Posted inଜାତୀୟ

ସିଏଏ ହିଂସାର ଶିକାର ହୋଇଥିବା ବ୍ୟକ୍ତିଙ୍କ ପରିବାରକୁ ଭେଟିଲେ ପ୍ରିୟଙ୍କା

ମୁଜଫରନଗର,୪।୧: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଉତ୍ତରପ୍ରଦେଶ ମୁଜଫରନଗର ଗସ୍ତ କରି ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ହିଂସାର ଶିକାର ହୋଇଥିବା ପୀଡ଼ିତଙ୍କୁ ଓ ମୃତକଙ୍କ ପରିବାର ଲୋକଙ୍କୁ ଭେଟିଛନ୍ତି। ଶନିବାର ରୁକେୟା ପରଓ୍ବିନ ନାମକ ଯୁବତୀଙ୍କୁ ସେ ଭେଟିଥିଲେ। ଆଗକୁ ତାଙ୍କର ବିବାହ ଥିବା ବେଳେ ପୋଲିସ ତାଙ୍କ ଘରୁ ଜୋର ଜବରଦସ୍ତି କିଛି ଜିନିଷ ନେଇଯାଇଥିବା ପ୍ରିୟଙ୍କାଙ୍କ ସମ୍ମୁଖରେ ତାଙ୍କ ପରିବାରଲୋକେ ଅଭିଯୋଗ କରିଛନ୍ତି। ତେବେ ପୋଲିସ ପକ୍ଷରୁ ହୋଇଥିବା ସମସ୍ତ ହିଂସା ପାଇଁ ସେ ରାଜ୍ୟପାଳଙ୍କୁ ଚିଠି ଲେଖିଛନ୍ତି ବୋଲି ପ୍ରିୟଙ୍କା ଖବରଦାତାଙ୍କ ସମ୍ମୁଖରେ କହିଛନ୍ତି। ଗତ କିଛି ଦିନରୁ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ସାରା ଦେଶରେ ବିରୋଧ କରାଯାଉଥିବା ବେଳେ ବିଭିନ୍ନ ସ୍ଥାନରେ ହିଂସାତ୍ମକ ପରିସ୍ଥିତି ଦେଖାଦେଇଥିଲା। ଡିସେମ୍ବର ୨୦ରେ ଉତ୍ତରପ୍ରଦେଶ ମୁଜଫରନଗରରେ ସିଏଏକୁ ନେଇ ବିକ୍ଷୋଭ ପ୍ରଦର୍ଶନ କରିବା ସହ ପ୍ରଦର୍ଶନକାରୀମାନେ ପଥରମାଡ଼, ପୋଡ଼ାଜଳା ଓ ଭଙ୍ଗାରୁଜା କରିଥିଲେ। ପରିସ୍ଥିତିକୁ ଆୟତ୍ତ କରିବାକୁ ଯାଇ ପୋଲିସ ପ୍ରଦର୍ଶନକାରୀଙ୍କ ଉପରେ ଲାଠିଚାର୍ଜ କରିବା ସହ ଲୁହ ବୁହା ଗ୍ୟାସ ପ୍ରୟୋଗ କରିଥିଲା। ଏହି ହିଂସାରେ ଉତ୍ତରପ୍ରଦେଶରେ ସର୍ବାଧିକ ଲୋକଙ୍କ ମୃତ୍ୟୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିପଦ ସାଜିଲା ଓଭରଟେକ୍‌, ବିଲକୁ ପଶିଗଲା ୨ ବସ୍‌, ଆଉ ତା’ ପରେ…

ସାଲେପୁର,୧୧ା୪(ଅରବିନ୍ଦ ଭୂୟାଁ): ସାଲେପୁର ଥାନା ଅଧୀନ କଟକ ସାଲେପୁର ରାସ୍ତାର ଭାତପଡ଼ା ଛକ ନିକଟରେ ଶନିବାର ସକାଳେ ଦୁଇଟି ଘରୋଇ ବସ୍‌ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଦୁର୍ଘଟଣାଗ୍ରସ୍ତ…

ବିମାନରେ ଏକାଠି ବସିଲେ ନବୀନ-ପୀତାମ୍ବର: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ଅପରାହ୍ନରେ ନୂଆଦିଲ୍ଲୀ ଅଭିମୁଖେ ଗସ୍ତ କରିଛନ୍ତି। ତାଙ୍କ ବଡ଼ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ଗତ ୨ ଦିନ…

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ରେ ପିଟିହେଲା ଆମ୍ବୁଲାନ୍ସ, ଆଉ ତା’ପରେ…

ଢେଙ୍କାନାଳ,୧୧ା୪(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନମ୍ବର ଜାତୀୟ ରାଜପଥ ହଳଦିଆବାହାଳଠାରେ ଶନିବାର ସକାଳେ ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌ ସହ ଧକ୍କା…

ଗୁଳି ଖାଇବୁ ପଛେ ଜମି ଦେବୁନାହିଁ: ରୋକଠୋକ୍‌ ଶୁଣାଇ ଦେଲେ ଅଞ୍ଚଳବାସୀ

ରାୟଗଡ଼ା/କଲ୍ୟାଣସିଂହପୁର,୧୧।୪(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା):ରାୟଗଡ଼ା ଜିଲା କାଶୀପୁର ବ୍ଲକ ସିଜିମାଳି ବକ୍ସାଇଟି ଖଣିକୁ ବେଦାନ୍ତ ପକ୍ଷରୁ ଗତ ମଙ୍ଗଳବାର ରାସ୍ତା ନିର୍ମାଣ ଉଦ୍ୟମ ଆରମ୍ଭ ହୋଇଥିଲା।…

ସିଲେଟପଡାଠାରୁ କୁଶୁର୍ଲା ଛକ ପର୍ଯ୍ୟନ୍ତ ରାସ୍ତା ମରାମତି ଦାବି: ପ୍ରତିଶ୍ରୁତି ମିଳିବା ପରେ ଧାରଣା ପ୍ରତ୍ୟାହୃତ

କର୍ଲାମୁଣ୍ଡା,୮।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକ ଠାରୁ ସିଲେଟପଡା ରାସ୍ତା ମରଣଯନ୍ତା ପାଲଟିଛି। ଉକ୍ତରାସ୍ତାର ମରାମତି…

ମାମୁଘର ଗାଁକୁ ଯାତ୍ରା ଦେଖିବାକୁ ଆସିଥିଲେ ଭଣଜା: ମିଳିଲା ଗୋଡ଼ହାତ ଅଲଗା ହୋଇଥିବା ମୃତଦେହ

ନନ୍ଦପୁର,୧୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା ବିଶାଖାପାଟଣା-କିରାଣ୍ଡୁଳ ସଂଯୋଗୀ କେକେ ରେଳପଥରେ ମାଳି ବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମ ନିକଟ ରେଳଧାରଣାରେ ଶନିବାର…

ବଢ଼ିଲା ତାତି: ଆଜିଠୁ ୬ ଦିନ ଅସହ୍ୟ ସ୍ଥିତି

ଭୁବନେଶ୍ୱର,୧୧ା୪(ବନ୍ଦନା ସେଠୀ):ରାଜ୍ୟରେ ପୁଣି ପାରଦ ଉପରମୁହଁା ହୋଇଛି। ଝଡ଼ବର୍ଷା କମିଯିବା ପରେ ଗରମ ଓ ଗୁଳୁଗୁଳି ଆରମ୍ଭ ହୋଇଛି। ଗୁରୁବାର ରାଜ୍ୟର ସର୍ବାଧିକ ତାପମାତ୍ରା ବୌଦ୍ଧରେ ୩୮.୯…

ମା’ ଦଣ୍ଡକାଳୀଙ୍କ ଯାତ୍ରା: ମହୁରୀ, ଢୋଲ ଶବ୍ଦରେ ପ୍ରକମ୍ପିତ ହେଲା ସହର

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ) : ଆଉ ଚାରି ଦିନ ପରେ ମା’ ଦଣ୍ଡ କାଳୀଙ୍କ ଯାତ୍ରା ସମାପନ ହେବ । ଆସନ୍ତା ମେରୁ ଯାତ୍ରା ପରେ ନିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri