ସିଦ୍ରିଆ ସମାଜକୁ ମିଳିବ ଅଧିକାର

ସୋନପୁର/ବିନିକା,୧୯।୧(ନି.ପ୍ର./ଡି.ଏନ୍‌.ଏ.) ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ସିଂଘିଯୁବା ପଞ୍ଚାୟତ ଅନ୍ତର୍ଗତ ଜାମପାଲି ଗାଁର କେନାଲ ପଡା, ଟାଙ୍ଗର ପଡା ଓ ଜଙ୍ଗଲ ପଡାରେ ବହୁ ବର୍ଷ ହେଲା ରହି ଆସୁଛନ୍ତି ସିଦ୍ରିଆ ସମାଜର ୫୦ ପରିବାର। ଏମାନଙ୍କ ସଂଖ୍ୟା ୩୦୦ରୁ ଊର୍ଦ୍ଧ୍ୱ। ଅଧିକାଂଶ ଲୋକ ଅଶିକ୍ଷିତ ଓ ଭୂମିହୀନ । ଆଉ କେତେକ ସରକାରଙ୍କଠାରୁ ପାଇଥିବା ଜମିରେ ଘର କରି ରହୁଛନ୍ତି। ନିଜର କୌଳିକ ବୃତ୍ତି ପିତ୍ତଳ, ତମ୍ବାରେ ବାସନ କୁସନ, ଦେବୀଙ୍କ ମୂର୍ତ୍ତୀ ନିର୍ମାଣ କରି ଗୁଜୁରାଣ ମେଣ୍ଟାଉଛନ୍ତି । ତେବେ ଜାତି ଓ ଗୋଷ୍ଠୀକୁ ନେଇ ସେମାନେ ଚିନ୍ତାରେ ଅଛନ୍ତି। ପ୍ରଶାସନ ପକ୍ଷରୁ ଜାତି ପ୍ରମାଣପତ୍ର ମିଳୁ ନଥିବାରୁ ଏହି ସମାଜର ପୁଅ ଝିଅ ଉଚ୍ଚଶିକ୍ଷାରୁ ବଞ୍ଚତ୍ତ ହେଉଛନ୍ତି। ସରକାରୀ ଯୋଜନାର ଲାଭ ପାଉନାହାନ୍ତି। ଏ ସମ୍ପର୍କରେ ଶନିବାର ଧରିତ୍ରୀରେ ଖବର ପ୍ରକାଶ ପାଇଥିଲା। ଅତିରିକ୍ତ ଜିଲାପାଳ ଶରତ ଚନ୍ଦ୍ର ପଣ୍ଡା ଖବରକୁ ନେଇ ବିନିକା ତହସିଲଦାରଙ୍କୁ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ତହସିଲଦାର ଅଲେଖ ଗୁଟା ଅପରାହ୍ନରେ ଗ୍ରାମକୁ ଯାଇ ତଦନ୍ତ କରିଛନ୍ତି। ତହସିଲଦାରଙ୍କ କହିବା ଅନୁଯାୟୀ ଟାଙ୍ଗର ପଡା, କେନାଲପଡା ଓ ଜଙ୍ଗଲ ପଡାରେ ପ୍ରାୟ ୫୦ ପରିବାର ବସବାସ କରୁଛନ୍ତି । ସରକାରଙ୍କ ତରଫରୁ ଭୂମିହୀନ ପଟ୍ଟା ମଧ୍ୟ ଯୋଗାଇ ଦିଆଯାଇଛି। ଖତିଆନ ତଦନ୍ତରୁ ଜଣାପଡିଛି ଯେ, କେତେକ ଖତିଆନରେ ଜାତି ଝରା ଏବଂ କେତକ ଖତିଆନରେ ଜାତି ସିଦ୍ରା ଏବଂ କେତକ ଖତିଆନରେ ଜାତି ସିଦ୍ର ଲେଖାଯାଇଛି। ଉକ୍ତ ଖତିଆନଗୁଡିକ ଲିଜ୍‌ କେସ ନଂ ୭୪/୯୮, ୮।୧୦।୧୯୯୮ରେ ପ୍ରଦାନ କରାଯାଇଛି। ଗ୍ରାମବାସୀଙ୍କ ଅଭିଯୋଗ ଅନୁଯାୟୀ ସେମାନଙ୍କ ଜାତି ପ୍ରକୃତରେ ସିଦ୍ରିଆ। ଯାହାକି ଓଡିଶା ଜାତି ତାଲିକା ୮୪ରେ ଏସ୍‌ସିରେ ସ୍ଥାନିତ ହୋଇଛି। ତେଣୁ ସେମାନଙ୍କ ଅନୁରୋଧ ପ୍ରତି ପ୍ରଶାସନ ସ୍ବତନ୍ତ୍ର ଦୃଷ୍ଟି ଦେବ ଓ ଆସନ୍ତା ୧୫ ଦିନ ମଧ୍ୟରେ ପଦକ୍ଷେପ ଗ୍ରହଣ କରାଯିବ ବୋଲି ତହସିଲଦାର କହିଛନ୍ତି। ପ୍ରତିଶ୍ରୁତି ପାଇବା ପରେ ଗ୍ରାମର ଲୋକଙ୍କ ମଧ୍ୟରେ ଆନନ୍ଦ ପ୍ରକାଶ ପାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବିଷହ ହୋଇପଡ଼ିଛି ଭୂଷଣଙ୍କ ଜୀବନ: ସହାୟତା ପାଇଁ ଜିଲାପାଳଙ୍କୁ ଫେରାଦ ହେଲେ ଦିବ୍ୟାଙ୍ଗ

ବରଗଡ଼,୯।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭେଡେନ୍‌ ବ୍ଲକ ରେମଣ୍ଡା ହରିଜନପଡ଼ା ନିବାସୀ ଭୂଷଣ ଭାଏନାଙ୍କ ଜୀବନଯାପନ ଦୁର୍ବିଷହ ହୋଇ ପଡ଼ିଛି। ସେ ୨୦୨୪ରେ ସଂକ୍ରମଣ ହେବା କାରଣରୁ ତାଙ୍କ…

ଶିଶୁ ପୁତ୍ରକୁ ଛାଡ଼ି ଦୌଡ଼ି ପଳାଉଥିଲେ ମା’: ଆଉ ତା’ପରେ ଘଟିଲା…

ବାରଙ୍ଗ,୯ା୯(ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ଅଧୀନ ନରାଜମାର୍ଥାପୁର ରେଳଷ୍ଟେଶନ୍‌ ବାହାରୁ ଜଣେ ମହିଳା ତା’ର ଶିଶୁ ପୁତ୍ରକୁ ଛାଡ଼ି ପଳାଇଯାଉ ଥିବାବେଳେ ମଙ୍ଗଳବାର ରାତିରେ ସ୍ଥାନୀୟ ଲୋକେ ଧରି…

ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର: ପୀଡ଼ିତା ୪ ମାସର ଗର୍ଭବତୀ, ଓ୍ବାଚ୍‌ମ୍ୟାନ୍‌…

କେନ୍ଦ୍ରାପଡ଼ା,୯ା୯(ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲାର ଏକ ସରକାରୀ ଅନୁଦାନପ୍ରାପ୍ତ ଶିଶୁ ଯତ୍ନ ଅନୁଷ୍ଠାନ (ସିସିଆଇ)ରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏ…

ବାଟରେ ଅଟକାଇ ମୁଣ୍ଡ ଫଟାଇଲେ, ଟଙ୍କା ଲୁଟିଥିଲେ: ତୃତୀୟ ଅଭିଯୁକ୍ତ ଭୋଳାଙ୍କୁ ଗିରଫ କଲା ପାଟପୁର ପୋଲିସ

ଦାଦା ବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ପୁଣି ଜଣେ ଅଭିଯୁକ୍ତ ଗିରଫ, ସଂଖ୍ୟା ୩କୁ ବୃଦ୍ଧି ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା…

ଗଣେଶ ପୂଜା ପାଇଁ ଗଞ୍ଜାମ ଏସ୍‌ପିଙ୍କ କଡ଼ା ନିର୍ଦ୍ଦେଶ: ରାତି ୧୦ଟା ପରେ ବାଜିବନି ଲାଉଡସ୍ପିକର, ଜୋରଜବରଦସ୍ତ ଚାନ୍ଦା ଆଦାୟ ମନା

ଛତ୍ରପୁର,୮।୯(ଦିଲ୍ଲୀପ ସାମଲ): ଆଗାମୀ ଗଣେଶ ପୂଜା ସମେତ ପୂଜା ପାର୍ବଣ ସମୟରେ ଆଇନ ଶୃଙ୍ଖଳା ରକ୍ଷା ଓ ଶାନ୍ତିଶୃଙ୍ଖଳା ବଜାୟ ରଖିବା ନିମନ୍ତେ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ଛୁଟିରେ ଘରକୁ ଆସି ଆଖି ବୁଜିଲେ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୁରୀ ସ୍ୱର୍ଗଦ୍ୱାରରେ BSF ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବାଗଡା ଗ୍ରାମର ବିଏସଏଫ୍ (BSF) ସିନିୟର ହାବିଲଦାର ବି. କାନା (୫୩)ଙ୍କ ଆକସ୍ମିକ ମୃତ୍ୟୁ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri