ସିଡିଏମ୍‌ଓଙ୍କ ଦୁଇ ଦିନିଆ ରାଜ୍ୟସ୍ତରୀୟ ସମ୍ମିଳନୀ ଆରମ୍ଭ: ଭବିଷ୍ୟତରେ ଓଡ଼ିଶାରେ ଡାକ୍ତର ଅଭାବ ରହିବ ନାହିଁ, ସମସ୍ତଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଉପରେ ଗୁରୁତ୍ୱ

ଭୁବନେଶ୍ୱର,୧୯ା୬(ବ୍ୟୁରୋ): ରାଜ୍ୟରେ ନୂତନ ସ୍ବାସ୍ଥ୍ୟନୀତି ପ୍ରଣୟନ ସହ ଖୁବ୍‌ଶୀଘ୍ର ଭିଜନ-୨୦୨୫ ଅନୁଯାୟୀ ରାଜ୍ୟବାସୀଙ୍କୁ ବିନାମୂଲ୍ୟରେ ଗୁଣାତ୍ମକ ସ୍ବାସ୍ଥ୍ୟସେବା ଯୋଗାଇ ଦିଆଯିବ। ଏ ଦିଗରେ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ବୁଧବାର ଆରମ୍ଭ ହୋଇଥିବା ଦୁଇ ଦିନିଆ ଜିଲା ମୁଖ୍ୟ ଚିକିତ୍ସାଧିକାରୀମାନଙ୍କ ରାଜ୍ୟସ୍ତରୀୟ ସମ୍ମିଳନୀକୁ ଉଦ୍‌ଘାଟନ କରିବା ଅବସରରେ ସ୍ବାସ୍ଥ୍ୟ ଓ ପରିବାରକଲ୍ୟାଣ ମନ୍ତ୍ରୀ ନବ ଦାସ କହିଛନ୍ତି। ନିୟମିତ ୧୦୦ ଦିନିଆ କାର୍ଯ୍ୟକ୍ରମ ପ୍ରସ୍ତୁତ କରିବା ନେଇ ସେ ସିଡିଏମ୍‌ଓମାନଙ୍କୁ ପରାମର୍ଶ ଦେଇଛନ୍ତି।

ମନ୍ତ୍ରୀ ଦାସ କହିଛନ୍ତି, ରାଜ୍ୟରେ ନୂତନ ମେଡିକାଲ କଲେଜ ପ୍ରତିଷ୍ଠା କରାଯିବ। ଏଥିସହ ନିଦ୍ଦିଷ୍ଟ ସମୟସୀମା ମଧ୍ୟରେ ଆଉ କେତୋଟି ମେଡିକାଲ କଲେଜ ନିର୍ମାଣକାର୍ଯ୍ୟକୁ ମଧ୍ୟ ତ୍ୱରାନ୍ବିତ କରାଯାଉଛି। ଏହାଦ୍ୱାରା ରାଜ୍ୟରେ ଅଧିକ ସଂଖ୍ୟକ ଡାକ୍ତର ସୃଷ୍ଟି ହେବେ। ଯାହାଦ୍ୱାରା ଓଡ଼ିଶାରେ ଆବଶ୍ୟକତାଠାରୁ ଅଧିକ ଡାକ୍ତର ଓ ପାରାମେଡିକ୍‌ ଉପଲବ୍ଧ ହେବେ। ଫଳରେ ଡାକ୍ତର ଅଭାବ ରହିବ ନାହିଁ ବୋଲି ସେ କହିଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ‘ସୁସ୍ଥ ଓଡ଼ିଶା ସୁଖୀ ଓଡ଼ିଶା’ ସ୍ବପ୍ନକୁ ବାସ୍ତବତାରେ ପରିଣତ କରିବା ଲାଗି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ବିଭାଗ ବିଭିନ୍ନ ଲୋକାଭିମୁଖୀ କାର୍ଯ୍ୟକ୍ରମର ସଫଳ ରୂପାୟନ ନିମନ୍ତେ ପ୍ରୟାସ ଜାରି ରଖିଛି। ୧୫ଟି ନୂତନ ଯୋଜନା କାର୍ଯ୍ୟକାରୀ କରାଯାଇଛି। ଯୋଜନାଗୁଡ଼ିକର ସୁଫଳ ରାଜ୍ୟବାସୀଙ୍କ ନିକଟରେ ପହଞ୍ଚାଇବା ଦିଗରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀମାନେ ଉଦ୍ୟମ କରିବାକୁ ମନ୍ତ୍ରୀ ପରାମର୍ଶ ଦେଇଥିଲେ।

କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ସ୍ବାସ୍ଥ୍ୟ ଓପରିବାର କଲ୍ୟାଣ ମନ୍ତ୍ରଣାଳୟର ସଚିବ ତଥା ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକ ମନୋଜ କୁମାର ଝଲାନି, ଉକ୍ତ ବିଭାଗର କମିଶନର ତଥା ଶାସନ ସଚିବ ପ୍ରମୋଦ କୁମାର ମେହେର୍ଦ୍ଦା ପ୍ରମୁଖ ଯୋଗଦେଇ ବକ୍ତବ୍ୟ ରଖିବା ସହ ବିଭିନ୍ନ କାର୍ଯ୍ୟକ୍ରମ ବିଷୟରେ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri