ସିଟିବସ୍‌ ଚଳାଚଳ ପାଇଁ ମନ୍ତ୍ରୀଙ୍କୁ ସ୍ମାରକପତ୍ର

ବିଜେପୁର,୩।୧୧(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁରରୁ ସଦରମହକୁମାକୁ ସିଟିବସ୍‌ ଚଳାଚଳ ପାଇଁ ରବିବାର ଅଞ୍ଚଳବାସୀଙ୍କ ପକ୍ଷରୁ ଦାବି ହୋଇଛି। ଏ ନେଇ ବିଜେଡି ମହିଳା ସଂଗଠନର ନେତ୍ରୀମାନେ ଗ୍ରାମ୍ୟ ଉନ୍ନୟନ ଓ ଶ୍ରମମନ୍ତ୍ରୀ ସୁଶାନ୍ତ ସିଂଙ୍କୁ ତାଙ୍କର ବାଉଁଶେନମୁରାସ୍ଥିତ ବାସଭବନରେ ଭେଟି ସ୍ମାରକପତ୍ର ପ୍ରଦାନ କରିଛନ୍ତି। ବିଜେପୁରରୁ ବରଗଡକୁ  ଯାତାୟାତ କରିବାକୁ ଲୋକମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ତେଣୁ ସିଟିବସ୍‌ ଚଳାଚଳ କରାଗଲେ ଅଞ୍ଚଳବାସୀ ଉପକୃତ ହେବେ। ସେହିପରି ପୂର୍ବରୁ ଏହି ବାଟଦେଇ ରାଜଧାନୀକୁ ଯାତାୟାତ କରୁଥିବା ସରକାରୀ ବସ୍‌ ଚଳାଚଳକୁ ପୁନଃ କାର୍ଯ୍ୟକ୍ଷମ କରାଯିବାକୁ ଦାବି ହୋଇଛି। ଖୁବ୍‌ଶୀଘ୍ର ଏହି ପ୍ରସଙ୍ଗରେ ବିଭାଗୀୟ ମନ୍ତ୍ରୀଙ୍କ ସହ ଆଲୋଚନା କରି ଏହାର ସମାଧାନ କରାଯିବ ବୋଲି ମନ୍ତ୍ରୀ ସିଂ ପ୍ରତିଶ୍ରୁତି ଦେଇଥିବା ଜଣାପଡିଛି। ଶକୁନ୍ତଳା ମହାପାତ୍ର, ସୁଷମା ଭୋଇ, ନନ୍ଦିନୀ ଷଢଙ୍ଗୀ, ମନ୍ଦାକିନୀ ସାହା, ମଞ୍ଜରୀ ଗୁରୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୮ ଦଫା ଦାବି ନେଇ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ: ରୋଗୀ ସେବା ଠପ୍‌

ବଲାଙ୍ଗୀର, ୩/୭ (ବୀରେନ୍ଦ୍ର କୁମାର ଝାଙ୍କର)- ଓଡିଶା ମେଡିକାଲ ସର୍ଭିସ ଆସୋସିଏସନ (ଓଏମଏସଏ) ବଲାଙ୍ଗୀର ଶାଖା ପକ୍ଷରୁ ସ୍ଥାନୀୟ ସିଡ଼ିଏମଓ ଅଫିସ ସମ୍ମୁଖରେ ଧାରଣା ଦିଆଯାଉଥିଲା। ଏଥିରେ…

ବନ ମହୋତ୍ସବ ସପ୍ତାହ, ସାନଖେମୁଣ୍ଡି କୋର୍ଟ ପରିସରରେ ଚାରା ରୋପଣ କଲେ ମାଜିଷ୍ଟ୍ରେଟ 

ଦିଗପହଣ୍ଡି,୩।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ଗ୍ରାମ୍ୟ ନ୍ୟାୟାଳୟ ଆନୁକୁଲ୍ୟରେ  ଚାରା ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବନ ମହୋତ୍ସବ ସପ୍ତାହ ପାଳନ ଅବସରରେ…

ପ୍ରକାଶ ପାଇଲା ପିଜି ପ୍ରବେଶିକା ପରୀକ୍ଷା ରେଜଲ୍ଟ, ନାମଲେଖା ସମୟସୂଚୀ…

ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପିଜି ପ୍ରବେଶିକା ପରୀକ୍ଷା ବା କମନ ପିଜି ଏଣ୍ଟ୍ରାନ୍ସ ଟେଷ୍ଟ-୨୦୨୬ ରେଜଲ୍ଟ ଗୁରୁବାର ପ୍ରକାଶ ପାଇଛି। ଛାତ୍ରୀଛାତ୍ର ସାମ୍‌ସ ପୋର୍ଟାଲ ମାଧ୍ୟମରେ ନିଜ ପରୀକ୍ଷାଫଳ…

ୟୁଜରନେମ ବିବାଦ: ହ୍ବାଟସଆପ ପରେ, ଆଇଟି ମନ୍ତ୍ରଣାଳୟ ଏବେ ସିଗନାଲ-ଟେଲିଗ୍ରାମକୁ ପଠାଇଛି ନୋଟିସ

ନୂଆଦିଲ୍ଲୀ,୨।୭: ୟୁଜରନେମ ଫିଚରକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ହ୍ବାଟସଆପ ପରେ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ (MeitY) ଏବେ ଟେଲିଗ୍ରାମ ଏବଂ ସିଗନାଲକୁ ମଧ୍ୟ…

ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା, ୨୫ରେ ରଥ ଉପରେ…

ବରଗଡ଼, ୨ା୭ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲିସ୍ଥିତ ପ୍ରସିଦ୍ଧ ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା ପାଳନ ପାଇଁ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ…

ପରିବେଶ ସୁରକ୍ଷା ପାଇଁ ଆଗେଇ ଆସିଲେ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ: ‘ପିଲାଟିଏ ଗଛଟିଏ’ ଅଭିଯାନରେ …

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସିଦ୍ଧେଶ୍ୱର ଗ୍ରାମ ନିକଟସ୍ଥ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଗୁରୁବାର ୭୬ ତମ ବନ…

ଟ୍ରକ୍ ମିଳିଲା, ଚପଲ ମିଳିଲା…ହେଲେ ୮ ଦିନ ହେଲା ଡ୍ରାଇଭରଙ୍କ ପତ୍ତା ନାହିଁ, ଭୋକ-ଉପାସରେ ଏ ଥାନାରୁ ସେ ଥାନା ବୁଲି ନୟାନ୍ତ…

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଜଣେ ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଛନ୍ତି।…

ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବେ ନାହିଁ ପୁଅ ମୋଜତାବା, ଜାଣନ୍ତୁ କାରଣ

ତେହରାନ,୨।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ପରଲୋକ ପରେ ସମଗ୍ର ଦେଶରେ ଗଭୀର ଶୋକ ପ୍ରକାଶ ପାଇଛି। ରାଜଧାନୀ ତେହରାନରୁ ଆରମ୍ଭ କରି ମଶାଦ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri