ସିଗାରେଟ୍‌ ପାଇଁ ଯୁବକଙ୍କୁ ହତ୍ୟା: ଗ୍ରାମବାସୀଙ୍କ ଆକ୍ରମଣରେ ୪ ଯୁବକ ଗୁରୁତର, ମୃତକଙ୍କୁ ନ୍ୟାୟ ଦାବିରେ ରାସ୍ତାରୋକୋ

ବାଲେଶ୍ୱର ଅଫିସ,୧୩।୨: ବାଲେଶ୍ୱର ସଦର ବ୍ଲକ ସାର୍ଥା ଗ୍ରାମରେ ସିଗାରେଟ ପାଇଁ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ଘଟଣାରେ ଗ୍ରାମବାସୀଙ୍କ ପ୍ରତିଆକ୍ରମଣରେ ୪ଜଣ ଯୁବକ ଗୁରୁତର ହୋଇଛନ୍ତି। ସେମାନଙ୍କୁ ବାଲେଶ୍ୱର ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତ ଯୁବକଙ୍କୁ ନ୍ୟାୟ ପ୍ରଦାନ ଦାବିରେ ସାର୍ଥ ଅଞ୍ଚଳ ରାଜଧାନୀ ଛକରେ ଗ୍ରାମବାସୀ ରାସ୍ତାରୋକୋ କରିଥିବା ସୂଚନା ମିଳିଛି।

ସାର୍ଥା ଛକରେ ରମେଶ ପାତ୍ର ନାମକ ଜଣେ ଯୁବକ ପାନ ଦୋକାନ କରିଛନ୍ତି। ବୁଧବାର ରାତି ୮ଟା ସମୟରେ ଗୋଟିଏ ଗାଡ଼ିରେ ୪ଜଣ ଯୁବକ ସେଠାରେ ପହଞ୍ଚିଥିଲେ। ସେମାନେ ରମେଶଙ୍କୁ ସିଗାରେଟ ମାଗିଥିଲେ। ସେଠାରେ ସିଗାରେଟର ମୂଲ୍ୟ ୭ଟଙ୍କାକୁ ନେଇ ଦୋକାନୀ ଓ ଯୁବକଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ରମେଶ ତାଙ୍କ ଭାଇ ସୁବାସଙ୍କୁ ଡାକିଥିଲେ। ସେ ଘଟଣାସ୍ଥଳରେ ପହଞ୍ଚିବାପରେ ଯୁବକମାନେ ଏକ ଲୁହା ରଡରେ ତାଙ୍କୁ ଆକ୍ରମଣ କରିଥିଲେ। ଫଳରେ ସୁବାସ ଗୁରୁତର ହୋଇଥିଲେ। ତେବେ ପ୍ରଥମେ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟ ଓ ପରେ କଟକ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଗୁରୁବାର ପୂର୍ବାହ୍ନରେ ତାଙ୍କ ମୃତ୍ୟୁ ଘଟିଛି। ଅପରପକ୍ଷେ ସୁବାସଙ୍କ ଏଭଳି ପରିସ୍ଥିତି ଦେଖି ଗ୍ରାମବାସୀ ଉକ୍ତ ଯୁବକମାନଙ୍କୁ ଅଟକାଇ ମାରପିଟ୍‌ କରିଥିଲେ। ଏଣୁ ସେମାନେ ମଧ୍ୟ ଗୁରୁତର ହୋଇଛନ୍ତି। ସମସ୍ତଙ୍କୁ ଜିଲା ଚିକିତ୍ସାଳୟରେ ଚିକିତ୍ସା କରାଯାଉଛି। ସୁବାସଙ୍କ ମୃତ୍ୟୁ ଖବର ପାଇବା ପରେ ଗ୍ରାମବାସୀ ରାସ୍ତାରୋକୋ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

ଦଶମ ଶ୍ରେଣୀ ଦିବ୍ୟାଙ୍ଗ ଛାତ୍ରଙ୍କ ବୋର୍ଡ ପରୀକ୍ଷାକୁ ନେଇ ଅନିଶ୍ଚିତତା, କର୍ତ୍ତୃପକ୍ଷଙ୍କୁ ଦୃଷ୍ଟି ଦେବାକୁ ଦାବୀ           

ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ସରକାରୀ ହାଇସ୍କୁଲର ୧୦ମ ଶ୍ରେଣୀ ଛାତ୍ର ଗୌତମ ମହାନ୍ତିଙ୍କ ମାଟ୍ରିକ ପରୀକ୍ଷାକୁ ନେଇ ଅନିଶ୍ଚିତତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri