Posted inଜାତୀୟ

ସିଏଏ ବିରୋଧୀ ବିକ୍ଷୋଭ ବେଳେ ଦିଲ୍ଲୀରେ ଗୁଳିକାଣ୍ଡ

ନୂଆଦିଲ୍ଲୀ,୨ା୨: ଦିଲ୍ଲୀର ଶାହିନ୍‌ବାଗ୍‌ଠାରେ ସିଏଏକୁ ବିରୋଧ କରି ବିକ୍ଷୋଭ ଚାଲିଥିବାବେଳେ ଶନିବାର ଗୁଳିକାଣ୍ଡ ଘଟିଛି। ଗୁଳି ଫୁଟାଇଥିବା ଯୁବକଙ୍କୁ ପୋଲିସ ଗିରଫ କରିଥିବାବେଳେ କେହି ମୃତାହତ ହୋଇ ନ ଥିବା ଜଣାପଡ଼ିଛି। ଅଭିଯୁକ୍ତ ଜଣକ କପିଲ ଗୁଜ୍ଜର(୨୫) ବୋଲି ଚିହ୍ନଟ କରାଯାଇଛି। ‘ଜୟ ଶ୍ରୀରାମ’ ସହ ଆମ ଦେଶରେ କେବଳ ହିନ୍ଦୁଙ୍କ ରାଜ୍‌ ଚାଲିବ ବୋଲି କହି ସେ ଦୁଇ-ତିନି ଥର ଆକାଶକୁ ଗୁଳି ଚଳାଇଥିଲେ। ପୋଲିସ ଏହା ପରେ ତାଙ୍କୁ ସଙ୍ଗେ ସଙ୍ଗେ କାବୁ କରିନେଇଥିଲା। ୩ ଦିନ ତଳେ ଜାମିଆ ମିଲିଆ ବିଶ୍ୱବିଦ୍ୟାଳୟ ନିକଟରେ ଜଣେ ଯୁବକ ଗୁଳିମାଡ଼ କରିବାରୁ ଜଣେ ଆହତ ହୋଇଥିଲେ। ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଥିଲା।
ସିଏଏ ବିରୋଧୀ ହିଂସା ବଢ଼ିବା ଓ ୩ ଦିନ ମଧ୍ୟରେ ଦୁଇଥର ଗୁଳି ଫୁଟିବାକୁ ନେଇ ପ୍ରଶାସନ ପକ୍ଷରୁ ଚିନ୍ତାପ୍ରକଟ କରାଯାଇଛି। ଆଗକୁ ବିଧାନସଭା ନିର୍ବାଚନ ଥିବାରୁ ଦିଲ୍ଲୀ ଉପରାଜ୍ୟପାଳ ଲ୍ୟୁଟନାଣ୍ଟ ଅନିଲ ବୈଜଲ୍‌ ଆଇନଶୃଙ୍ଖଳା ରକ୍ଷା ସହ କଡ଼ା ସୁରକ୍ଷା ଲାଗି ପଦକ୍ଷେପ ନେବାକୁ ପୋଲିସ କମିଶନର ଅମୂଲ୍ୟ ପଟ୍ଟନାୟକଙ୍କୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri