Posted inଖେଳ

ସିନ୍ଧୁଙ୍କ ରୌପ୍ୟ ପକ୍କା

ବାସେଲ(ସୁଇଜରଲାଣ୍ଡ),୨୪।୮(ପି.ଟି.): ଦେଶର ତାରକା ମହିଳା ଶଟଲର ପି.ଭି. ସିନ୍ଧୁ ଏଠାରେ ଚାଲିଥିବା ବିଡବ୍ଲ୍ୟୁଏଫ୍‌ ବିଶ୍ୱ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପରେ ରୌପ୍ୟ ପଦକ ପକ୍କା କରିଛନ୍ତି। ଶନିବାର ଅନୁଷ୍ଠିତ ସେମିଫାଇନାଲରେ ସିନ୍ଧୁ ଚାଇନାର ଚେନ ୟୁ ଫେଇଙ୍କୁ ସିଧାସଳଖ ସେଟ୍‌ରେ ହରାଇ ଦେଇଛନ୍ତି। ମ୍ୟାଚ୍‌କୁ ଗତ ଥରର ଉପବିଜେତା ୨୧-୭, ୨୧-୧୪ ଗେମ୍‌ରେ ଜିତି ନେଇଛନ୍ତି। ବିଜୟୀ ଲାଗି ତାଙ୍କୁ ୪୦ ମିନିଟ୍‌ ଲାଗିଥିଲା। ଏଥିସହ କ୍ରମାଗତ ତୃତୀୟ ଥର ପାଇଁ ସେ ଏହି ସମ୍ମାନଜନକ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ୨୪ ବର୍ଷୀୟା ଖେଳାଳି ସିନ୍ଧୁ ଫାଇନାଲରେ ୨୦୧୩ ସଂସ୍କରଣ ଚାମ୍ପିୟନ ରାଚନୋକ ଇଣ୍ଟାନନ ଓ ୨୦୧୭ ଚାମ୍ପିୟନ ନାଜୋମି ଓକୁହରାଙ୍କ ମଧ୍ୟରେ ଖେଳାଯିବାକୁ ଥିବା ସେମିଫାଇନାଲର ବିଜେତାଙ୍କୁ ରବିବାର ଭେଟିବେ। ଉଲ୍ଲେଖଥାଉ କି, ସିନ୍ଧୁ ୨୦୧୮ ଓ ୨୦୧୭ ସଂସ୍କରଣରେ ଫାଇନାଲରେ ପ୍ରବେଶ କରିଥିଲେ ମଧ୍ୟ କାରୋଲିନା ମାରିନ ଓ ଓକୁହରାଙ୍କଠାରୁ ପରାସ୍ତ ହୋଇ ସ୍ବର୍ଣ୍ଣ ପଦକରୁ ବଞ୍ଚତ୍ତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫାଶୀ ଖୁଣ୍ଟର ସମ୍ମୁଖୀନ ହେବେ ବାଂଲାଦେଶର ପୂର୍ବତନ ରାଷ୍ଟ୍ରପତି? ଅଡୁଆରେ ଶେଖ ହାସିନାଙ୍କ ଶେଷ ସହଯୋଗୀ

ଢାକା,୨୭।୭: ବାଂଲାଦେଶର ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ ସମ୍ପ୍ରତି ଇସ୍ତଫା ଦେଇଛନ୍ତି। ବାଂଲାଦେଶରେ ବିପ୍ଳବ ପରେ, ସେ ଶେଖ ହାସିନାଙ୍କ ଅନ୍ତର୍ନିହିତ ସଦସ୍ୟ ମଧ୍ୟରୁ କ୍ଷମତାରେ ଥିବା ଶେଷ…

ସୁପ୍ରିମକୋର୍ଟଙ୍କ ବଡ଼ ମନ୍ତବ୍ୟ: ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ବେଳେ ପୋଲିସର ଲାଠିମାଡ଼ ଠିକ୍‌ ନୁହେଁ

ନୂଆଦିଲ୍ଲୀ,୨୭।୮: ଶାନ୍ତିପୂର୍ଣ୍ଣ ଆନ୍ଦୋଳନ କରିବା ସମସ୍ତଙ୍କ ଅଧିକାର ରହିଛି। ଶାନ୍ତିପୂର୍ଣ୍ଣ ଭାବେ ଆନ୍ଦୋଳନ କଲେ ଲାଠିଚାର୍ଜ କରାଯାଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ସୁପ୍ରିମକୋର୍ଟରେ ଦାଖଲ ହୋଇଥିବା…

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ଏବେ CJPର କାହା ଉପରେ ନଜର? ନେଲା ନୂଆ ପଦକ୍ଷେପ, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୨୭॥୭: ନିଟ୍‌ ପେପର ଲିକ୍‌ ମାମଲାରେ ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ପରେ କକ୍ରୋଚ ଜନତା ପାର୍ଟି (CJP) ଉତ୍ତରପ୍ରଦେଶରେ ମୋର୍ଚ୍ଚା ଖୋଲିଛି। ୟୁପି ସରକାର ରାମପୁରର ଜୌହର…

ସ୍ତ୍ରୀଙ୍କ ସାମ୍ନାରେ ସ୍ବାମୀଙ୍କୁ ବୀଭତ୍ସ ହତ୍ୟା କରି ଜେଲ୍‌ ଗଲେ ବାପ-ପୁଅ

ଜୟପାଟଣା,୨୭ା୭(ଓମ୍‌ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ଥାନା ଅନ୍ତର୍ଗତ କୁମଜୋର ଗ୍ରାମରେ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଘଟିଥିବା ହତ୍ୟାକାଣ୍ଡରେ ପୋଲିସ ବଡ଼ ସଫଳତା ପାଇଛି।…

‘ମ୍ୟାନ ଅଫ ଦି ସିରିଜ’ ବିବେଚିତ ହେବା ପରେ ହୃଦୟସ୍ପର୍ଶୀ ବୟାନ ଦେଇ ମନ କିଣିଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୭।୭: ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତର ତିକ୍ତ ସ୍ମୃତିକୁ ପଛରେ ପକାଇ, ଟିମ ଇଣ୍ଡିଆ ଜିମ୍ବାୱେରେ ବିଜୟୀ ହୋଇଥିଲା। ଭାରତ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ…

ସଂସଦରେ ପହଞ୍ଚିବା ପରେ ହଠାତ୍‌ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ଘଟିଲା ଏମିତି, ଯାହା କେବେ ସେ ଭାବିନଥିଲେ…

ନୂଆଦିଲ୍ଲୀ, ୨୭॥୭: ଶିକ୍ଷା ବ୍ୟବସ୍ଥାରେ ସଂସ୍କାର ଦାବି କରି ଦେଶବ୍ୟାପୀ ଚାଲିଥିବା କକ୍ରୋଚ ଜନତା ପାର୍ଟିର ଛାତ୍ର ଆନ୍ଦୋଳନ ନିକଟରେ ଶେଷ ହୋଇଛି। ଏହି ଆନ୍ଦୋଳନ NEET-UG…

ଓଡ଼ିଶା ଫେରିଲେ ଇଣ୍ଡିଆନ ଆଇଡଲ ବିଜେତା ଜ୍ୟୋତିର୍ମୟୀ, କହିଲେ ମହାପ୍ରଭୁ ଜଗନ୍ନାଥଙ୍କ ପାଇଁ…

ଭୁବନେଶ୍ୱର,୨୭ା୭: ଓଡ଼ିଶା ଫେରିଛନ୍ତି ଇଣ୍ଡିଆନ ଆଇଡଲ ବିଜେତା ଜ୍ୟୋତିର୍ମୟୀ ନାୟକ। ଇଣ୍ଡିଆନ ଆଇଡଲ ଟ୍ରଫି ସହ ଜ୍ୟୋତିର୍ମୟୀ ସୋମବାର ସକାଳେ ଆସି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛନ୍ତି।…

ଏଇ ଭାରତରେ

ଉତ୍ତରପ୍ରଦେଶ କାନପୁର, ପ୍ରୟାଗରାଜ ଓ ଫାରୁଖାବାଦର ବିଭିନ୍ନ ପ୍ରାଥମିକ ବିଦ୍ୟାଳୟରେ ୧୦,୦୦୦ରୁ ଊର୍ଦ୍ଧ୍ୱ ଗଛ ଲଗାଯାଇଥିବାବେଳେ ସେଥିରୁ ୭୫ ପ୍ରତିଶତ ଗଛ ବଞ୍ଚାଇବାରେ ସଫଳ ହୋଇଛନ୍ତି ପିଲମାନେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri