Posted inଖେଳ

ସିନିୟର ଏସିଆନ୍‌ ଆର୍ଟିଷ୍ଟିକ ଜିମ୍ନାଷ୍ଟିକ: ଭାରତୀୟ ଦଳରେ ରାକେଶ ପାତ୍ର

ନୂଆଦିଲ୍ଲୀ, ୧୩।୬(ପି.ଟି.)- ମଙ୍ଗୋଲିଆର ଉଲ୍ଲାନବାତରଠାରେ ଆସନ୍ତା ୧୯ରୁ ୨୨ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ସିନିୟର ଏସିଆନ ଆର୍ଟିଷ୍ଟିକ ଜିମ୍ନାଷ୍ଟିକ ଚାମ୍ପିୟନଶିପ୍‌ ପାଇଁ ବୁଧବାର ଭାରତୀୟ ଦଳ ଘୋଷଣା କରାଯାଇଛି। ଜିମ୍ନାଷ୍ଟିକ ଫେଡେରେଶନ ଅଫ୍‌ ଇଣ୍ଡିଆ (ଜିଏଫ୍‌ଆଇ) ପକ୍ଷରୁ ଘୋଷିତ ଦଳରେ ଉଦୀୟମାନ ଓଡ଼ିଆ ଜିମ୍ନାଷ୍ଟ ରାକେଶ ପାତ୍ର ସ୍ଥାନ ପାଇଛନ୍ତି। ରାକେଶ ରିଙ୍ଗ୍ସ ଆଣ୍ଡ୍‌ ପାରାଲେଲ୍‌ ବାର୍ସରେ ଅଂଶଗ୍ରହଣ କରିବେ। ଏହି ସମ୍ମାନଜନକ ପ୍ରତିଯୋଗିତା ଲାଗି ଜୁନ୍‌ ୭ରୁ ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମଠାରେ ଟ୍ରାଏଲ୍ସ ପ୍ରକ୍ରିୟା ଚାଲିଥିଲା। ଯେଉଁଥିରୁ ୪ ଜଣ ଲେଖାଏ ପୁରୁଷ ଓ ମହିଳାଙ୍କୁ ଦେଶ ପକ୍ଷରୁ ପ୍ରତିନିଧିତ୍ୱ କରିବାକୁ ସୁଯୋଗ ମିଳିଛି। ପୁରୁଷ ଦଳରେ ରାକେଶ ପାତ୍ରଙ୍କ ସମେତ ଯୋଗେଶ୍ୱର ସିଂ (ଫ୍ଲୋର୍‌ ଆଣ୍ଡ୍‌ ଭଲ୍ଟ), ଦେବାଙ୍ଗ ଦେ (ପୋମେଲ ହର୍ସ) ଓ ଆରିକ ଦେ (ହୋରିଜେଣ୍ଟାଲ ବାର୍‌)। ସେହିଭଳି ମହିଳା ଦଳରେ ପଶ୍ଚିମବଙ୍ଗର ପ୍ରଣତୀ ନାୟକ (ଭଲ୍ଟ ଆଣ୍ଡ୍‌ ବିମ୍‌), ଶ୍ରଦ୍ଧା ତେଲ୍‌କର (ଅନ୍‌ଇଭେନ୍‌ ବାର୍ସ), ପ୍ରଣତୀ ଦାସ (ବିମ୍‌) ଓ ପପିୟା ଦାସ (ଫ୍ଲୋର୍‌)। ଏହି ପ୍ରତିଯୋଗିତା ମାଧ୍ୟମରେ ଦେବାଙ୍ଗ ଓ ପପିୟା ସେମାନଙ୍କ ଅନ୍ତର୍ଜାତୀୟ କ୍ୟାରିୟର ଆରମ୍ଭ କରିବେ। ଜୁନ୍‌ ୧୭ରେ ଭାରତୀୟ ଦଳ ମଙ୍ଗୋଲିଆ ଅଭିମୁଖେ ଗସ୍ତ କରିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଚମକାଇଲା ECBର ନିଷ୍ପତ୍ତି: ଜୋ ରୁଟ୍ ପୁଣି ହେବେ ଇଂଲଣ୍ଡର ଷ୍ଟେଟ୍ କ୍ୟାପଟେନ୍

ଲଣ୍ଡନ,୪।୭: ଇଂଲଣ୍ଡ କ୍ରିକେଟ୍ ଦଳକୁ ମିଳିବାକୁ ଯାଉଛି ଜଣେ ନୂତନ ଟେଷ୍ଟ କ୍ୟାପଟେନ୍। ବରିଷ୍ଠ ବ୍ୟାଟ୍ସମ୍ୟାନ୍ ଜୋ ରୁଟଙ୍କୁ ପୁଣି ଥରେ ଇଂଲଣ୍ଡ ଟେଷ୍ଟ ଦଳର କ୍ଷମତା…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ସନ୍ତରଣ, ନଟରାଜ ସେମିରେ

ଗ୍ଲାସ୍‌ଗୋ, ୨୪ା୭:ଭାରତୀୟ ସନ୍ତରଣକାରୀ ଶ୍ରୀହରି ନଟରାଜ ରାଜ୍ୟଗୋଷ୍ଠୀ କ୍ରୀଡ଼ା ସନ୍ତରଣର ୫୦ମିଟର ବ୍ୟାକ୍‌ଷ୍ଟ୍ରୋକ୍‌ ପ୍ରତିଯୋଗିତାର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଶୁକ୍ରବାର ଅନୁଷ୍ଠିତ ହିଟ୍‌ରଗୁଡ଼ିକରୁ ଶ୍ରେଷ୍ଠ ୧୬ଜଣ ଏହି…

ଡୋପିଙ୍ଗ ମାମଲା, ରାଜ୍ୟଗୋଷ୍ଠୀ କ୍ରୀଡ଼ାରୁ ବାଦ୍‌ ପଡ଼ିଲେ ଜୁଡୋକା ମାନ୍‌

ନୂଆଦିଲ୍ଲୀ,୨୪ା୭: ବର୍ମିଂହାମ୍‌ ରାଜ୍ୟଗୋଷ୍ଠୀ କ୍ରୀଡ଼ା ରୌପ୍ୟ ପଦକ ବିଜୟିନୀ ଜୁଡୋକା ତୁଲିକା ମାନ୍‌ଙ୍କୁ ଚଳିତ ଗ୍ଲ୍‌ାସ୍‌ଗୋ ସଂସ୍କରଣରୁ ପ୍ରତ୍ୟାହାର କରି ନିଆଯାଇଛି। ଗତ ୧୨ ମାସ ମଧ୍ୟରେ…

ଭାଇରାଲ ସେଲିବ୍ରେଶନକୁ ନେଇ ମୁହଁ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୪।୭: ଇଂଲଣ୍ଡ ଗସ୍ତର ବିଫଳତାକୁ ପଛରେ ପକାଇ, ବୈଭବ ସୂର୍ଯ୍ୟବଂଶୀ ଗୁରୁବାର ଜିମ୍ବାୱେ ବିପକ୍ଷରେ ପ୍ରଥମ ଟି-୨୦ ମ୍ୟାଚରେ ଏକ ଚମତ୍କାର ଇନିଂସ ଖେଳି ଅର୍ଦ୍ଧଶତକ ହାସଲ…

ଗୌତମ ଗମ୍ଭୀର ପ୍ରଶିକ୍ଷକ ପଦ ଛାଡିବା ପରେ ପ୍ରଥମ ମ୍ୟାଚ ଜିତିଲେ ଅଧିନାୟକ ଶ୍ରେୟସ ଆୟର

ନୂଆଦିଲ୍ଲୀ,୨୩।୭: ପ୍ରଥମ ଟି-୨୦ ମ୍ୟାଚରେ ଭାରତୀୟ ଦଳ ଜିମ୍ବାୱେକୁ ୭ ୱିକେଟରେ ପରାସ୍ତ କରିଛି। ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ଏହା ଟି-୨୦ ଦଳର ପ୍ରଥମ ବିଜୟ। ଉଲ୍ଲେଖନୀୟ…

ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ପ୍ରଥମ ଟି୨୦ ଜିତିଲା ଭାରତ

ହରାରେ,୨୩ା୭: ବୋଲରଙ୍କ ପ୍ରଭାବୀ ପ୍ରଦର୍ଶନ ଏବଂ ବଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଭାରତ ୭ ଉଇକେଟରେ ଜିମ୍ବାଓ୍ବେକୁ ପରାସ୍ତ କରିଛି। ଟି୨୦ ମ୍ୟାଚ୍‌ରେ ଭାରତୀୟ ଦଳର…

ପୁଣି ଚମକିଲେ ବୈଭବ ସୂର୍ଯ୍ୟବଂଶୀ… ଟି-୨୦ରେ ଏମିତି କରି ପାଲଟିଲେ ବିଶ୍ୱର ସର୍ବକନିଷ୍ଠ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ,୨୩।୭: କ୍ରିକେଟ ଜଗତରେ ନିରନ୍ତର ନୂତନ ରେକର୍ଡ ସୃଷ୍ଟି ହେଉଛି, କିନ୍ତୁ ଯେତେବେଳେ ଜଣେ ୧୫ ବର୍ଷୀୟ ବାଳକ ଅଭିଜ୍ଞ ବୋଲରମାନଙ୍କୁ ଅନ୍ତର୍ଜାତୀୟ ମଞ୍ଚରେ ସଫା କରିବାକୁ…

୨ବର୍ଷ ପରେ ଦମଦାର ପ୍ରତ୍ୟାବର୍ତ୍ତନ, ପ୍ରଥମ ବଲ୍‌ରେ ୱିକେଟ୍ ନେଇ ଇତିହାସ ରଚିଲେ ମୟଙ୍କ

ନୂଆଦିଲ୍ଲୀ,୨୩।୭: ମୟଙ୍କ ଯାଦବ ଜିମ୍ବାୱେ ବିପକ୍ଷରେ ଖେଳାଯାଉଥିବା ପ୍ରଥମ ଟି-୨୦ ମ୍ୟାଚ୍‌ରେ ଦୁଇ ବର୍ଷରୁ ଅଧିକ ସମୟ ପରେ ପ୍ରତ୍ୟାବର୍ତ୍ତନ କରିଛନ୍ତି । ସେ ତାଙ୍କର ପ୍ରଥମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri