Posted inଜାତୀୟ

ସିଜେଆଇଙ୍କ ବିରୋଧରେ ଷଡ଼ଯନ୍ତ୍ର ଅଭିଯୋଗ: ତଦନ୍ତ ଶେଷ, ସେପ୍ଟେମ୍ବରରେ ରିପୋର୍ଟ

ନୂଆଦିଲ୍ଲୀ,୨୨ା୮: ଭାରତର ପ୍ରଧାନ ବିଚାରପତି (ସିଜେଆଇ) ରଞ୍ଜନ ଗୋଗୋଇଙ୍କ ବିରୋଧରେ ବଡ଼ ଷଡ଼ଯନ୍ତ୍ର ଅଭିଯୋଗର ତଦନ୍ତ ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରା ନିଯୁକ୍ତ ଜଣିକିଆ କମିଟି ଏହାର କାର୍ଯ୍ୟ ଶେଷ କରିଛି ଏବଂ ସେପ୍ଟେମ୍ବର ମଧ୍ୟଭାଗରେ ରିପୋର୍ଟ ଦାଖଲ କରିପାରନ୍ତି ବୋଲି ଜଣାପଡିଛି। ଆଇନଜୀବୀ ଉତ୍ସବ ସିଂ ବୈନ୍ସଙ୍କ ଅଭିଯୋଗର ତଦନ୍ତ ପାଇଁ ଏପ୍ରିଲ ୨୫ରେ ସୁପ୍ରିମକୋର୍ଟର ଅବସରପ୍ରାପ୍ତ ବିଚାରପତି ଏ.କେ. ପଟ୍ଟନାୟକଙ୍କୁ ନିଯୁକ୍ତ କରାଯାଇଥିଲା। ସୁପ୍ରିମକୋର୍ଟରେ ଖଣ୍ଡପୀଠ ଫିକ୍ସିଂ ହେବା ସହ ବିଭିନ୍ନ ଅନିୟମିତତା ହେଉଥିବା ନେଇ ବୈନ୍ସ ସତ୍ୟପାଠ ଦାଖଲ କରିଥିଲେ। ସେ ଦାଖଲ କରିଥିବା ଦସ୍ତାବିଜ୍‌ଗୁଡିକୁ ତଦନ୍ତ କମିଟି ଅନୁଧ୍ୟାନ କରିଛନ୍ତି। ସେପ୍ଟେମ୍ବର ଦ୍ୱିତୀୟ ସପ୍ତାହ ସୁଦ୍ଧା କମିଟି ତାଙ୍କ ରିପୋର୍ଟ ସମ୍ପୂର୍ଣ୍ଣ କରି ଜଉମୁଦା ଲଫାପାରେ ସୁପ୍ରିମକୋର୍ଟରେ ଦାଖଲ କରିବେ ବୋଲି ଏକ ସୂତ୍ରରୁ ଜଣାପଡିଛି।
ତେବେ ଜଷ୍ଟିସ୍‌ ଗୋଗୋଇଙ୍କ ବିରୋଧରେ ଆସିଥିବା ଯୌନ ଶୋଷଣ ଅଭିଯୋଗର ତଦନ୍ତ ହୋଇନାହିଁ। ତାଙ୍କ ବିରୋଧରେ ଜଣେ ପୂର୍ବତନ ମହିଳା କର୍ମଚାରୀ ଆଣିଥିବା ଯୌନ ନିର୍ଯାତନା ଅଭିଯୋଗର ତଦନ୍ତ କରି ସୁପ୍ରିମକୋର୍ଟର ଇନ୍‌-ହାଉସ୍‌ କମିଟି ମେ ୬ରେ ଗୋଗୋଇଙ୍କୁ କ୍ଲିନ୍‌ଚିଟ୍‌ ଦେଇଥିଲା। ଜଷ୍ଟିସ ଏସ୍‌.ଏ. ବୋବ୍‌ଡେଙ୍କ ଅଧ୍ୟକ୍ଷତାରେ ଗଠିତ ଏହି ତଦନ୍ତ କମିଟିରେ ସୁପ୍ରିମକୋର୍ଟର ଦୁଇଜଣ ମହିଳା ବିଚାରପତି ଇନ୍ଦୁ ମାଲହୋତ୍ରା ଓ ଇନ୍ଦିରା ବାନାର୍ଜୀ ସଦସ୍ୟ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri