Posted inଜାତୀୟ

ସିଜେଆଇଙ୍କୁ ଫସାଇବା ଲାଗି ଯଚାଯାଇଥିଲା ଦେଢ଼କୋଟି

ନୂଆଦିଲ୍ଲୀ,୨୪ା୪: ପ୍ରଧାନ ବିଚାରପତି ଜଷ୍ଟିସ ରଞ୍ଜନ ଗୋଗୋଇଙ୍କ ବିରୋଧରେ ମିଥ୍ୟା ଯୌନ ବ୍ୟଭିଚାର ମାମଲା ରୁଜୁ କରିବା ଲାଗି ଅଜୟ ନାମକ ଜଣେ ବ୍ୟକ୍ତି ଦେଢ଼ କୋଟି ଟଙ୍କା ଯାଚିଥିଲେ ବୋଲି ଓକିଲ ଉତ୍ସବ ବେନ୍ସ ଦାବି କରିଛନ୍ତି। ଏହି ଘଟଣା ଲୋକଲୋଚନକୁ ଆସିବା ପରେ ଜଷ୍ଟିସ ଅରୁଣ ମିଶ୍ରଙ୍କ ନେତୃତ୍ୱରେ ଗଠିତ ସୁପ୍ରିମକୋର୍ଟଙ୍କ ଖଣ୍ଡପୀଠ ମଙ୍ଗଳବାର ସମ୍ପୃକ୍ତ ଓକିଲଙ୍କୁ ନୋଟିସ ଜାରି କରିଛନ୍ତି। ଏହାସହ ବ୍ୟକ୍ତିଗତଭାବେ ଏପ୍ରିଲ ୨୪ ପୂର୍ବାହ୍ଣ ୧୦.୩୦ରେ ହାଜର ହେବାକୁ ତାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ସିଜେଆଇ ଗୋଗୋଇଙ୍କୁ ବଦନାମ କରିବା ପାଇଁ ଅଜୟ ତାଙ୍କୁ ପ୍ରେସ୍‌ କ୍ଲବ୍‌ ଅଫ୍‌ ଇଣ୍ଡିଆରେ ଏକ ସାମ୍ବାଦିକ ସମ୍ମିଳନୀ କରିବାକୁ କହିଥିଲେ ବୋଲି ଉତ୍ସବ କହିଛନ୍ତି। ତେବେ ସେ ଏହି କଥାରେ ସେ ରାଜି ନ ହୋଇ ମହିଳାଙ୍କ ସହ ତାଙ୍କର ସମ୍ପର୍କ କ’ଣ ବୋଲି ପଚାରିଥିଲେ। ଜଷ୍ଟିସ ଗୋଗୋଇ ଇସ୍ତଫା ଦେବା ଲାଗି ସମସ୍ତ ଷଡଯନ୍ତ୍ର ରଚାଯାଇଥିଲା ବୋଲି ଉତ୍ସବ ଅଭିଯୋଗ କରିଛନ୍ତି। ନ୍ୟାୟପାଳିକାର ସ୍ବାଧୀନତାରେ ଆଘାତ ପହଞ୍ଚାଇବା ଲାଗି ଉଦ୍ଦିଷ୍ଟ ଷଡଯନ୍ତ୍ରର ନ୍ୟାୟିକ ତଦନ୍ତ କରାଯିବା ଉଚିତ ବୋଲି ଉତ୍ସବ କହିଛନ୍ତି। ଏକ୍ଷେତ୍ରରେ ଏକ କର୍ପୋରେଟର ଫିଗର କାମ କରୁଥିବା ସେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ପଶ୍ଚିମବଙ୍ଗ ପାଇଁ ଭାଜପାର ସଂକଳ୍ପପତ୍ର: ଯୁବତୀଯୁବକ, ମହିଳା, ସରକାରୀ ପେନସନଭୋଗୀଙ୍କ ପାଇଁ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୦।୪: ଭାରତୀୟ ଜନତା ପାର୍ଟି (ଭାଜପା) ଶୁକ୍ରବାର ଏହାର ଇସ୍ତାହାର ପ୍ରକାଶ କରିଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଏବଂ ଭାଜପା ନେତା ଅମିତ ଶାହା ଇସ୍ତାହାର ବା ଘୋଷଣାପତ୍ର…

ମୋନାଲିସା ନାବାଳିକା: ଜେଲ୍‌ ଯିବେ ସ୍ବାମୀ ଫରମାନ! ହେଲା ବଡ଼ ଖୁଲାସା

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରଦେଶ ଏବଂ କେରଳ ରାଜ୍ୟ ସହିତ ଜଡିତ ଏକ ହାଇ-ପ୍ରୋଫାଇଲ ମାମଲାରେ ‘ଭାଇରାଲ ଗର୍ଲ’ ଭାବରେ ପରିଚିତ ମୋନାଲିସା ଭୋଁସଲେଙ୍କ ବିଷୟରେ ଏକ ବଡ଼ ଖୁଲାସା…

ରାଜ୍ୟ ସଭା ଏମପି ହେଲେ ନୀତୀଶ କୁମାର, ସଂସଦରେ ନେଲେ ଶପଥ

ନୂଆଦିଲ୍ଲୀ,୧୦।୪:  ଆଜି ବିହାରର ରାଜନୀତିରେ ଏକ ବଡ଼ ଏବଂ ଐତିହାସିକ ପରିବର୍ତ୍ତନ ଘଟିଛି । ଦୀର୍ଘ ସମୟ ଧରି ରାଜ୍ୟର ନେତୃତ୍ୱ ଦେଇଥିବା ନୀତୀଶ କୁମାର ଆଜି…

ଇସ୍ତଫା ଦେଲେ ହାଇକୋର୍ଟ ବିଚାରପତି ଯଶୱନ୍ତ ବର୍ମା: ଆସିଥିଲା ମହାଭିଯୋଗ, ଘରୁ ମିଳିଥିଲା…

ନୂଆଦିଲ୍ଲୀ,୧୦।୬: ଆହ୍ଲାବାଦ ହାଇକୋର୍ଟର ବିଚାରପତି ଜଷ୍ଟିସ ଯଶୱନ୍ତ ବର୍ମା ନିଜ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଷ୍ଟ୍ରପତିଙ୍କ ନିକଟକୁ ନିଜ ଇସ୍ତଫାପତ୍ର ପଠାଇଛନ୍ତି। ତାଙ୍କୁ ପଦରୁ ହଟାଇବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri