ। ବର୍ତ୍ତମାନ ବୁଧ…

ବିନା ଇଣ୍ଟରନେଟ୍‌ରେ ବି କରିପାରିବେ Google Maps ବ୍ୟବହାର, ଜାଣନ୍ତୁ ଏହି ସହଜ ଉପାୟ

ନୂଆଦିଲ୍ଲୀ,୧୭।୬: ଗୁଗଲ୍ ମ୍ୟାପ୍ସ ଏବେ କେବଳ କୌଣସି ସ୍ଥାନର ରାସ୍ତା ଦେଖାଇବା ପାଇଁ ଏକ ସାଧାରଣ ଆପ୍ ହୋଇ ରହିନାହିଁ, ବରଂ ଏହା ଏକ ସମ୍ପୂର୍ଣ୍ଣ ‘ଡିଜିଟାଲ୍…

୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ: ଗଞ୍ଜାମ, ଯାଜପୁର ସମେତ ୯ଟି ଜିଲାରେ ହେବ…

ଭୁବନେଶ୍ୱର, ୧୭।୬: ରାଜ୍ୟର ୯ଟି ଜିଲାରେ ୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ। ବୁଧବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା HLCA ବୈଠକରେ ଅନୁମୋଦନ ମିଳିଛି। ୭୬ ହଜାର…

ରବି ଧାନ କିଣାରେ ଅଚଳାବସ୍ଥା, କେଉଁ ଚାଷୀଙ୍କ ଧାନ ପ୍ରଥମେ କିଣାଯିବ? ସୃଷ୍ଟି ହେଲା ସମସ୍ୟା

ତିହିଡ଼ି ୧୭।୬ (କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକରେ ରବି ଧାନ ସଂଗ୍ରହ ପ୍ରକ୍ରିୟାରେ ବିଳମ୍ବ ଯୋଗୁ ଶତାଧିକ ଚାଷୀ ଗଭୀର ଚିନ୍ତାରେ ପଡ଼ିଛନ୍ତି। ଚାଷୀମାନେ…

କୁରାଢ଼ି ଆକ୍ରମଣ ମାମଲା: ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ବଞ୍ଚୋ, ୧୭।୬:(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ପଞ୍ଚୁଗୋଛିଆ ପଂଚାୟତ ସହାନନ୍ଦପୁର ଗ୍ରାମରେ ଘଟିଥିବା ଏକ କୁରାଢ଼ି ଆକ୍ରମଣ ମାମଲାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ପିସିସି ସଭାପତି: ଦେବୀ ବିଷୋୟୀଙ୍କୁ କଂଗ୍ରେସରୁ କଲେ ନିଲମ୍ବନ

ଭଞ୍ଜନଗର,୧୭।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର ପୂର୍ବତନ କଂଗ୍ରେସ ବିଧାୟକ ପ୍ରାର୍ଥୀ ତଥା ପିସିସି ସଭ୍ୟ ଦେବୀ ବିଷୋୟୀଙ୍କୁ ବୁଧବାର କଂଗ୍ରେସ ଦଳରୁ ନିଲମ୍ବିତ କରାଯାଇଛି। ଦଳୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri