ସିଡ଼ିଏମଓଙ୍କୁ ସ୍ବାସ୍ଥ୍ୟକର୍ମୀ ଦେଲେ ଦାବିପତ୍ର

ବରଗଡ଼ ଅଫିସ୍‌,୧୮।୫: ସରକାର ସ୍ବାସ୍ଥ୍ୟକର୍ମୀଙ୍କୁ କରୋନା ଯୋଦ୍ଧା ଭାବେ ଅଭିହିତ କରିଛନ୍ତି । ଏହା ସହିତ ଅଗ୍ରୀମ ଦରମା ପ୍ରଦାନ ପାଇଁ ମଧ୍ୟ ଘୋଷଣା ହୋଇଛି । ମାତ୍ର କରୋନା ମୁକାବିଲା ସମୟରେ ସ୍ବାସ୍ଥ୍ୟକର୍ମୀମାନଙ୍କୁ ବିଭିନ୍ନ ସୁବିଧା ସୁଯୋଗରୁ ବଞ୍ଚିତ କରାଯାଉଛି ଏବଂ ସରକାରଙ୍କ ଘୋଷଣା ଧୂଆଁବାଣ ପାଲଟିଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ଆଣି ୨୦୧୩ରେ ନିଯୁକ୍ତି ପାଇଥିବା ବରଗଡ଼ ଜିଲାର ସ୍ବାସ୍ଥ୍ୟକର୍ମୀମାନେ ସୋମବାର ବରଗଡ଼ ଜିଲା ମୁଖ୍ୟ ଚିକିତ୍ସାଧିକାରୀ (ସିଡ଼ିଏମଓ)ଙ୍କୁ ଫେରାଦ ହୋଇଥିଲେ । ଏ ନେଇ ସିଡ଼ିଏମଓ ଡା. ବିଭୂତି ଭୂଷଣ ମେହେରଙ୍କୁ ସେମାନେ ୪ଦଫା ସମ୍ବଳିତ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି। ୨୦୧୩ରୁ ବର୍ତ୍ତମାନ ପର୍ଯ୍ୟନ୍ତ ଗ୍ରେଡ୍‌-ପେ ପ୍ରଦାନ, ଚାକିରିକୁ ୬ବର୍ଷ ପୂରଣ ହେବା ଦିନଠାରୁ ନିୟମିତ ଘୋଷଣା କରାଯାଇ ତଦନୁଯାୟୀ ଦରମା ପ୍ରଦାନ, କୋଭିଡ୍‌-୧୯ର ପ୍ରୋତ୍ସାହନ ରାଶି ପ୍ରଦାନ ଏବଂ ୪ମାସର ଅଗ୍ରୀମ ଦରମା ପ୍ରଦାନ କରିବାକୁ ସ୍ମାରକପତ୍ରରେ ଦାବି କରାଯାଇଛି । ନମିତା ପୁଟେଲ, ବିନ୍ଦୁ ଦୀପ, ଅନୁପମା ଦାଶ, ମାମୀ ରଣା ପ୍ରମୁଖ ସିଡିଏମଓଙ୍କୁ ସ୍ମାରକପତ୍ର ପ୍ରଦାନ କରିିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri