ସିନେମା ହଲ୍‌, ଜିମ୍‌ରେ କରୋନା ପ୍ରଭାବ

କଟକ ଅଫିସ,୧୪।୩: କରୋନା ଭୂତାଣୁ ସଂକ୍ରମଣର ଭୟ ଏବେ ସମଗ୍ର ବିଶ୍ୱକୁ ଚିନ୍ତିତ କରିଛି। ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାର ଶୁକ୍ରବାର ଜନସାଧାରଣଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି। ଜନସମାଗମକୁ ଏଡାଇବା ଏହି ପଦକ୍ଷେପର ମୂଳଲକ୍ଷ୍ୟ। ଇତିମଧ୍ୟରେ ସମସ୍ତ ସିନେମା ହଲ, ଜିମ୍‌ ବନ୍ଦ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ଶୁକ୍ରବାର କଟକ ସହରର ସମସ୍ତ ସିନେମା ହଲ ଫାଙ୍କା ପଡିଥିବା ଦେଖିବାକୁ ମିଳିଛି। ଏବେ ଚଳଚ୍ଚିତ୍ର ବାଗୀ-୩, ଲଭ୍‌ ଆଜ୍‌ କାଲ୍‌, ଭୂତ୍‌, ଥାପଡ଼, ଓଡ଼ିଆ ଫିଲ୍ମ ପରଦେଶୀ ଚଢେଇ କଟକର ସିନେମା ହଲରେ ପ୍ରଦର୍ଶନ ଜାରି ରହିଛି। ତେବେ ହଲଗୁଡ଼ିକ ଉପରେ କଟକଣା ଲାଗିବା ପରେ ମନୋରଞ୍ଜନ ଜଗତ ଉପରେ ବଡ଼ଧରଣର ପ୍ରଭାବ ପଡ଼ିବା ଭଳି ସ୍ଥିତି ଉପୁଜିଛି। ଅନ୍ୟପକ୍ଷରେ ଜିମ୍‌ଗୁଡ଼ିକ ମଧ୍ୟ ବନ୍ଦ ରଖାଯିବାକୁ ନିଷ୍ପତ୍ତିରେ ଉଲ୍ଲେଖ କରାଯାଇଛି। ସହରରେ ୬ଟି ମଲ୍ଟି ଜିମ୍‌ ଓ ୧୦ରୁ ଅଧିକ ସାଧାରଣ ଜିମ୍‌ ରହିଛି। ଜିମ୍‌ ବ୍ୟବସାୟ ମଧ୍ୟ ଏବେ ମାନ୍ଦା ପଡ଼ିବା ଆଶଙ୍କା ପ୍ରକାଶ ପାଇଛି। ଅନ୍ୟପକ୍ଷରେ କଟକ ଜିଲାରେ ଏହାର ମୁକାବିଲା ପାଇଁ ଜିଲା ପ୍ରଶାସନ ସମସ୍ତ ପ୍ରକାର ପଦକ୍ଷେପ ନେଉଛି ବୋଲି ଜିଲାପାଳ ଭବାନୀ ଶଙ୍କର ଚୟନୀ କହିଛନ୍ତି। ଜିଲାର ସମସ୍ତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ସତର୍କ ରହିବା ପାଇଁ କୁହାଯାଇଛି। ଯେକୌଣସି ସମୟରେ ରୋଗୀମାନେ ଆସିଲେ କିଭଳି ସେବା ଯୋଗାଇ ଦିଆଯାଇପାରିବ ସେନେଇ ତତ୍ପର ରହିବାକୁ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା ଜିଲାପାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ରାନ୍ସରେ ମୋଦିଙ୍କ ବଡ଼ ବୟାନ, କହିଲେ ଫ୍ରାନ୍ସରେ ମୋଟ ଯେତିକି ଘର ଅଛି ଆମେ ୧୨ ବର୍ଷରେ ସେତିକି ଘର ନିର୍ମାଣ କରିଦେଇଛୁ

ପ୍ୟାରିସ,୧୬।୮: ଗୁରୁବାର (୧୮ ଜୁନ, ୨୦୨୬) ଦିନ ପ୍ୟାରିସରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତବ୍ୟ ଦେଇଥିଲେ ଯେ ପ୍ୟାରିସ ହେଉଛି ରଙ୍ଗର…

ହକି ତାରକା ମନପ୍ରୀତଙ୍କ ରେକର୍ଡ, ଫିଟନେସ ପାଇଁ କୋହଲିଙ୍କୁ ଦେଲେ ଶ୍ରେୟ

ନୂଆଦିଲ୍ଲୀ, ୧୮।୬: ଭାରତୀୟ ହକି ତାରକା ମନପ୍ରୀତ ସିଂ ନିକଟରେ ଭାରତ ପକ୍ଷରୁ ସର୍ବାଧିକ ୪୧୩ ମ୍ୟାଚ ଖେଳିବାର ରେକର୍ଡ ଅର୍ଜନ କରିଛନ୍ତି। ମନପ୍ରୀତ ପୂର୍ବତନ ଅଧିନାୟକ…

ସାରା ବିଶ୍ୱକୁ ଆଶ୍ୱସ୍ତି, ଶେଷ ହେଲା ଯୁଦ୍ଧ! ଫ୍ରାନ୍ସର ଭର୍ସେଲ୍ସ ପ୍ୟାଲେସରେ ଶାନ୍ତି ଚୁକ୍ତି ସ୍ବାକ୍ଷର କଲେ ଟ୍ରମ୍ପ

ପ୍ୟାରିସ,୧୬।୮: ଫରାସୀ ରାଜଧାନୀ ପ୍ୟାରିସରୁ ପ୍ରାୟ 20 କିଲୋମିଟର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ, ଭର୍ସେଲ୍ସ ପ୍ରାସାଦ ଯୁଦ୍ଧ ପରେ ଶାନ୍ତି ଚୁକ୍ତିନାମା ପାଇଁ ଏକ ସ୍ଥାନ ଭାବରେ ବିଶ୍ୱବ୍ୟାପୀ…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

ଶୌଚ ପାଇଁ ପୋଖରୀକୁ ଯାଇ ବୁଡ଼ି ଯାଇଥିଲେ, ପାଣିରେ ଭାସିବା ପରେ…

ଦିଗପହଣ୍ଡି, ୧୮।୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଗ୍ରାମର ବଡ଼ବନ୍ଧ ପୋଖରୀରେ ବୁଡ଼ି ଜଣେ…

ବିକାଶ ଧାରା ଓଡ଼ିଶା କାର୍ଯ୍ୟକ୍ରମ: ସମ୍ମାନୀତ ହେଲେ କଳାକାର, ସମାଜସେବୀ

ରିଷିଡା,୧୮।୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଓ ଜିଲାର ବିଭିନ୍ନ ଅଞ୍ଚଳରେ ବିକାଶର ବାର୍ତ୍ତା ପହଞ୍ଚାଇବା ସହ ସରକାରଙ୍କ ସଫଳତା ସମ୍ପର୍କରେ ଜନସାଧାରଣଙ୍କୁ ଅବଗତ କରାଇବା…

‘ମୁଖ୍ୟମନ୍ତ୍ରୀ ବସ୍‌’ ଅଟକାଇ ଚାଳକଙ୍କୁ ଠେଙ୍ଗା ଦେଖାଇ ଧମକ: ଭିଡିଓ ଭାଇରାଲ୍‌ ପରେ…

ଦିଗପହଣ୍ଡି, ୧୮।୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ପ୍ରତାପଗିରି ଗ୍ରାମରେ ‘ମୁଖ୍ୟମନ୍ତ୍ରୀ ବସ୍ ସେବା’ (MBS) ଯୋଜନାରେ ଚାଲୁଥିବା ଏକ ସରକାରୀ…

ପ୍ରଶାସନିକସ୍ତରରେ ବଡ଼ ଅଦଳବଦଳ: ଦୁଇ ବରିଷ୍ଠ IAS ଅଧିକାରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର,୧୮।୬: ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ଗୁରୁତ୍ୱପୂର୍ଣ୍ଣ ଅଦଳବଦଳ କରାଯାଇଛି। ସରକାରଙ୍କ ପକ୍ଷରୁ ଦୁଇ ଜଣ ବରିଷ୍ଠ ଆଇଏଏସ (IAS) ଅଧିକାରୀଙ୍କୁ ନୂଆ ତଥା ଅତିରିକ୍ତ ଦାୟିତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri