Posted inଜାତୀୟ

ସିଜେଆଇଙ୍କ ବିରୋଧରେ ଷଡ଼ଯନ୍ତ୍ର ଅଭିଯୋଗ: ତଦନ୍ତ ଶେଷ, ସେପ୍ଟେମ୍ବରରେ ରିପୋର୍ଟ

ନୂଆଦିଲ୍ଲୀ,୨୨ା୮: ଭାରତର ପ୍ରଧାନ ବିଚାରପତି (ସିଜେଆଇ) ରଞ୍ଜନ ଗୋଗୋଇଙ୍କ ବିରୋଧରେ ବଡ଼ ଷଡ଼ଯନ୍ତ୍ର ଅଭିଯୋଗର ତଦନ୍ତ ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରା ନିଯୁକ୍ତ ଜଣିକିଆ କମିଟି ଏହାର କାର୍ଯ୍ୟ ଶେଷ କରିଛି ଏବଂ ସେପ୍ଟେମ୍ବର ମଧ୍ୟଭାଗରେ ରିପୋର୍ଟ ଦାଖଲ କରିପାରନ୍ତି ବୋଲି ଜଣାପଡିଛି। ଆଇନଜୀବୀ ଉତ୍ସବ ସିଂ ବୈନ୍ସଙ୍କ ଅଭିଯୋଗର ତଦନ୍ତ ପାଇଁ ଏପ୍ରିଲ ୨୫ରେ ସୁପ୍ରିମକୋର୍ଟର ଅବସରପ୍ରାପ୍ତ ବିଚାରପତି ଏ.କେ. ପଟ୍ଟନାୟକଙ୍କୁ ନିଯୁକ୍ତ କରାଯାଇଥିଲା। ସୁପ୍ରିମକୋର୍ଟରେ ଖଣ୍ଡପୀଠ ଫିକ୍ସିଂ ହେବା ସହ ବିଭିନ୍ନ ଅନିୟମିତତା ହେଉଥିବା ନେଇ ବୈନ୍ସ ସତ୍ୟପାଠ ଦାଖଲ କରିଥିଲେ। ସେ ଦାଖଲ କରିଥିବା ଦସ୍ତାବିଜ୍‌ଗୁଡିକୁ ତଦନ୍ତ କମିଟି ଅନୁଧ୍ୟାନ କରିଛନ୍ତି। ସେପ୍ଟେମ୍ବର ଦ୍ୱିତୀୟ ସପ୍ତାହ ସୁଦ୍ଧା କମିଟି ତାଙ୍କ ରିପୋର୍ଟ ସମ୍ପୂର୍ଣ୍ଣ କରି ଜଉମୁଦା ଲଫାପାରେ ସୁପ୍ରିମକୋର୍ଟରେ ଦାଖଲ କରିବେ ବୋଲି ଏକ ସୂତ୍ରରୁ ଜଣାପଡିଛି।
ତେବେ ଜଷ୍ଟିସ୍‌ ଗୋଗୋଇଙ୍କ ବିରୋଧରେ ଆସିଥିବା ଯୌନ ଶୋଷଣ ଅଭିଯୋଗର ତଦନ୍ତ ହୋଇନାହିଁ। ତାଙ୍କ ବିରୋଧରେ ଜଣେ ପୂର୍ବତନ ମହିଳା କର୍ମଚାରୀ ଆଣିଥିବା ଯୌନ ନିର୍ଯାତନା ଅଭିଯୋଗର ତଦନ୍ତ କରି ସୁପ୍ରିମକୋର୍ଟର ଇନ୍‌-ହାଉସ୍‌ କମିଟି ମେ ୬ରେ ଗୋଗୋଇଙ୍କୁ କ୍ଲିନ୍‌ଚିଟ୍‌ ଦେଇଥିଲା। ଜଷ୍ଟିସ ଏସ୍‌.ଏ. ବୋବ୍‌ଡେଙ୍କ ଅଧ୍ୟକ୍ଷତାରେ ଗଠିତ ଏହି ତଦନ୍ତ କମିଟିରେ ସୁପ୍ରିମକୋର୍ଟର ଦୁଇଜଣ ମହିଳା ବିଚାରପତି ଇନ୍ଦୁ ମାଲହୋତ୍ରା ଓ ଇନ୍ଦିରା ବାନାର୍ଜୀ ସଦସ୍ୟ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟକଙ୍କ ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ

ବରଗଡ଼,୧୧।୪( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟାରେ ସେ ଭୁବନେଶ୍ବରସ୍ଥିତ…

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri