Posted inଜାତୀୟ

ସିଏଏ ବିରୋଧରେ ସୁପ୍ରିମକୋର୍ଟ ଯିବ ପଞ୍ଜାବ

ଚଣ୍ଡିଗଡ଼,୧୭ା୧(ପି.ଟି.)-ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ବିରୋଧରେ ପଞ୍ଜାବ ବିଧାନସଭାରେ ଶୁକ୍ରବାର ସଂକଳ୍ପ ଗୃହୀତ ହୋଇଛି। ଏଭଳି ସଂକଳ୍ପ ଗୃହୀତ କରାଇବାରେ କେରଳ ପରେ ପଞ୍ଜାବ ଦ୍ୱିତୀୟ ରାଜ୍ୟ। ବିଧାନସଭାରେ ୩ ଘଣ୍ଟାର ବିତର୍କ ପରେ ସିଏଏ ବିରୋଧରେ ସଂକଳ୍ପନାମା ଧ୍ୱନିମତରେ ଗୃହୀତ ହୋଇଥିଲା। କେରଳ ଭଳି ତାଙ୍କ ସରକାର ମଧ୍ୟ ସିଏଏ ବିରୋଧରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେବ ବୋଲି ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ କହିଛନ୍ତି। ବିଭିନ୍ନ ରାଜ୍ୟ ସିଏଏକୁ ବିରୋଧ କରୁଛନ୍ତି। ଏହାକୁ କାର୍ଯ୍ୟକାରୀ କରିବା ପୂର୍ବରୁ କେନ୍ଦ୍ର ସରକାରଙ୍କୁ ଆବଶ୍ୟକ ସଂଶୋଧନ କରିବାକୁ ପଡ଼ିବ ବୋଲି ଅମରିନ୍ଦର ଖବରଦାତାମାନଙ୍କୁ କହିଛନ୍ତି। ସେହିପରି ପଞ୍ଜାବରେ ପୁରୁଣା ପଦ୍ଧତିରେ ୨୦୨୧ ଜନଗଣନା ହେବ। ଏଠାରେ କେନ୍ଦ୍ର ସରକାରଙ୍କ ପ୍ରସ୍ତାବିତ ଜାତୀୟ ଜନସଂଖ୍ୟା ପଞ୍ଜିକା (ଏନ୍‌ପିଆର୍‌)କୁ ଜନଗଣନାରେ ସାମିଲ କରାଯିବ ନାହିଁ ବୋଲି ଅମରିନ୍ଦର ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଇତାନ ସାଜିଲେ ମା’: ୨ ଶିଶୁଙ୍କୁ ପନିକିରେ ହାଣିବା ପରେ ନିଜେ…

ଝାରସୁଗୁଡା, ୧୨।୪(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ବିମାନ ବନ୍ଦର ଥାନା ଓରାମପଡାଠାରେ ଶନିବାର ବିଳମ୍ବିତ ରାତ୍ରିରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ମା’…

ହନୁମାନ ଦେଖି ଭୟରେ ଦୌଡ଼ୁଥିଲେ ଶୁଭଙ୍କର: ବିଦ୍ୟୁତ ସବ୍‌ଷ୍ଟେଶନରେ ଘଟିଲା ଅଘଟଣ

କୃଷ୍ଣପ୍ରସାଦ,୧୨।୪(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଭାବିନିପୁର ଗ୍ରାମରେ ଯାତ୍ରା ଦେଖିବାବେଳେ ଘଟିଛି ଏକ ଅଭାବନୀୟ ଘଟଣା। ଯାତ୍ରାର ହନୁମାନକୁ ଦେଖି ପାରଳା ଗ୍ରାମର…

ଶ୍ରୀମନ୍ଦିର ଖଣ୍ଡୋଲାଇଟ୍‌ ପଥରକୁ ନେଇ ସାଂଘାତିକ କଥା କହିଲେ ବବିଙ୍ଗ ଦାଦା: ଚର୍ଚ୍ଚାରେ..

ଯାଜପୁର ଟାଉନ,୧୨।୪(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ବାହାବଳପୁରରେ ନିର୍ମାଣ ହୋଇଥିବା ପୂର୍ବତନ ବିଧାୟକ ତଥା ବିଜେଡି ନେତା ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ଘର ଏବେ ଚର୍ଚ୍ଚାରେ। ଉକ୍ତ…

ଶାନ୍ତିବାର୍ତ୍ତା ବିଫଳ ହେବା ପଛର କାରଣ କହିଲା ଇରାନ, ଆମେରିକା ଏଭଳି ଦାବି ରଖିଲା ଯାହା…

ଇସଲାମାବାଦ,୧୨।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ବିଫଳ ହୋଇଛି। ପ୍ରାୟ ୨୧ ଘଣ୍ଟାର ଦୀର୍ଘ ଆଲୋଚନା ପରେ…

ଏଇ ଭାରତରେ

ଭାରତୀୟ ସ୍ଥଳସେନାରେ ୨୧ ବର୍ଷ ସେବା କରି କଲୋନେଲ ସୁବାସ ଦେଶଓ୍ବାଲ ଅବସର ନେବା ପରେ ଜଣେ ଚାଷୀ ଭାବେ ଜୀବନ କାଟୁଛନ୍ତି। ସେ ଗାଜର ଚାଷ…

ଆର୍ଟେମିସ୍‌-୨ ମିଶନ ସ୍ପେଶାଲିଷ୍ଟ

ମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡ୍‌ମିନିଷ୍ଟ୍ରେଶନ (ନାସା)ର ଆର୍ଟେମିସ୍‌-୨ ମିଶନରେ ଚନ୍ଦ୍ର ଅଭିଯାନରେ ଯାଇଥିବା ୪ ମହାକାଶଚାରୀ ୧୦ ଏପ୍ରିଲରେ ପ୍ରତ୍ୟାବର୍ତ୍ତନ କରିଛନ୍ତି। ପୃଥବୀର ଏକମାତ୍ର…

ସୃଷ୍ଟି-ସୂତ୍ରଧର ହିଁ ‘ଭଗବାନ’

ବାଇବେଲ ଗ୍ରନ୍ଥ ଅନ୍ତର୍ଗତ ‘ଜେନେସିସ୍‌ ୧’ର ଶ୍ଲୋକ ୨୬ରେ ଅଛି ”ଭଗବାନ ତାଙ୍କ ରୂପରେ ମଣିଷ ସୃଷ୍ଟି କରିଛନ୍ତି“, ଶ୍ଲୋକ ୨୭ ପୁନରାବୃତ୍ତି କରି କହିଛି, ”ଭଗବାନ…

ରାସ୍ତା ମଝିରେ ବିପଦସଙ୍କୁଳ ବିଦ୍ୟୁତ୍‌ ଖୁଣ୍ଟ: ଯାତାୟତରେ ବାଧା

ଅତାବିରା, ୧୨।୪(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ବ୍ଲକ ଚକୁଳିଫାର୍ମ -ଗଡମୁଣ୍ଡା କେନାଲ ରାସ୍ତାର ପ୍ରଶସ୍ତୀକରଣ କରାଯାଉଥିବାବେଳେ ରାସ୍ତା ମଝିରେ ଥିବା ବିଦ୍ୟୁତ୍‌ ଖୁଣ୍ଟ ହଟୁନାହିଁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri