ସିଦ୍ଧାର୍ଥଙ୍କ ଜନ୍ମଦିନରେ ‘ଶେରଶାହ’ର ପୋଷ୍ଟର ରିଲିଜ

ବମ୍ବେ: କରନ୍‌ ଜୋହରଙ୍କ ଫିଲ୍ମ ‘ଷ୍ଟୁଡେଣ୍ଟ ଅଫ୍‌ ଦ ଇଅର’ରେ ଡେବ୍ୟୁ କରିବା ପରେ ଅନେକ ସଫଳତାର ଫର୍ଦ୍ଦ ଯୋଡ଼ା ହୋଇ ସାରିଲାଣି ଅଭିନେତା ସିଦ୍ଧାର୍ଥ ମଲହୋତ୍ରାଙ୍କ ଅଭିନୟ ଜୀବନରେ। ବିଶେଷକରି ରୋମାଣ୍ଟିକ ହିରୋ ଭୂମିକାରେ ସେ ନଜର ଆସିଥାନ୍ତି। ହେଲେ ଏଥିରେ ବ୍ୟତିକ୍ରମ ସ୍ବରୂପ ସେ ଜଣେ ଯବାନ ଭୂୂମିକାରେ ନିଜର ଆଗାମୀ ଫିଲ୍ମ ‘ଶେରଶାହ’ରେ ନଜର ଆସିବେ। ଗୁରୁବାର ସିଦ୍ଧାର୍ଥଙ୍କ ଜନ୍ମଦିନ ଅବସରରେ ଫିଲ୍ମର ଫାଷ୍ଟ ଲୁକ୍‌ ରିଲିଜ କରାଯାଇଛି। ଏହାକୁ କରନ-ସିଦ୍ଧାର୍ଥ ନିଜର ସୋସିଆଲ ପୃଷ୍ଠାରେ ଶେୟାର କରିଛନ୍ତି। ଏହାକୁ ଶେୟାର କରିବା ସମୟରେ ସିଦ୍ଧାର୍ଥ କ୍ୟାପ୍‌ଟେନ ବିକ୍ରମ ବତ୍ରାଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି।
ଫିଲ୍ମର କାହାଣୀକୁ ଦେଖିଲେ ଭାରତୀୟ ଯବାନଙ୍କ ଶ୍ରେଷ୍ଠତାର ପରିଚୟ ଦେଉଥିବା ୧୯୯୯ ମସିହାର କାରଗିଲ ଯୁଦ୍ଧ ବିଜୟ ସମୟର କାହାଣୀ ଉପରେ ଏହା ପର୍ଯ୍ୟବେଶିତ। ଏଥିରେ ସିଦ୍ଧାର୍ଥ କ୍ୟାପ୍‌ଟେନ ବତ୍ରା ଏବଂ ତାଙ୍କ ଭାଇ ବିଶାଳ ବତ୍ରାଙ୍କ ଭୂମିକାରେ ଅଭିନୟ କରିଛନ୍ତି। ତାଙ୍କ ବ୍ୟତିତ କିଆରା ଆଡଭାଣୀ, ଜାଭେଦ ଜାଫ୍ରି, ହିମାଂଶୁ ମଲହୋତ୍ରା, ପରେଶ ରାଓ୍ବଲ ପ୍ରମୁଖ ନଜର ଆସିବେ। ଫିଲ୍ମର ନିର୍ଦ୍ଦେଶନା ଦେଇଛନ୍ତି ବିଷ୍ଣୁ ବର୍ଦ୍ଧନ। ଜୁଲାଇ ୩ରେ ଏହା ପରଦାକୁ ଆସିବ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri