Posted inଖେଳ

ସିନ୍ଧୁ, ପ୍ରଣିଥ୍‌ ସେମିଫାଇନାଲରେ

ବାସେଲ,୨୩ା୮(ପି.ଟି.)-ବ୍ୟାଡ୍‌ମିଣ୍ଟନ ଓ୍ବାଲ୍ଡର୍ର୍ ଫେଡେରେଶନ (ବିଡବ୍ଲ୍ୟୁଏଫ୍‌) ଓ୍ବାଲର୍‌ଡ ଚାମ୍ପିୟନଶିପ୍‌ରେ ଭାରତର ପି.ଭି. ସିନ୍ଧୁ ଏବଂ ବି. ସାଇ ପ୍ରଣିଥ ସେମାନଙ୍କ ପଦକ ପକ୍କା କରିଛନ୍ତି। ଶୁକ୍ରବାର ସେ ଏକ ମହିଳା ସିଙ୍ଗଲ୍ସ କ୍ୱାର୍ଟରଫାଇନାଲ ମ୍ୟାଚରେ ଚାଇନିଜ ତାଇପେର ଏସିଆନ ଗେମ୍ସ ସ୍ବର୍ଣ୍ଣ ବିଜୟିନୀ ତାଇ ତିଜୁ ୟିଙ୍ଗ୍‌ଙ୍କୁ ୧୨-୨୧, ୨୩-୨୧, ୨୧-୧୯ରେ ହରାଇ ଦେଇଛନ୍ତି। ୨୪ବର୍ଷୀୟା ଭାରତୀୟ ଖେଳାଳି ଶନିବାର ସେମିଫାଇନାଲରେ ଚାଇନାର ଚେନ୍‌ ୟୁ ଫେଇ ଏବଂ ଡେନମାର୍କର ମିଆ ବ୍ଲିଚଫିଲ୍ଡଙ୍କ ମଧ୍ୟରେ ଖେଳାଯିବାକୁଥିବା ମ୍ୟାଚର ବିଜେତାଙ୍କୁ ଭେଟିବେ। ଏହି ସମ୍ମାନଜନକ ଟୁର୍ନାମେଣ୍ଟ ଗତ ଦୁଇଟି ସଂସ୍କରଣରେ ସିନ୍ଧୁ ରୌପ୍ୟ ଜିତି ଆସିଛନ୍ତି। ଏହାଛଡ଼ା ପୂର୍ବରୁ ସେ ଦୁଇଟି ବ୍ରୋଞ୍ଜ ପଦକ ମଧ୍ୟ ହାସଲ କରି ସାରିଛନ୍ତି। ଅନ୍ୟପକ୍ଷରେ ପ୍ରଣିଥ୍‌ ୩୬ବର୍ଷରେ ପ୍ରଥମ ଭାରତୀୟ ପୁରୁଷ ଖେଳାଳି ଭାବେ ଏହି ସମ୍ମାନଜନକ ଟୁର୍ନାମେଣ୍ଟରେ ପଦକ ହାସଲ କରିବାକୁ ଯାଉଛନ୍ତି। ବିଶ୍ୱର ୧୯ନମ୍ବର ର଼୍ୟାଙ୍କିଙ୍ଗପ୍ରାପ୍ତ ଏହି ଖେଳାଳି କ୍ୱାର୍ଟରଫାଇନାଲରେ ବିଶ୍ୱର ୪ ନମ୍ବର ମାନ୍ୟତାପ୍ରାପ୍ତ ତଥା ଇଣ୍ଡୋନେସିଆର ଜୋନାଥନ କ୍ରିଷ୍ଟିଙ୍କୁ ୨୪-୨୨, ୨୧-୧୪ରେ ପରାସ୍ତ କରିଛନ୍ତି। ବ୍ୟାଡମିଣ୍ଟନ କିମ୍ବଦନ୍ତୀ ପ୍ରକାଶ ପାଦୁକୋନ୍‌ ପ୍ରଥମ ଭାରତୀୟ ଖେଳାଳି ଭାବେ ୧୯୮୩ ବିଶ୍ୱ ଚାମ୍ପିୟନଶିପ୍‌ ପୁରୁଷ ସିଙ୍ଗଲ୍ସରେ ଏକ ବ୍ରୋଞ୍ଜ ପଦକ ଜିତିଥିଲେ। ସୂଚନାଯୋଗ୍ୟ, ପ୍ରଣିଥ୍‌ ୨୦୧୭ରେ ସିଙ୍ଗାପୁର ଓପନ ଜିତିଥିବାବେଳେ ଚଳିତବର୍ଷ ପ୍ରାରମ୍ଭରେ ସୁଇସ୍‌ ଓପନ୍‌ରେ ରନର୍ସଅପ୍‌ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାଣି ରଖନ୍ତୁ କିପରି କିଡ୍‌ନୀକୁ ରଖିବେ ସୁସ୍ଥ

ଆମ ଶରୀରର ଅନ୍ୟତମ ମୁଖ୍ୟ ଓ ଦରକାରୀ ଅଙ୍ଗ ହେଉଛି କିଡ୍‌ନୀ। ଶରୀରରେ ପ୍ରବାହିତ ହେଉଥିବା ରକ୍ତକୁ ଏହା ବିଶୋଧନ କରି ଅଦରକାରୀ ତତ୍ତ୍ୱକୁ ନିଷ୍କାସନ...

ୟୁନୁସ ଭାରତ ବିରୋଧରେ…ବାଂଲାଦେଶ ସରକାରଙ୍କ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ଶେଖ ହାସିନା

ଢାକା,୨୨।୧୨: ବାଂଲାଦେଶର ରାଜଧାନୀ ଢାକାର ପରିସ୍ଥିତି ସାମ୍ପ୍ରତିକ ହିଂସା ଏବଂ ପ୍ରତିବାଦ ପରେ ଶାନ୍ତ ହେଉଥିବା ପରି ମନେ ହେଉଛି। ତଥାପି ରାଜନୈତିକ ମହଲରେ ଉତ୍ତେଜନା...

୨ ଦଳ ମିଶି କଲେ ମାତ୍ର ୨୩ ରନ: ଅନ୍ତର୍ଜାତୀୟ ଟି-୨୦ରେ ସବୁଠୁ ଲଜ୍ଜାଜନକ ରେକର୍ଡ

ନୂଆଦିଲ୍ଲୀ,୨୨।୧୨: ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ ସାଧାରଣତଃ ଦ୍ରୁତ ରନ, ବଡ଼ ଛକା ଏବଂ ବଡ଼ ସ୍କୋର ପାଇଁ ଜଣାଶୁଣା। ଏହି ଫର୍ମାଟ କେତେକ ସମୟରେ ବ୍ୟାଟସମ୍ୟାନଙ୍କ...

ଶ୍ମଶାନରେ ଗୁଣିଆଙ୍କ ତନ୍ତ୍ର ସାଧନା: ପ୍ରେମିକାଙ୍କ ନାଁରେ ଭୁବନେଶ୍ୱରରେ ଯୁବକ କିଣିଥିଲେ ପ୍ଲଟ ଓ ଆଉ ଗାଡ଼ି, ଧରାଛୁଆଁ ନ ଦେବାରୁ…

ବାଲିକୁଦା,୨୨।୧୨(ତାପସ ସ୍ବାଇଁ): ବାଲିକୁଦା ବ୍ଲକ ମରିଚପୁର ଗ୍ରାମ୍ୟ ଶ୍ମଶାନରେ ଶନିବାର ବିଳମ୍ବିତ ରାତିରେ କୌଣସି ଗୁଣିଆ ତନ୍ତ୍ର ସାଧନା କରିଥିବା ସ୍ଥାନୀୟ ଲୋକେ ସନ୍ଦେହ କରିଛନ୍ତି।...

୨୫ରୁ ଧର୍ମଶାଳା ମହୋତ୍ସବ: ବ୍ୟବସାୟ ପାଇଁ ରସିଦ୍‌ ଆଣିବାକୁ ବ୍ୟବସାୟୀଙ୍କ ଅସମ୍ଭାଳ ଭିଡ଼

ଧର୍ମଶାଳା,୨୨ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଐତିହ୍ୟ ପରମ୍ପରା, ଧର୍ମଶାଳା ମହୋତ୍ସବ ଆସନ୍ତା ୨୫ ତାରିଖରେ ଧର୍ମଶାଳା ମହୋତ୍ସବର ପଡ଼ିଆରେ ଆରମ୍ଭ ହୋଇ ଜାନୁଆରୀ ୭ରେ...

ରୁଷିଆ ପୋଲିସ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ଭାରତୀୟ ଯୁବକ: ମୋଦିଙ୍କୁ କଲେ ଏମିତି ନିବେଦନ

ନୂଆଦିଲ୍ଲୀ,୨୨।୧୨: ରୁଷିଆ ଏବଂ ୟୁକ୍ରେନ ଦୀର୍ଘ ସମୟ ଧରି ଯୁଦ୍ଧ ଚାଲିଛି। ଦୁଇ ଦେଶ ମଧ୍ୟରେ ଯୁଦ୍ଧବିରାମ ପାଇଁ ମଧ୍ୟସ୍ଥତା ପାଇଁ ପ୍ରୟାସ ଜାରି ରହିଛି।...

ଘର ଆଗରେ ପଡ଼ିଛି ଅବସରପ୍ରାପ୍ତ ମହିଳା ଏଏନ୍‌ଏମ୍‌ଙ୍କ ମୃତଦେହ, ଏକାକୀର ସୁଯୋଗ ନେଇ…

ଭବାନୀପାଟଣା,୨୨ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଥାନା ଅନ୍ତର୍ଗତ ଗଡ଼ିଆଜୋର ଗ୍ରାମରୁ ସୋମବାର ସକାଳୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଘରେ ଏକାକୀ...

ବଡ଼ଦିନ ପାଇଁ ସଜେଇ ହେଉଛି ଦାରିଙ୍ଗବାଡ଼ି, ପର୍ଯ୍ୟଟକଙ୍କ ଆଗମନକୁ ଦୃଷ୍ଟିରେ ରଖି…

ଦାରିଙ୍ଗବାଡ଼ି,୨୨ା୧୨(ଅରୁଣ ସାହୁ): ଆଉ ମାତ୍ର ୨ ଦିନର ଅପେକ୍ଷା ସାରା ବିଶ୍ୱରେ ଦେଖାଦେବ ଖୁସି ଓ ଆନନ୍ଦ। ପ୍ରଭୁ ଯୀଶୁଖ୍ରୀଷ୍ଟ ଜନ୍ମ ନେବେ ଏଥିପାଇଁ ଚାରିଆଡ଼େ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri